Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍: ଜାଣନ୍ତୁ କ’ଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍: ଜାଣନ୍ତୁ କ’ଣ କହିଲେ ମୁଖ୍ୟମନ୍ତ୍ରୀ ନବୀନ

July 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ। ତେବେ ଏହି ବଜେଟ୍‌କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ଚଳିତ ବଜେଟ୍ ଗରିବଙ୍କ ସହାୟତା ଓ ବିକାଶମୁଖୀ। ସ୍ବାସ୍ଥ୍ୟ ସେବାର ଗୁଣାତ୍ମକ ମାନବୃଦ୍ଧି ପାଇଁ ବଜେଟରେ ପ୍ରାଥମିକତା ଦିଆଯାଇଛି।

ଗୁଣାତ୍ମକ ଶିକ୍ଷା ଭିତ୍ତିଭୂମିର ବିକାଶ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ସେ କହିଛନ୍ତି। ୫-ଟି ଓ ମୋ’ ସରକାର କାର୍ଯ୍ୟକ୍ରମକୁ ଆଖିରେ ରଖି ବଜେଟ ପ୍ରସ୍ତୁତ କରାଯାଇଛି। ରାଜ୍ୟର ସର୍ବଙ୍ଗୀନ ବିକାଶରେ ବଜେଟ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ଚଳିତ ବଜେଟରେ କେଉଁ ବିଭାଗ ପାଇଁ କେତେ ଅଟକଳ କରାଯାଇଛି, ଆସନ୍ତୁ ଜାଣିବା…

କୃଷି- ୨୧, ୧୬୬ କୋଟି: କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ ୭୪ କୋଟି ଟଙ୍କାର ବ୍ୟୟ ବରାଦ ହୋଇଥିବା ବେଳେ କୃଷି ଗବେଷଣା ଓ ଶିକ୍ଷା ପାଇଁ ୧୬୧ କୋଟି, ଉଦ୍ୟାନ କୃଷି ବିକାଶ ପାଇଁ ୩୧୨ କୋଟି, କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୨୨ କୋଟି,  ଜଳସେଚନ ପାଇଁ କୋରାପୁଟରେ ଝଞ୍ଜାବତୀ ପ୍ରକଳ୍ପ ଯୋଜନାରେ ୪୦୦ କୋଟି ଏବଂ ଚାଷୀମାନଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି ବରାଦ କରାଯାଇଛି।

ସ୍ୱାସ୍ଥ୍ୟ- ୧୨, ୬୨୪ କୋଟି: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨ ହଜାର ୬୬୪ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ ଅଧୀନରେ ଖର୍ଚ୍ଚ ହେବ ୨ ହଜାର ୩୨୫ କୋଟି, ପରିବାର କଲ୍ୟାଣ ଯୋଜନା ପାଇଁ ୫୧୪ କୋଟି, ସ୍ୱାସ୍ଥ୍ୟ କ୍ଷେତ୍ରରେ ଆନୁସଙ୍ଗିକ ସେବାର ସୁଦୃଢୀକରଣ ପାଇଁ ୬୫୨ କୋଟି, ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ ୨ ହଜାର ୧୫୬ କୋଟି ଓ ‘ସ୍ୱାସ୍ଥ୍ୟ ଓ ଭେଷଜ ଶିକ୍ଷାରେ ମାନବ ସମ୍ବଳ’ ଯୋଜନା ଅଧୀନରେ ୩୧୨ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି।

ଶିକ୍ଷା ଓ ଦକ୍ଷତା ବିକାଶ- ୨୭, ୩୨୪ କୋଟି: ମୋ ସ୍କୁଲ ଅଭିଯାନ ଅଧିନରେ ୬୪୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଥିବା ବେଳେ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ପାଇଁ ୧୦୦ କୋଟି, ମୋ କଲେଜ ଅଭିଯାନ ପାଇଁ ୧୧ କୋଟି ଓ ‘ସମଗ୍ର ଶିକ୍ଷା’ ପାଇଁ ୩୫୮୧ କୋଟି ବ୍ୟୟ ବରାଦ କରାଯାଇଛି।

ସେହିଭଳି ସଡକ ଓ ଭିତ୍ତିଭୂମି ପାଇଁ ୧୪, ୪୫୪ କୋଟି ବ୍ୟୟ ବରାଦ କରାଯାଇଥିବା ବେଳେ ଶକ୍ତି ପାଇଁ ୩୪୮୨ କୋଟି, ବିପର୍ଯ୍ୟୟ ପରିଚାଳନା ପାଇଁ ୩୨୬୨ କୋଟି, ଜଙ୍ଗଲ ଓ ପରିବେଶ ପାଇଁ ୨୨୧୭ କୋଟି, ମିଶନ ଶକ୍ତି ପାଇଁ ୨୦୦୦ କୋଟି, ଏମଏସଏମଇ, ଉଦ୍ୟୋଗ ପାଇଁ ୧୨୬୯ କୋଟି, କ୍ରୀଡା ଓ ଯୁବସେବା ବିଭାଗ ପାଇଁ ୯୧୧ କୋଟି, ପର୍ଯ୍ୟଟନ ପାଇଁ ୫୯୦ କୋଟି, ଆଇଟି ଓ ଇଲେକ୍ଟ୍ରୋନିକ୍ ପାଇଁ ୩୦୨ କୋଟି, ଶିଳ୍ପ, ଇସ୍ପାତ ଓ ଖଣି ପାଇଁ ୧୮୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

କୃଷି ନିରଞ୍ଜନ ପୂଜାରୀ ମୁଖ୍ୟମନ୍ତ୍ରୀ ନବୀନ ଶିକ୍ଷା ଓ ଦକ୍ଷତା ବିକାଶ ଶିକ୍ଷା ଭିତ୍ତିଭୂମି ସ୍ବାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.