Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧୩ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା: ସିଇସି
ଆଜିର ଖବର

ଅଗଷ୍ଟ ୧୩ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା: ସିଇସି

August 10, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Rain
ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର: ଗତକାଲି ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ କ୍ରମେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଥିବା ବେଳେ ଅଗଷ୍ଟ ୧୩ ତାରିଖ ବେଳକୁ ଉତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ନୂତନ ଲଘୁଚାପଟି ଅଗଷ୍ଟ ୧୪ ତାରିଖ ବେଳକୁ ଉତ୍ତର ଓଡ଼ିଶା ଉପକୂଳରେ ଘନୀଭୂତ ହେବା ସହ ପଶ୍ଚିମ ଦିଗ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଉତର ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ଅଗଷ୍ଟ ୧୨ ତାରିଖ ରାତିରୁ ଆରମ୍ଭ ହୋଇ ଏହାର ୨୪ ଘଂଟା ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଦା, କଟକ, ଢ଼େଙ୍କାନାଳ, କେନ୍ଦୁଝର, ଦେବଗଡ, ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା ଏବଂ ନବରଙ୍ଗପୁର ଜିଲ୍ଲାଗୁଡ଼ିକରେ ଏହି ଲଘୁଚାପର ପ୍ରଭାବ ରହିବ।

ଅଗଷ୍ଟ ୧୪ ତାରିଖ ବେଳକୁ ଏହି ବର୍ଷାର ପରିମାଣ ବୃଦ୍ଧି ପାଇ ପ୍ରବଳରୁ ଅତି ପ୍ରବଳ ହେବା ସହ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ସୋନ୍‌ପୁର, ବୌଦ୍ଧ, ଦେବଗଡ଼, କନ୍ଧମାଳ, ନବରଙ୍ଗପୁର ଏବଂ ଅନୁଗୁଳରେ ପ୍ରଭାବ ପକାଇବ। ଅଗଷ୍ଟ ୧୫ ତାରିଖ ବେଳକୁ ଯଦିଓ ବର୍ଷାର ପରିମାଣ କମିବ ତଥାପି ରାଜ୍ୟ ସାରା ଏହି ଦିନ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।
ପୂର୍ବରୁ ଯେଉଁ ଅବପାତ ଲଘୁଚାପରେ ପରିଣତ ହୋଇଥିଲା ତାହା ପଶ୍ଚିମ-ଉତର-ପଶ୍ଚିମ ଦିଗ ଆଡକୁ ମୁହାଁଇ ଧୀରେ ଧୀରେ ଦୁର୍ବଳ ହୋଇଯିବ। ଏହାର ପ୍ରଭାବରେ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଉତର ଏବଂ ପଶ୍ଚିମ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଅଗଷ୍ଟ ୧୮ କିମ୍ବା ୧୯ ତାରିଖ ବେଳକୁ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ଯୋଗୁଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ଲଘୁଚାପ ସୃଷ୍ଟି ହେବାର କୌଣସି ସୂଚନା ନାହିଁ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଅଗଷ୍ଟ ୧୩ ତାରିଖ ଓଡିଶା ବଙ୍ଗୋପସାଗର ଲଘୁଚାପ ସମ୍ଭାବନା ଶିକ୍ଷା ଓ ଅନୁସନ୍ଧାନ ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026
Latest News

ପୂର୍ବତଟ ରେଳପଥ ପକ୍ଷରୁ ପୁରୀ–ସୋଲାପୁର ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 6, 2026

ପାଇରେସୀ ବିରୋଧରେ ନିର୍ଣ୍ଣାୟକ ପଦକ୍ଷେପ: ୧୨୬୩ ୱେବସାଇଟ୍ ହେଲା ନିଷ୍କ୍ରିୟ

August 6, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ରେଢ଼ାଖୋଲ ଅଞ୍ଚଳରୁ ଫେରିବାଲା ଓ ମିସ୍ତ୍ରୀଙ୍କୁ ଚିହ୍ନଟ କରି ବିଦା କରାଯାଉ: ବିଜେପି ନେତାଙ୍କ ଦାବି

August 6, 2026

ଅଗଷ୍ଟ ୬ ତାରିଖ ରାଶିଫଳ: ପଢନ୍ତୁ ଆଜିର ଦିନଟି କିପରି ରହିବ?

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.