Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମେ ୩୧ରେ ‘‘ଗରିବ କଲ୍ୟାଣ ସମ୍ମେଳନ’’: ହିତାଧିକାରୀଙ୍କ ସହ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ମେ ୩୧ରେ ‘‘ଗରିବ କଲ୍ୟାଣ ସମ୍ମେଳନ’’: ହିତାଧିକାରୀଙ୍କ ସହ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ

May 29, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜାଦୀ କା ଅମୃତ ମହୋତ୍ସବ ସମାରୋହ ପାଳନର ଅଂଶବିଶେଷ ସ୍ବରୂପ ଭାରତ ସରକାରଙ୍କ ନଅଟି ମନ୍ତ୍ରଣାଳୟ ଓ ବିଭିନ୍ନ ବିଭାଗର ପ୍ରାୟ ୧୬ଟି ଯୋଜନା ଓ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହିତ ମତ ବିନିମୟ କରିବେ। ‘‘ଗରିବ କଲ୍ୟାଣ ସମ୍ମେଳନ’’ ନାମକ ଏକ ଜାତୀୟ ସ୍ତରର କାର୍ଯ୍ୟକ୍ରମ ୩୧ ମେ, ୨୦୨୨ରେ ହିମାଚଳ ପ୍ରଦେଶର ସିମଲା ଠାରେ ଅନୁଷ୍ଠିତ ହେବ। ଏଥିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ଦେଶର ବିଭିନ୍ନ ସ୍ଥାନରେ ଥିବା ହିତାଧିକାରୀଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ସିଧାସଳଖ ଆଲୋଚନା କରିବେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ପିଏମ କିସାନ ସମ୍ମାନ ନିଧିର ୧୧ତମ କିସ୍ତି ଆକାରରେ ୨୧ ହଜାର କୋଟି ଟଙ୍କାରୁ ଅଧିକ ପରିମାଣର ଅର୍ଥରାଶି ଜାରି କରିବେ। ରାଜ୍ୟ ରାଜଧାନୀ, ଜିଲ୍ଲା ମୁଖ୍ୟାଳୟ ଏବଂ କେଭିକେ କେନ୍ଦ୍ରଗୁଡ଼ିକରେ ଏହି କାର୍ଯ୍ୟକ୍ରମକୁ ସମାନ୍ତରାଳ ଭାବେ ଆୟୋଜନ କରାଯିବ। ଏହି ଉପଲକ୍ଷେ ଏକାଧିକ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ହିତାଧିକାରୀମାନେ ରାଜ୍ୟ ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଅନ୍ୟ ନିର୍ବାଚିତ ଜନପ୍ରତିନିଧିମାନଙ୍କ ସହିତ ମଧ୍ୟ ଆଲୋଚନା କରିବେ।

ଏହି ପରିପ୍ରେକ୍ଷୀରେ କଟକର ମାହାଙ୍ଗାଠାରେ ଏକ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ସହ ମତ ବିନିମୟ କରିବେ। ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗରୀମାମୟ ଉପସ୍ଥିତିରେ ଶିମଲାଠାରେ ଅନୁଷ୍ଠିତ ମୁଖ୍ୟ କାର୍ଯ୍ୟକ୍ରମରେ ଭାର୍ଚୁଆଲ ମାଧ୍ୟମରେ ଯୋଗ ଦେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ସେହିପରି ବାରିପଦାଠାରେ ଅନୁଷ୍ଠିତ ଅନ୍ୟ ଏକ କାର୍ଯ୍ୟକ୍ରମରେ ଭାର୍ଚୁଆଲ ମାଧ୍ୟମରେ ଯୋଗ ଦେବେ କେନ୍ଦ୍ର ଜଳ ଶକ୍ତି ଏବଂ ଆଦିବାସୀ ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ।

ଦେଶବ୍ୟାପୀ ଏସବୁ ଯୋଜନାର କୋଟି କୋଟି ହିତାଧିକାରୀ ରହିଛନ୍ତି । ଦେଶର ଜନସଂଖ୍ୟାର ସବୁଠୁ ଗରିବ ବର୍ଗଙ୍କ ସବୁ ଜଟିଳ ସମସ୍ୟା ସମାଧାନ ଦିଗରେ ଏହି ଯୋଜନା ଓ କାର୍ଯ୍ୟକ୍ରମ ସବୁ ସହାୟକ ହେଉଛି। ଆବାସ, ପାନୀୟ ଜଳ ଉପଲବ୍ଧତା, ଖାଦ୍ୟ, ସ୍ବାସ୍ଥ୍ୟ ସେବା ଓ ପୋଷଣ, ଜୀବନଜୀବିକା ଏବଂ ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଆଦି କ୍ଷେତ୍ରରେ ଗରିବମାନଙ୍କୁ ସହାୟତା ମିଳୁଛି। ଏହି ମତବିନିମୟ କାର୍ଯ୍ୟକ୍ରମ ମାଧ୍ୟମରେ ଏସବୁ ଯୋଜନାରେ ସମନ୍ବୟର ସମ୍ଭାବନା ଉଜାଗର ହୋଇପାରିବ ଏବଂ ପରିପୂର୍ଣ୍ଣତା ଲକ୍ଷ୍ୟ ହାସଲ ଦିଗରେ ସହାୟତା ମିଳିବ। ଏଥିସହିତ ୨୦୪୭ରେ ଦେଶ ସ୍ବାଧୀନତାର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ନାଗରିକଙ୍କ ଆଶାଆକାଂକ୍ଷା ଜାଣିବା ଲାଗି ଏପରି କାର୍ଯ୍ୟକ୍ରମ ଏକ ସୁଯୋଗ ଆଣି ଦେବ। ଏହି ସମ୍ମେଳନକୁ ବର୍ତ୍ତମାନ ସୁଦ୍ଧା ସବୁଠୁ ବଡ଼ ଏକକ ଦେଶବ୍ୟାପୀ ମତବିନିମୟ କାର୍ଯ୍ୟକ୍ରମ ଭାବେ ବିବେଚନା କରାଯାଉଛି ଯାହାକି ଦେଶର ସବୁ ଜିଲ୍ଲାରେ ଆୟୋଜନ କରାଯିବ। ଏଥିରେ ହିତାଧିକାରୀଙ୍କ ଜୀବନରେ ଏସବୁ ଯୋଜନା ଓ କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ପ୍ରଧାନମନ୍ତ୍ରୀ ସେମାନଙ୍କ ସହିତ ଆଲୋଚନା କରିବେ।

