Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ

May 31, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଭାଗୃହ ରେ ଜିଲ୍ଲା ସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳନ କରାଗଲା। ସି ଡ଼ି ଏମ ଓ ଡ କସ୍ତୁରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଡି ପି ଏଚ ଓ ଡ ରାକେଶ ସାହୁ, ଏ ଡି ପି ଏଚ ଓ ଡ ଚନ୍ଦ୍ରିକା ଆଚାର୍ଯ୍ୟ, ଡି ପି ଏମ ଅବନୀ ମହାପାତ୍ରଙ୍କ ସମେତ ନିହାର ଠାକୁର, ହିମାଂଶୁ ବାରିକ, ବିବେକାନନ୍ଦ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

ଅତିଥିଗଣ ନିଜ ଭାଷଣରେ ତମାଖୁ ସେବନର ଅପକାରିତା ଓ କର୍କଟ ରୋଗ ର ଅନ୍ୟତମ କାରଣ କହିବା ସହ ଏହିଭଳି ନିଶାଦ୍ରବ୍ୟକୁ ସେବନ ନ କରିବାତଥା ତଦ୍ ଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଁ ସମାଜ ରେ ବିଶେଷ ପ୍ରଚାର ସହ ସ୍କୁଲ କଲେଜ ମାନଙ୍କ ପାଖରେ ଏଭଳି ନିଶାଦ୍ରବ୍ୟ ର ବିକ୍ରି କୁ ନିଷେଧ ଉପରେ କହିଥିଲେ। ଚଳିତ ବର୍ଷର ସ୍ଲୋଗାନ” ତମାଖୁ ଆମ ପରିବେଶ ପ୍ରତି ବିପଦ”ଏବଂ ଏହା ଉପରେ ଗୁରୁତ୍ବ ଦେଇ ତମାଖୁ ସେବନ କୁ ନିରୁତ୍ସହିତ କରିବା ଆମ ସମସ୍ତଙ୍କର ଦାୟିତ୍ୱ।ଏହି ଦିବସର ମହତ୍ତ୍ଵକୁ ମାନେ ପକାଇ ଏକ ଶପଥ ପାଠ କାର୍ଯକ୍ରମ ହୋଇଥିଲା।

ବିଶ୍ଵ ତମାଖୁ ବର୍ଜନ ଦିବସ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ସ୍କୁଲ ଓ କଲେଜ ସ୍ତରୀୟ ବକ୍ତୃତା, ଚିତ୍ରାଙ୍କନ,ସ୍ଲୋଗାନ ପ୍ରତିଯୋଗିତା ରେ ବିଜୟୀ କୃତି ଛାତ୍ର ଛାତ୍ରୀ ଙ୍କୁ ମୁଖ୍ୟ ଅତିଥି ଡ କସ୍ତୁରୀ ମିଶ୍ର ପୁରସ୍କାର ପ୍ରଦାନ କରିଥିଲେ। ସଭା କାର୍ଯକ୍ରମ ପୂର୍ବରୁ ସକାଳ ୮.୦୦ ଘ ସମୟରେ ଆଶା କର୍ମୀ ଓ ଏ ଏନ୍ ଏମ ଛାତ୍ରୀ ମାନଙ୍କ ଦ୍ଵାରା ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରାଯାଇଥିଲା।

କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଜିଲ୍ଲା ସ୍ତରୀୟ ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ରାୟଗଡ଼ା ମଣ୍ଡଳରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ ହେତୁ ପାସେଞ୍ଜର ଟ୍ରେନ୍ ବାତିଲ୍

July 27, 2026

ରଣପୁର ପ୍ରେସ କ୍ଲବର ନୂତନ ଗୃହ ଉଦ୍‌ଘାଟିତ: ଯୋଗଦେଲେ ବାଚସ୍ପତି

July 27, 2026

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

July 27, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ମୂଲ୍ୟ: ଜାଣନ୍ତୁ ମହଙ୍ଗା ହେବ କି ଶସ୍ତା?

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.