Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ରାଜ୍ୟ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ , ନୂଆ ମନ୍ତ୍ରୀଙ୍କୁ ନବୀନ କଲେ ଫୋନ
ବିଶେଷ ଖବର

ଆସନ୍ତାକାଲି ରାଜ୍ୟ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ , ନୂଆ ମନ୍ତ୍ରୀଙ୍କୁ ନବୀନ କଲେ ଫୋନ

June 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଶପଥ ନେବେ ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ, ନବୀନ କଲେ ଫୋନ

ଭୁବନେଶ୍ୱର: ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ମନ୍ତ୍ରୀମଣ୍ଡଳ ଅଦଳବଦଳ କରିବେ ବୋଲି ନିଶ୍ଚିତ ହୋଇଛି। ସେଥିପାଇଁ ଆଜି ରାଜ୍ୟ ମନ୍ତ୍ରୀ ମଣ୍ଡଳର ସମସ୍ତ ମନ୍ତ୍ରୀ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତଥ୍ୟ ଅନୁସାରେ ଆସନ୍ତାକାଲି ରବିବାର ଦିନ ୧୧.୪୫ ମିନିଟରେ ରାଜ୍ୟର ନୂତନ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବେ।

ରାଜଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ଯେଉଁମାନେ ମନ୍ତ୍ରୀ ଭାବେ ଶପଥ ନେବେ ସେମାନଙ୍କ ପାଖକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମଧ୍ୟ ଫୋନ୍ ଯିବା ଆରମ୍ଭ ହୋଇଛି । ଏହାସହ ସମସ୍ତଙ୍କୁ ଭୁବନେଶ୍ୱର ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବିଧାୟକ ଅତନୁ ସବ୍ୟସାଚୀ ନାୟକ, ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଫୋନ୍ ଯାଇଛି। ସେହିପରି ଲତିକା ପ୍ରଧାନ, ବାସନ୍ତୀ ହେମ୍ବ୍ରମ୍, ମନୋହର ରାନ୍ଧାରୀ ,ପ୍ରଦୀପ ଅମାତ, ରୋହିତ ପୂଜାରୀଙ୍କୁ ବି ଫୋନ୍ କଲ୍ ଯାଇଥିବା ଜଣାପଡିଛି। ସେହିପରି ବାଚସ୍ପତି ପଦରୁ ମଧ୍ୟ ସୂର୍ଯ୍ୟନାରାୟଣ ପାତ୍ର ଇସ୍ତଫା ଦେଇଛନ୍ତି।

ସୁତ୍ର ଅନୁସାରେ ଏଥର ନବୀନ ଉଷା ଦେବୀଙ୍କୁ ବାଚସ୍ପତି କରିପାରନ୍ତି ବୋଲି ଚର୍ଚ୍ଚା ଚାଲିଛି।

ଆଜି ସକାଳୁ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ଇସ୍ତଫା ଦେବାକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ କୁହାଯିବା ପରେ ଜଣକ ପରେ ଜଣେ ମନ୍ତ୍ରୀ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ୪ ପାଳି ମୁଖ୍ୟମନ୍ତ୍ରୀତ୍ୱରେ ମନ୍ତ୍ରିମଣ୍ଡଳ ପରିବର୍ତନ ସମୟରେ ନିର୍ଦ୍ଦିଷ୍ଟ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କହୁଥିଲେ ନବୀନ। ମାତ୍ର ଏଥର ମନ୍ତ୍ରିମଣ୍ଡଳ ପୁର୍ନଗଠନରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଶୈଳୀ ଆପଣାଇଛନ୍ତି। ଏଥର ଏକସଙ୍ଗେ ସମସ୍ତ ମନ୍ତ୍ରୀଙ୍କୁ ଇସ୍ତଫା ଦେବାକୁ କହି ସମସ୍ତଙ୍କୁ ଚକିତ କରିଛନ୍ତି।

ମନ୍ତ୍ରୀ ମଣ୍ଡଳ ଅଦଳବଦଳ ରାଜ୍ୟ ମନ୍ତ୍ରୀ ମଣ୍ଡଳ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.