Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାର ପ୍ରଥମ ବିଳାସପୁର୍ଣ ହାଉସ ବୋଟ ‘ଗରୁଡ଼’ କୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ
ବିଶେଷ ଖବର

ଓଡ଼ିଶାର ପ୍ରଥମ ବିଳାସପୁର୍ଣ ହାଉସ ବୋଟ ‘ଗରୁଡ଼’ କୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

June 8, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତା କାଲିଠାରୁ ଚିଲିକାରେ କାର୍ଯ୍ୟକ୍ଷମ ହେବ ବହୁ ପ୍ରତିକ୍ଷୀତ ଓଡ଼ିଶାର ପ୍ରଥମ ବିଳାସପୁର୍ଣ୍ଣ ହାଉସ୍‌ବୋଟ୍‌ ‘ଗରୁଡ଼’। ଏହାକୁ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୯.୩୦ ମିନିଟ ସମୟରେ ଭରଚୁଆଲି ଉଦଘାଟନ କରିବେ ବୋଲି ଏହାର ପରିଚାଳନା ଦାୟିତ୍ୱ ନେଇଥିବା ଘରୋଇ ସଂସ୍ଥା ‘ବିକାଶ ଇକୋ ରିସୋର୍ଟସ’ ର ପରିଚାଳନା ନିର୍ଦ୍ଦେଶକ ମୁରଲୀ କ୍ରିଷ୍ଣା ଦଶରୀ ଏବଂ ନିର୍ଦ୍ଦେଶକ ଗୌତମ ଅଗ୍ରୱାଲଙ୍କ ପକ୍ଷରୁ ସୂଚନା ମିଳିଛି।

ଡବଲ୍‌ ଇଞ୍ଜିନ୍‌ ବିଶିଷ୍ଟ ‘ଗରୁଡ଼’ ବୋଟ‌ର ଲମ୍ବା ୧୦୫ଫୁଟ ଏବଂ ଓସାର ୨୨ଫୁଟ ଥିବା ବେଳେ ଚିଲିକାର ଜଳବାୟୁ ଅନୁଯାୟୀ ଏହାକୁ ନିର୍ମାଣ କରାଯାଇଛି। ବୋଟ‌ର ତଳ ମହଲାରେ ବିଳାସପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ବାର‌ ଓ ଲାଉଞ୍ଜ ଅଛି, ଯେଉଁଠାରେ ଏକକାଳୀନ ଭାବେ ସର୍ବାଧିକ ୩୦ ଜଣ ବ୍ୟକ୍ତି ଏକାଠି ହୋଇପାରିବେ।

ସେହିପରି ଭାବେ ବୋଟକୁ ସର୍ବାଧିକ ୬ ଦମ୍ପତି ୨୪ ଘଣ୍ଟିଆ ପ୍ୟାକେଜ ଅନୁଯାୟୀ ବୁକ କରିପାରିବେ। ଜଳଖିଆ, ମଧ୍ୟାହ୍ନ ଭୋଜନ, ସନ୍ଧ୍ୟା ଜଳଖିଆ ଏବଂ ରାତ୍ରଭୋଜନ ବ୍ୟବସ୍ଥା ଉକ୍ତ ପ୍ୟାକେଜରେ ଅନ୍ତର୍ଭୁକ୍ତ ଅଟେ।

ବିଶେଷ ଆକର୍ଷଣ ଭାବେ ଚିଲିକା ପ୍ରସିଦ୍ଧ ଚିଙ୍ଗୁଡ଼ି, କଙ୍କଡା ଏବଂ ଖଈଙ୍ଗା ମାଛ ମଧ୍ୟ ଖାଦ୍ୟରେ ରହିବ। ବୋଟର ପ୍ରାଇଭେଟ ଲାଉଞ୍ଜରେ ଚାରି ଗୋଟି ପ୍ରିମିୟମ ରୁମ ରହିଛି ଏବଂ ଦୁଇ ଗୋଟି ସୁଟ ରୁମ ଅଛି ଯେଉଁଥିରେ ପର୍ଯ୍ୟଟକ ମାନେ ଚିଲକାକୁ ୧୮୦ ଡିଗ୍ରୀରୁ ଉପଭୋଗ କରିପାରିବେ ଏବଂ ବସିବା ଲାଗି କିଙ୍ଗ ସାଇଜ ବେଡ଼ ଓ ସୋଫାର ବ୍ୟବସ୍ଥା ଅଛି।

