Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଜାତୀୟ ରାଜପଥରେ ପାଟ୍ରୋଲିଂ ଭ୍ୟାନ ଦୁର୍ଘଟଣାଗ୍ରସ୍ତ, ଦୁଇ ଗୁରୁତର
ଆଞ୍ଚଳିକ

ବାଲୁଗାଁ: ଜାତୀୟ ରାଜପଥରେ ପାଟ୍ରୋଲିଂ ଭ୍ୟାନ ଦୁର୍ଘଟଣାଗ୍ରସ୍ତ, ଦୁଇ ଗୁରୁତର

June 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ହାଇୱେ ପାଟ୍ରୋଲିଂ ଭ୍ୟାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ଦୁଇ ଜଣ କର୍ମଚାରୀ ଆହତ ହୋଇଛନ୍ତି।

ଘଟଣା ମୁତାବକ ଆଜି ଅପରାହ୍ନରେ ସୁବୁଦ୍ଧିପାଟଣା ଛକରେ ହାଇୱେ ପାଟ୍ରୋଲିଂ ଭ୍ୟାନଟି ଦୁର୍ଘଟଣାଗ୍ରସ୍ତ ହୋଇ ତଳକୁ ଖସିପଡ଼ିଛି। ତେବେ ଦୁର୍ଘଟଣାର କାରଣ ଜଣାପଡିନଥିଲେ ସୁଦ୍ଧା ଗାଡିର ସମ୍ମୁଖ ଭାଗଟି କ୍ଷତିଗ୍ରସ୍ତ ହୋଇଥିବାର ଜଣାପଡ଼ିଛି।

ଖବର ପାଇ ନାଭାଲ ଫାଣ୍ଡି ଅଧିକାରୀ ଗାଡ଼ିରୁ ଦୁଇ ଜଣ କର୍ମଚାରୀଙ୍କୁ ଗୁରୁତର ଭାବେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ମେଡିକାଲକୁ ପଠାଇ ତଦନ୍ତ ଜାରି ରଖିଛନ୍ତି। ଆହତ କର୍ମଚାରୀ ଦ୍ବୟ ହେଲେ ଏସପିଓ ବିଶ୍ୱରଞ୍ଜନ ନାୟକ ଏବଂ ଡ୍ରାଇଭର ଭାଗିରଥି ସେଠି।

ସୂଚନା ଥାଉକି ଗାଡ଼ିରେ ଉକ୍ତ ଦୁଇ ଜଣଙ୍କ ସମେତ ହୋମଗାର୍ଡ ବିଦ୍ୟାଧର ସେଠି ମଧ୍ୟ ଉପସ୍ଥିତ ଥିବା ବେଳେ ତାଙ୍କର କିଛି କ୍ଷତି ହୋଇନାହିଁ।

ତେବେ ପ୍ରାପ୍ତ ସୂଚନା ଅନୁଯାୟୀ, ଭୁବନେଶ୍ଵରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଗୋଟିଏ ବସ ଭ୍ୟାନଟିକୁ ଡାହାଣ ପାର୍ଶ୍ଵରୁ ଧକ୍କା ଦେଇଥିଲା। ଯାହାଫଳରେ ଭ୍ୟାନଟି ଭାରସାମ୍ୟ ହରାଇ ଗୋଟିଏ ଗଛରେ ଧକ୍କା ଦେଇଥିଲା। ବର୍ତ୍ତମାନ ଦୁର୍ଘଟଣା ଘଟାଇଥିବା ବସଟିକୁ ପୋଲିସ ଧରିବା ପାଇଁ ତଦନ୍ତ ଆରମ୍ଭ କରିଦେଇଛି।

ଜାତୀୟ ରାଜପଥ ଦୁଇ ଗୁରୁତର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଆଜି ଅନ୍ତର୍ଜାତୀୟ ଚା ଦିବସ, ଜାଣନ୍ତୁ ଚା’ର ପ୍ରକାର ବିଷୟରେ

May 21, 2026

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.