Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ଅବସରପ୍ରାପ୍ତ ଅଧ୍ୟାପକଙ୍କ ଘରୁ ଲୁଟ୍
ଅପରାଧ

ବାଣପୁର: ଅବସରପ୍ରାପ୍ତ ଅଧ୍ୟାପକଙ୍କ ଘରୁ ଲୁଟ୍

July 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ପଦନପୁର ଗ୍ରାମ ଛକରେ ଥିବା ଅବସରପ୍ରାପ୍ତ ଅଧ୍ୟାପକ ଅନଙ୍ଗଭୀମ ବିଶ୍ୱାଳଙ୍କ ଘରେ ଗୁରୁବାର ବିଳମ୍ବିତ ରାତିରେ ଏକ ଲୁଟ ହୋଇଛି। ଏ ନେଇ ବାଣପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ପୋଲିସର ସୂଚନା ମୁତାବକ ଅନଙ୍ଗ ଏବଂ ତାଙ୍କ ପରିବାରବର୍ଗ ଗତକାଲି ରାତିରେ ଶୋଇଥିବା ବେଳେ ବିଳମ୍ବିତ ରାତ୍ରିରେ କିଛି ଦୁର୍ବୁତ୍ତମାନେ ତାଙ୍କ ଘରେ ପଶି ଲୁଟ କରୁଥିଲେ।

ତେବେ ହଠାତ ପରିବାରର ଜଣେ ସଦସ୍ୟଙ୍କ ନିଦ ଭାଙ୍ଗିଯିବାରୁ ସେ ଏହା ଜାଣିବାକୁ ପାଇଥିଲେ ଓ ଚିତ୍କାର କରିଥିଲେ। ଚିତ୍କାର ଶୁଣି ଲୁଟେରାମାନେ ଲୁଟିଥିବା ଅଳ୍ପ ଅଳଙ୍କାର ନେଇ ଫେରାର ହୋଇଯାଇଥିଲେ। ତେବେ ଲୁଟ ହୋଇଥିବା ସୁନା ଓ ରୁପା ଅଳଙ୍କାରର ମୂଲ୍ୟ ଆନୁମାନିକ ୫୦ ରୁ ୬୦ ହଜାର ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ଏ ସଂକ୍ରାନ୍ତରେ ବାଣପୁର ପୋଲିସ କେଶ ନମ୍ବର ୨୭୫/୨୨ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଛି।

ତେବେ ବାଣପୁର-ବାଲୁଗାଁ ଅଞ୍ଚଳରେ କିଛି ମାସ ହେବ ରାତ୍ରି ସମୟରେ ବାଇକ ଚୋରି ଏବଂ ଜନସାଧାରଣଙ୍କ ଘରୁ ଲୁଟ ବୃଦ୍ଧି ପାଉଥିବା ବେଳେ ପୋଲିସ ରାତ୍ରିକାଳିନ ପାଟ୍ରୋଲିଂ କଡ଼ାକଡି କରିବା ପାଇଁ ସାଧାରଣରେ ଦାବି ହେଉଛି।

ବାଣପୁର ଲୁଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ସୀମାରୁ ୫ କୋଟିର ହେରୋଇନ୍ ଜବତ

March 1, 2026

ଦୁବାଇ ସମେତ ୟୁଏଇ ଉପରେ ସିରିଜ ଆକ୍ରମଣ ଆରମ୍ଭ କଲା ଇରାନ 

March 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ବାଲୁଗାଁ: ଦୁଇ ଲୁଟେରା ଗିରଫ

February 28, 2026
Latest News

ଖାମେନେଇଙ୍କ ହତ୍ୟା ବିରୋଧରେ ହିଂସାତ୍ମକ ପ୍ରତିବାଦ ଜାରି: ଲୁହବୁହା ଗ୍ୟାସ୍ ମାଡ଼ କଲା ପୋଲିସ 

March 2, 2026

ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

March 2, 2026

ଆଧାର କେନ୍ଦ୍ର ଖୋଜିବା ଏବେ ବହୁତ ସହଜ!: ଗୋଟିଏ କ୍ଲିକ୍‌ରେ ପାଇବେ ସଠିକ୍ ସ୍ଥାନ

March 2, 2026

ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣରେ ନିହତ ହେଲା ହିଜବୁଲ୍ଲାର ଶୀର୍ଷ କମାଣ୍ଡର

March 2, 2026

ଇଣ୍ଡିଆ-ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬: ସମସ୍ତଙ୍କ ପାଇଁ କଲ୍ୟାଣ, ସମସ୍ତଙ୍କ ପାଇଁ ଆନନ୍ଦ

March 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.