Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନିୟନ୍ତ୍ରଣକୁ ଆସୁଛି ବନ୍ୟା ପରିସ୍ଥିତି, ଏବେ ହୀରାକୁଦର ୪ ଟି ଗେଟ୍‌ ଖୋଲା, ହ୍ରାସ ପାଉଛି ଜଳସ୍ତର
ଜାତୀୟ ଖବର

ନିୟନ୍ତ୍ରଣକୁ ଆସୁଛି ବନ୍ୟା ପରିସ୍ଥିତି, ଏବେ ହୀରାକୁଦର ୪ ଟି ଗେଟ୍‌ ଖୋଲା, ହ୍ରାସ ପାଉଛି ଜଳସ୍ତର

August 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନିୟନ୍ତ୍ରଣକୁ ଆସୁଛି ବନ୍ୟା ପରିସ୍ଥିତି, ଏବେ ହୀରାକୁଦର ୪ ଟି ଗେଟ୍‌ ଖୋଲା, ହ୍ରାସ ପାଉଛି ଜଳସ୍ତର

ଭୁବନେଶ୍ବର: ରାଜ୍ୟର ବନ୍ୟା ପରିସ୍ଥିତି ଧିରେଧିରେ ନିୟନ୍ତଣକୁ ଆସୁଛି। ବର୍ତ୍ତମାନ ଲଘୁଚାପ ଅବପାତରେ ପରିଣତ ହୋଇ ଓଡିଶା ଅତିକ୍ରମ କରିସାରିଛି। ଏବେ ହୀରାକୁଦରେ ୪ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି । ଆଜି ଅପରାହ୍ନରେ ହୀରାକୁଦର ଜଳପତ୍ତନ ୬୨୦.୪୩ ଫୁଟ୍‌ ଅଛି। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଏହା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

ଏସଆରସିଙ୍କ ଅନୁସାରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୯୬ ହଜାର ୧୮୬ କ୍ୟìସେକ୍‌ ଜଳ ପ୍ରବେଶ କରୁଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୧ ଲକ୍ଷ ୨ ହଜାର ୬୮୫ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି । ଖଇରମାଳଠାରେ ୫ ଲକ୍ଷ ୯୦ ହଜାର କ୍ୟìସେକ୍‌ ଜଳ ପ୍ରବାହିତ ହେଉଅଛି। ବଡମୂଳଠାରେ ୭ ଲକ୍ଷ ୬୭ ହଜାର କ୍ୟìସେକ୍‌ ଜଳ ପ୍ରବାହିତ ହେଉଅଛି।

ସେହିପରି ମୁଣ୍ଡଳୀଠାରେ ୮ ଲକ୍ଷ ୩୫ ହଜାର ୬୭୨ କ୍ୟìସେକ୍‌ ଜଳ ପ୍ରବାହିତ ହେଉଅଛି। ମୁଣ୍ଡଳୀ ସମେତ ସବୁ ସ୍ଥାନରେ ଜଳସ୍ତର କ୍ରମଶଃ ହ୍ରାସ ପାଉଛି। ଆବଶ୍ୟକସ୍ଥଳେ ହୀରାକୁଦରେ ଖୋଲାଥିବା ୪ ଟି ଗେଟକୁ ମଧ୍ୟ ବନ୍ଦ କରିଦିଆଯାଇପାରେ।

ମିଳିଥିବା ସୂଚନା ଅନୁଯାୟୀ ବନ୍ୟା ଦ୍ୱାରା ୧୩ଟି ଜିଲ୍ଲାର ୭୩ଟି ବ୍ଲକ୍‌ ୬୦୭ଟି ଗ୍ରାମ ପଞ୍ଚାୟତ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୨୨୩୨ଟି ଗ୍ରାମ ପ୍ରଭାବିତ ହୋଇଛି। ରାଜ୍ୟର ୭୬୩ଟି ଗ୍ରାମ ଜଳ ଘେରରେ ରହିଥିବାବେଳେ ୪ ଲକ୍ଷ ୭୨ ହଜାର ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି ଏବଂ ପ୍ରାୟ ୭ ଲକ୍ଷ ୧୩ ହଜାର ଲୋକ ପ୍ରଭାବିତ ହୋଇଛନ୍ତି। ଏହି ସବୁ ଅଞ୍ଚଳରେ ୨୪୮ଟି ରିଲିଫ୍‌ କେନ୍ଦ୍ରରେ ୧ ଲକ୍ଷ ୪ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି।