କାର୍ଯ୍ୟକ୍ରମକୁ ଦୁଇଟି ପର୍ଯ୍ୟାୟରେ ଆୟୋଜନ କରାଯିବ, ରାଜ୍ୟ/ଜିଲ୍ଲା/କେଭିକେ କାର୍ଯ୍ୟକ୍ରମ ପୂର୍ବାହ୍ନ ୯.୪୫ରେ ଆରମ୍ଭ ହେବ । ପୂର୍ବାହ୍ନ ୧୧ଟାରେ ଏସବୁ କାର୍ଯ୍ୟକ୍ରମକୁ ଜାତୀୟ ସ୍ତରର କାର୍ଯ୍ୟକ୍ରମ ସହ ଯୋଡ଼ାଯିବ। ଦୂରଦର୍ଶନ ଏବଂ ଏହାର ଜାତୀୟ ଓ ଆଞ୍ଚଳିକ ଚ୍ୟାନେଲ ମାଧ୍ୟମରେ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ସିଧାପ୍ରସାରଣ କରାଯିବ। ମାଇ ଗଭ୍‌ ଜରିଆରେ ଜାତୀୟ କାର୍ଯ୍ୟକ୍ରମର ୱେବକାଷ୍ଟ ପାଇଁ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ଲୋକମାନେ ଆଗୁଆ ନିଜର ପଞ୍ଜୀକରଣ କରାଇବେ। ଅନ୍ୟ ସୋଶଲ ମିଡିଆ ଚ୍ୟାନେଲ ଯଥା ୟୁଟ୍ୟୁବ, ଫେସବୁକ, ଟୁଇଟ୍ଟର, ଇନଷ୍ଟାଗ୍ରାମ୍‌ ଆଦିରେ ଏହାକୁ ଦେଖିହେବ।

ଏହି ମତବିନିମୟ କାର୍ଯ୍ୟକ୍ରମ ଦ୍ବାରା ନାଗରିକଙ୍କ ଜୀବନକୁ ସହଜ କରୁଥିବା ଏସବୁ ଯୋଜନାର ଜନ-କୈନ୍ଦ୍ରିକ ଦୃଷ୍ଟିକୋଣ ପ୍ରତିଫଳିତ ହେବା ସହିତ ଜନସାଧାରଣଙ୍କ ଆଶାଆକାଂକ୍ଷା ସମ୍ପର୍କରେ ସରକାର ଅବଗତ ହୋଇପାରିବେ, ଯାହାଫଳରେ ପ୍ରଗତି ଦିଗରେ ରାଷ୍ଟ୍ରର ଯାତ୍ରାରେ କେହି ଜଣେ ଯେମିତି ବଞ୍ଚିତ ରହିବେ ନାହିଁ ତାହା ସୁନିଶ୍ଚିତ ହୋଇପାରିବ।

ଯୋଜନା/କାର୍ଯ୍ୟକ୍ରମର ତାଲିକା

– ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଉଭୟ ଗ୍ରାମୀଣ ଓ ସହରାଞ୍ଚଳ)

– ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି

– ପ୍ରଧାନମନ୍ତ୍ରୀ ଉଜ୍ଜ୍ବଳା ଯୋଜନା

– ପୋଷଣ ଅଭିଯାନ

– ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା

– ସ୍ବଚ୍ଛ ଭାରତ ମିଶନ (ଉଭୟ ଗ୍ରାମୀଣ ଓ ସହରାଞ୍ଚଳ)

– ଜଳ ଜୀବନ ମିଶନ ଓ ଅମୃତ

– ପ୍ରଧାନମନ୍ତ୍ରୀ ସ୍ବନିଧି ଯୋଜନା

– ଏକ ରାଷ୍ଟ୍ର ଏକ ରାସନ କାର୍ଡ

– ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା

– ଆୟୁଷ୍ମାନ ଭାରତ ପିଏମ ଜନ ଆରୋଗ୍ୟ ଯୋଜନା

– ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର

– ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା

ଆଜାଦୀ କା ଅମୃତ ମହୋତ୍ସବ ନରେନ୍ଦ୍ର ମୋଦୀ ପିଏମ କିସାନ ସମ୍ମାନ ନିଧି ବିଶ୍ୱେଶ୍ୱର ଟୁଡୁ
Share. Facebook Twitter LinkedIn Email WhatsApp Copy Link

Related Posts

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.