Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟରେ ଖୋଲିବ ୩୬ ନୂଆ ଥାନା, ନିଯୁକ୍ତି ହେବେ ୫୬୩ ଜଣ, ଜାଣନ୍ତୁ କେଉଁଠି
ଜାତୀୟ ଖବର

ରାଜ୍ୟରେ ଖୋଲିବ ୩୬ ନୂଆ ଥାନା, ନିଯୁକ୍ତି ହେବେ ୫୬୩ ଜଣ, ଜାଣନ୍ତୁ କେଉଁଠି

August 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଖୋଲିବ ୩୬ ନୂଆ ଥାନା, ନିଯୁକ୍ତି ହେବେ ୫୬୩ ଜଣ, ଜାଣନ୍ତୁ କେଉଁଠି

ଭୁବନେଶ୍ୱର:  ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆଉ ୩୬ଟି ନୂଆ ପୋଲିସ ଥାନା ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା – ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଓ ଆଗଲପୁର, ବଉଦର ଘଣ୍ଟାପଡା, ଭୁବନେଶ୍ବର କମିଶନରେଟର ମୈତ୍ରୀ ବିହାର, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଓ ଭଦ୍ରେଶ୍ବର, ଦେବଗଡର ଲାଇମୁରା, ଢେଙ୍କାନାଳର ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡା ଓ କୋଟିନଡା,

ସେହିପରି ଜଗତସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମବରଦା ଓ ଦଶରଥପୁର, ଝାରସୁଗୁଡାର ଏୟାରପୋର୍ଟ ପୋଲିସ ଷ୍ଟେସନ, କଳାହାଣ୍ଡିର କରଲାପାଟ, କଲାମପୁର, କେନ୍ଦ୍ରାପଡାର ପଟାମୁଣ୍ଡାଇ ଗ୍ରାମାଞ୍ଚଳ, କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି, ମାଲକାନଗିରିର ମାଲକାନଗିରି ସଦର କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନଗରଂଗପୁର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନାଗୁଡା, ସମ୍ବଲପୁରର ବରେଇପାଲି ଏବଂ ସୁବର୍ଣ୍ଣପୁରର ଲଚ୍ଛିପୁର ଥାନା।

ଏ ସମସ୍ତ ନୂଆ ଥାନାଗୁଡିକ ବର୍ତ୍ତମାନ ଥିବା ଥାନାର ବିଭକ୍ତୀକରଣ ତଥା ଫାଣ୍ଡିଗୁଡିକର ଉନ୍ନତିକରଣ କରାଯାଇ ସୃଷ୍ଟି କରାଯାଇଛି। ଏହି ନୂତନ ଥାନା ଗୁଡିକ ନିମନ୍ତେ ଇନସ୍ପେକ୍ଟରଙ୍କଠାରୁ ଆରମ୍ଭ କରି କନଷ୍ଟେବଳ ପର୍ଯ୍ୟନ୍ତ ବିଭିନ୍ନ ପାହ୍ୟାରେ ୫୬୩ଟି ନୁଆ ପଦବୀ ସୃଷ୍ଟି କରାଯାଇଛି।

ଏହି ନୂଆ ୩୬ଟି ଥାନା ପ୍ରତିଷ୍ଠା ହେଵା ଦ୍ବାରା ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ଦିଗରେ ଓଡିଶା ପୋଲିସର ଉଦ୍ୟମ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ଗାଡ଼କଣ ଅଳିଆଗଦା ହଟାଇବା ଦାବୀରେ ତାତିଲେ ଜନତା, ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ

October 30, 2025

Khandayat ଜାତିକୁ କେନ୍ଦ୍ର ଓବିସି ତାଲିକାରେ ସାମିଲ ପାଇଁ ପଛୁଆ ବର୍ଗ କମିଶନରଙ୍କୁ ଭେଟିଲେ ତେଜେଶ୍ବର ପରିଡା

October 30, 2025

ନୂଆପଡା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ, ଗସ୍ତ କାର୍ଯ୍ୟକ୍ରମ ହେଲା ଚୁଡାନ୍ତ

October 30, 2025

ଆଜିଠାରୁ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

October 30, 2025
Latest News

ଭୁବନେଶ୍ବର ଗାଡ଼କଣ ଅଳିଆଗଦା ହଟାଇବା ଦାବୀରେ ତାତିଲେ ଜନତା, ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ

October 30, 2025

Khandayat ଜାତିକୁ କେନ୍ଦ୍ର ଓବିସି ତାଲିକାରେ ସାମିଲ ପାଇଁ ପଛୁଆ ବର୍ଗ କମିଶନରଙ୍କୁ ଭେଟିଲେ ତେଜେଶ୍ବର ପରିଡା

October 30, 2025

ନୂଆପଡା ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ, ଗସ୍ତ କାର୍ଯ୍ୟକ୍ରମ ହେଲା ଚୁଡାନ୍ତ

October 30, 2025

ଆଜିଠାରୁ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

October 30, 2025

ଆମୱେ ଇଣ୍ଡିଆର ପ୍ରଗତି ଓ ରୂପାନ୍ତରଣ ନିମନ୍ତେ ୧୦୦ କୋଟି ପୁଞ୍ଜିନିବେଶ ଘୋଷଣା

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.