Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧାରୁ ବ୍ରାଉନସୁଗାର ଜବତ: ଦୁଇ ଆନ୍ତଃଜିଲ୍ଲା ବେପାରୀଙ୍କୁ ଗିରଫ କଲା ଅବକାରୀ ବିଭାଗ
ଅପରାଧ

ଖୋର୍ଦ୍ଧାରୁ ବ୍ରାଉନସୁଗାର ଜବତ: ଦୁଇ ଆନ୍ତଃଜିଲ୍ଲା ବେପାରୀଙ୍କୁ ଗିରଫ କଲା ଅବକାରୀ ବିଭାଗ

September 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ସହର ବ୍ରାଉନ ସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଥିବାବେଳେ ଏଠାରୁ ବିଭିନ୍ନ ଜିଲ୍ଲାକୁ ଧଳା ଜହର ଯାଉଥିବାର ଦେଖିବାକୁ ମିଳୁଛି। ଏପରି ଏକ ଘଟଣା ଆଜି ସାମ୍ନାକୁ ଆସିଛି। ପୁରୀ ଜିଲ୍ଲାର ୨ ଜଣ ଅଭିଯୁକ୍ତ ଖୋର୍ଦ୍ଧାରୁ ବ୍ରାଉନସୁଗାର କିଣି ଫେରୁଥିବା ବେଳେ ଅବକାରୀ ହାତରେ ଧରାପଡି ଗିରଫ ହୋଇଛନ୍ତି।

ସୂଚନା ମୁତାବକ ଗତ କାଲି ରାତିରେ ଏକ ନିର୍ଦ୍ଦିଷ୍ଟ ଅଟୋରେ ବ୍ରାଉନ ସୁଗାର ଚାଲାଣ ହେଉଥିବାର ଖବର ଅବକାରୀ ବିଭାଗ ପାଇଥିଲା। ସଙ୍ଗେସଙ୍ଗେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ପରିଶେଷରେ ନୂଆ ବସ ଷ୍ଟାଣ୍ଡ ନିକଟରୁ ଅଟୋକୁ ଠାବ କରିବା ସହ ଅବକାରୀ ବିଭାଗ ଅଭିଯୁକ୍ତ ମାନଙ୍କ ତଲାସି ନେଇଥିଲା। ତଲାସି ବେଳେ ଅଭିଯୁକ୍ତଙ୍କ ନିକଟରୁ ୨୯ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଥିବା ବେଳେ ଅଟୋକୁ ଜବତ କରାଯାଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୨ ଲକ୍ଷ ୯୦ ହଜାର ହେବ ବୋଲି ଅନୁମାନ କରାଯାଉଛି।

ଗିରଫ ଅଭିଯୁକ୍ତମାନେ ହେଲେ ଅଟୋ ଚାଳକ ଏନ. ମୋହନ ରେଡ୍ଡୀ (୪୪) ଏବଂ ରାକେଶ ନାୟକ (୩୫)। ଅଭିଯୁକ୍ତଙ୍କ ବିରୁଦ୍ଧରେ ଅବକାରୀ ବିଭାଗ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ପିଆର ନମ୍ବର ୬୩/୨୨-୨୩ ରେ ମାମଲା ରୁଜୁକରି ଆଜି କୋର୍ଟଚାଲାଣ କରାଯାଇଛି।

ଉକ୍ତ ଚଢ଼ାଉରେ ଜିଲ୍ଲା ଅବକାରୀ ଭ୍ରାମ୍ୟମାଣ ଇନ୍ସପେକ୍ଟର ରାଜଶେଖର ସ୍ୱାଇଁ, ଏସଆଇ ବି. ମନୋଜ କୁମାର, ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା ରେଞ୍ଜ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅବକାରୀ ବିଭାଗ ଖୋର୍ଦ୍ଧା ବ୍ରାଉନ ସୁଗାର କାରବାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.