Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିଶାଳ ଗରିବ କଲ୍ୟାଣ’ ସମ୍ମିଳନୀ, ଓଡିଶାରେ ମଧ୍ୟ ଆୟୋଜନ
ଜାତୀୟ ଖବର

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିଶାଳ ଗରିବ କଲ୍ୟାଣ’ ସମ୍ମିଳନୀ, ଓଡିଶାରେ ମଧ୍ୟ ଆୟୋଜନ

May 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ବିଶାଳ ଗରିବ କଲ୍ୟାଣ’ ସମ୍ମିଳନୀ, ଓଡିଶାରେ ମଧ୍ୟ ଆୟୋଜନ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୮ ବର୍ଷ ପୂର୍ତି ଉପଲକ୍ଷେ ଆଜି ସମଗ୍ର ଭାରତବର୍ଷରେ ସେବା, ସୁଶାସନ ଓ ଗରିବ କଲ୍ୟାଣର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ପିଏମ କିଷାନ ସମ୍ମାନ ନିଧି ଯୋଜନାର ଲାଭାର୍ଥୀ ଚାଷୀ ଭାଇଙ୍କ ପାଇଁ ୧୧ତମ କିସ୍ତି ପ୍ରଦାନ କରିବେ।

ସେଥିପାଇଁ କଟକ ଜିଲ୍ଲା ମାହାଙ୍ଗା ପୋଡ଼ାମରାଇ ଠାରେ ଦଳ ତରଫରୁ ‘ବିଶାଳ ଗରିବ କଲ୍ୟାଣ ସମ୍ମିଳନୀ’ ଆୟୋଜନ ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧାପ୍ରସାରଣକୁ ଦେଖିବାର ଆୟୋଜନ କରାଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାହାଙ୍ଗାର ବରାହିପୁର ଠାରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧାପ୍ରସାରଣକୁ ଦେଖିବା ସହ ପୋଡ଼ାମରାଇ ଠାରେ ‘ବିଶାଳ ଗରିବ କଲ୍ୟାଣ ସମ୍ମିଳନୀ’ରେ ଯୋଗଦେବେ।

ସେହିପରି କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡ଼ୁ ମୟୂରଭଞ୍ଜରୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧାପ୍ରସାରଣକୁ ଦେଖିବାର କାର୍ଯ୍ୟକ୍ରମ ରହିଥିବା ବେଳେ ରାଜ୍ୟ ସଭାପତି ସମୀର ମହାନ୍ତି ନୟାଗଡରେ ଗରିବ କଲ୍ୟାଣ ସମ୍ମିଳନୀରେ ସାମିଲ ହେବେ ବୋଲି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି ।

ଏ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ଶ୍ରୀ ମହାପାତ୍ର କହିଛନ୍ତି ଯେ ଦେଶରେ ସ୍ୱାଧୀନତାର ଅମୃତ ମହୋତ୍ସବ ଚାଲିଥିବା ସମୟରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର ଶିମଲାରେ “ଗରିବ କଲ୍ୟାଣ ସମ୍ମିଳନୀ” ନାମକ ଏହି ଜାତୀୟ ସ୍ତରର କାର୍ଯ୍ୟକ୍ରମରେ ଯୋଗଦେଇ ଅନେକ କଲ୍ୟାଣକାରୀ ଯୋଜନାର ହିତାଧିକାରୀ ମାନଙ୍କ ସହିତ ଭିଡିଓ କନ୍‌ଫରେନସିଂ ଜରିଆରେ ଆଲୋଚନା କରିବେ।

ଏହାସହ ଓଡିଶା ସମେତ ଦେଶର ୧୦ କୋଟିରୁ ଅଧିକ କୃଷକ ମାନଙ୍କୁ ୨୧ ହଜାର କୋଟି ଟଙ୍କାରୁ ଅଧିକ ପିଏମ୍ କିଷାନ ସମ୍ମାନ ନିଧିର ୧୧ତମ କିସ୍ତି ମଧ୍ୟ ଜାରି କରିବେ । ଏ ଦୃଷ୍ଟିରୁ ରାଜ୍ୟ ବିଜେପି ପକ୍ଷରୁ ବିଭିନ୍ନ ଜିଲ୍ଲାରେ ‘ଗରିବ କଲ୍ୟାଣ ସମ୍ମିଳନୀ’କାର୍ଯ୍ୟକ୍ରମକୁ ସିଧାସିଧା ଦେଖିବାର ଆୟୋଜନ କରାଯାଇଛି । ମନ୍ତ୍ରୀ, ସାଂସଦ, ବିଧାୟକ, ଦଳର ପଦାଧିକାରୀ ଓ କାର୍ଯ୍ୟକର୍ତାମାନେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧାପ୍ରସାରଣକୁ ଦେଖିବାର ବ୍ୟବସ୍ଥା ହୋଇଛି । ଏଥିପାଇଁ ଦଳର ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି ।

ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧି ବିଶେଶ୍ୱର ଟୁଡ଼ୁ
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026
Latest News

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

UNSC ରେ ଭାରତର ଅସ୍ଥାୟୀ ଆସନକୁ ସମର୍ଥନ କରିବ କି ଚୀନ୍?: ବଡ଼ ବିବୃତ୍ତି ଦେଲା ପଡ଼ୋଶୀ ଦେଶ

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.