Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ବିଶେଷ ଖବର

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିନରେ ୫ଟି ଜିଲ୍ଲାର ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

June 3, 2022No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି। ପାଠ ସହ ଖେଳ ଆଦି କ୍ରିଏଟିଭ ଟ୍ୟାଲେଣ୍ଟର ବିକାଶ ପାଇଁ ସୁଯୋଗ ଆଣିଛି। ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରି ବାରେ ବିଶେଷ ସହାୟକ ହୋଇଛି ବୋଲି ଛାତ୍ରଛାତ୍ରୀମାନେ ମତ ଦେଇଥିଲେ।

ଆଜି ଦ୍ବିତୀୟ ପର୍ଯ୍ୟାୟର ଦ୍ବିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଆନନ୍ଦ ଉତ୍ସାହ ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି। ସମସ୍ତେ ସ୍କୁଲର ରୂପାନ୍ତରରେ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଅଧିକ ଆତ୍ମବିଶ୍ବାସର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି।

ଏହି ଅବସରରେ ଆଲୋଚନାରେ ଭାଗ ନେଇ ଢେଙ୍କାନାଳରୁ ତ୍ରିଶା ପ୍ରିୟଦର୍ଶିନୀ,ଗଞ୍ଜାମରୁ ଅର୍ପିତା ଚୌଧୁରୀ, କନ୍ଧମାଳରୁ ସୋନାଲି କହ୍ନର ନବରଂଗପୁରରୁ ଜୁଇସ ସୁନା ଓ ଅନୁଗୁଳରୁ ବିଷ୍ଣୁ ପ୍ରସାଦ ଚଇନି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବ୍ୟକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣନା କରିଥିଲେ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଂଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି।

ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମନ ଓ ମାନସିକତା ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇଛି। ସେମାନଙ୍କ ବ୍ୟକ୍ତିତ୍ବକୁ ମଧ୍ୟ ବିକଶିତ କରୁଛି।

ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି। ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।

ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି। ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା। ସେହିପରି ଟିମ ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି। ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି। ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ।

ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଉପବାଚସ୍ପତି ରଜନୀକାନ୍ତ ସିଂହ, ବିଧାୟକ ଅଙ୍ଗଦ କାହ୍ନର ଓ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଉଦବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଦୂରଦର୍ଶୀ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ନବରଙ୍ଗପୁରର ଜଣେ ଛାତ୍ରୀ ଜୁଇସ ସୁନା ପିଲାଙ୍କ ଗମନାଗମନ ଅସୁବିଧା ଵିଷୟରେ ଦୃଷ୍ଟି ଆକର୍ଷଣ କରିଥିଲେ, ପିଲାଙ୍କ ସୁବିଧା ପାଇଁ ଅଧିକ ହଷ୍ଟେଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଏସିଏସ ପଞ୍ଚାୟତ୍ତିରାଜ ଓ ପାନୀୟ ଜଳ ବିଭାଗ ମୀନା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପ୍ରିନସିପାଲ ସେକ୍ରେଟାରୀ SC/ST DEVRLOPMENT ରଞ୍ଜନା ଚୋପ୍ରା ଧନ୍ୟବାଦ ଦେଇଥିଲେ।

ଦ୍ବିତୀୟ ପର୍ଯ୍ୟାୟ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ସ୍କୁଲ ରୂପାନ୍ତରଣର
Share. Facebook Twitter LinkedIn Email WhatsApp Copy Link

Related Posts

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.