ବେଳାଭୂମିରେ ସନ‌ବାଥ‌, ମସାଜ ‌, କ୍ରୀଡ଼ା, ଗୀତ ନାଚ, ଡ଼ଲଫିନ ଓ ବିଦେଶୀ ପକ୍ଷୀ ଦେଖିବା, ଚିଲିକାରେ ବିଶେଷ ସମୟ କଟାଇବାର ଆଦି ମଜା ନେଇପାରିବେ ପର୍ଯ୍ୟଟକ ମାନେ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ବୋଟରେ ଜୀବନ ରକ୍ଷାକାରି ଉପକରଣ ରହିବା ସମେତ ଜରୁରୀକାଳିନ ପରିସ୍ଥିତିରେ ସେମାନଙ୍କୁ ବୋଟରୁ ସ୍ଥାନାନ୍ତର ନିମନ୍ତେ ଏକ ବ୍ୟାକ‌ଅପ‌ ବୋଟର ବ୍ୟବସ୍ଥା ମଧ୍ୟ କରାଯାଇଛି। ‌ସୁରକ୍ଷା ସେନସର ଏବଂ ଅଗ୍ନି ନିରାପତ୍ତା ଉପକରଣ ବ୍ୟବସ୍ଥା ମଧ୍ୟ ରହିଛି ଏହି ବୋଟରେ।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ବୋଟ ଚାଲିବା ସମୟରେ ପ୍ରଦୂଷଣ ଓ ବର୍ଯ୍ୟବସ୍ତୁ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି ଏବଂ ଏଥିଲାଗି ବିଏସଭିଆଇ ଇଂଜିନ ବୋଟରେ ଲଗାଯାଇଛି।

ତେବେ ପର୍ଯ୍ୟଟକଙ୍କୁ ‘ ଗରୁଡ଼’ ବୋଟର ମଜା ନେବା ପାଇଁ ଗଣିବାକୁ ପଡିବ ୨୦-୨୫ ହଜାର ଟଙ୍କା, ଯାହାକି ୨୪ ଘଣ୍ଟା ପ୍ୟାକେଜ ପାଇଁ ଉପଲବ୍ଧ। ଏଥି ନିମନ୍ତେ ସେମାନଙ୍କୁ www.vikashecoresorts.com ୱେବସାଇଟ ରୁ ଅନଲାଇନ ବୁକିଂ କରିବାକୁ ପଡ଼ିବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି।

ତେବେ ଅନଲାଇନ ବୁକିଂ ବ୍ୟବସ୍ଥା ଆସନ୍ତା ଏକ ସପ୍ତାହ ମଧ୍ୟରେ କାର୍ଯ୍ୟକ୍ଷମ ହେବ ବୋଲି ଜଣାପଡିଛି। ସୂଚନା ଥାଉ କି ‘ ବିକାଶ ଇକୋ ରିସୋର୍ଟସ’ ଖୁବ କମ ଦିନ ମଧ୍ୟରେ ଓଡ଼ିଶାରେ ଏହାର ବ୍ୟବସାୟକୁ ଶୀର୍ଷରେ ପହଞ୍ଚାଇ ଲୋକପ୍ରିୟ ହୋଇପାରିଛି।

ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ଓଡିଶା ଗରୁଡ଼
Share. Facebook Twitter LinkedIn Email WhatsApp Copy Link

Related Posts

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026

ଓଡିଶା ମାଟି ତଳୁ ମିଳିଲା ହୀରା ଓ ମାଣିକ ପଥର ସନ୍ଧାନ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ସ୍ଥାନ

March 19, 2026

ଜିଓ ପେମେଣ୍ଟସ୍ ବ୍ୟାଙ୍କ ପକ୍ଷରୁ ୟୁପିଆଇ-ଆଧାରିତ ନଗଦ ଉଠାଣ ସେବା ଆରମ୍ଭ

March 19, 2026
Latest News

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ଏକ ଦଶନ୍ଧିରେ ଟ୍ରେନ ଦୁର୍ଘଟଣାରେ ୬୦% ଓ ମୃତ୍ୟୁ ୧୭% ହ୍ରାସ: ଅଶ୍ଵିନୀ ବୈଷ୍ଣବ

March 19, 2026

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.