ବନ୍ୟାରେ ୧୮୬୬ଟି ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ଲଗାଣ ବର୍ଷାରେ ୩୯୧୬ଟି ଘର ଭାଙ୍ଗିଯାଇଛି। ସେହିପରି ଲଗାଣ ବର୍ଷାରେ ୮ଟି ଜିଲ୍ଲାର ୫୨ଟି ବ୍ଲକ ଅନ୍ତର୍ଗତ ୨୬୩ଟି ଗ୍ରାମପଞ୍ଚାୟତ କ୍ଷତିଗ୍ରସ୍ତ ହୋଇଥିବାବେଳେ ଏଥିରେ ୫୨୪ଟି ଗ୍ରାମ ପ୍ରଭାବିତ ହୋଇଛି ଓ ୨୬ ହଜାର ୯୮୨ ଲୋକ ପ୍ରଭାବିତ ହୋଇଛନ୍ତି ଏହି ଅଞ୍ଚଳରେ ୧୪ଟି ରିଲିଫ କେନ୍ଦ୍ରରେ ୨ ହଜାର ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି।

ଲଘୁଚାପଜନିତ ବର୍ଷାରେ ରାଜ୍ୟରେ ହାରାହାରି ୪୨.୬ ମିଲି ମିଟର ବର୍ଷା ହୋଇଥିବା ବେଳେ, କନ୍ଧମାଳରେ ସର୍ବାଧିକ ୧୩୫.୫ ମି.ମି, ମୟୂରଭଞ୍ଜରେ ୧୨୫.୨ ମି.ମି, ବୌଦ୍ଧରେ ୯୮.୮ ମି.ମି., ବାଲେଶ୍ୱରରେ ୯୭.୧ ମି.ମି., କଳାହାଣ୍ଡିରେ ସର୍ବାଧିକ ୯୨.୬ ମି.ମି. ବର୍ଷା  ହୋଇଛି। ବନ୍ୟାପ୍ରଭାବିତ ଅଞ୍ଚଳରେ ୩ ଲକ୍ଷ ୮୭ ହଜାର ବିଦ୍ୟୁତ୍‌ ଉପଭୋକ୍ତା କ୍ଷତିଗ୍ରସ୍ତ ହୋଇଥିବାବେଳେ ସେଥି ମଧ୍ୟରୁ ୩ ଲକ୍ଷ ୬୪ ହଜାର ଲୋକଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି।

ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୧୬୩ ମେଡିକାଲ ରିଲିଫ୍‌ କେନ୍ଦ୍ର ଖୋଲା ଯାଇଥିବା ବେଳେ, ୧୧୫ଟି ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ଚିକିତ୍ସା ଟିମ୍‌ ମୃତୟନ ହୋଇଛି। ୪୨ ହଜାର ଓଆରଏସ୍‌ ପ୍ୟାକେଟ୍‌, ୧ ଲକ୍ଷ ୭୭ ହଜାର ହାଲୋଜିନ୍‌ ବଟିକା ବଣ୍ଟାଯାଇଛି। ଏହି ସମୟ ମଧ୍ୟରେ ୬୭୦୦ଟି ସାଧାରଣ ରୋଗର ଚିକିତ୍ସା କରାଯାଇଥିବାବେଳେ, ୧୨ ଟି ସାପ କାମୁଡା ଘଟଣାର ଚିକିତ୍ସା କରାଯାଇଛି।

ଗୋସମ୍ପଦର ସୁରକ୍ଷା ପାଇଁ ବନ୍ୟାଞ୍ଚଳରେ ୧୯୩ଟି ଭେଟେରିନାରୀ ଟିମ୍‌ ନିୟୋଜିତ ହୋଇଛି। ୪୦୭ଟି କ୍ୟାମ୍ପ ଆୟୋଜିତ ହୋଇଥିବାବେଳେ ୧୮ ହଜାରରୁ ଊଦ୍ଧ୍ୱର୍ ପଶୁଙ୍କୁ ଚିକିତ୍ସା ସେବା ଯୋଗାଇଦିଆଯାଇଛି। ୧୦ଟି ଜିଲ୍ଲାକୁ ମୋଟ ୬୧୩.୯୮୩ ମେଟ୍ରିକ ଟନ୍‌ ଗୋଖାଦ୍ୟ ଯୋଗାଇ ଦିଆଯାଇଛି।

ବନ୍ୟାଞ୍ଚଳରେ ୧୬୦ଟି ପାଇପ୍‌ ଜଳଯୋଗାଣ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିବାବେଳେ, ୯ ଟି ପାଇପ୍‌ ଲାଇନ୍‌କୁ ସ୍ୱାଭାବିକ କରାଯାଇଛି। ୬୧୮ଟି ନଳକୂପକୁ ବିଶୋଧନ କରାଯାଇଛି, ୧ ଲକ୍ଷ ୫୦  ହଜାର ପାଣି ବୋତଲ, ୭ ଲକ୍ଷ  ୫୦ ହଜାର ପାଣି ପାଉଚ୍‌ ବଣ୍ଟାଯାଇଛି। ୧୫୩ଟି ଭ୍ରାମ୍ୟମାଣ ଜଳଯୋଗାଣ ଟ୍ୟାଙ୍କର ନିୟୋଜିତ କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.