Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପ ସାଗରରେ ପୁଣି ଲଘୁଚାପ ସମ୍ଭାବନା, ଆସନ୍ତା ସପ୍ତାହରେ ବର୍ଷା
ଆଜିର ଖବର

ବଙ୍ଗୋପ ସାଗରରେ ପୁଣି ଲଘୁଚାପ ସମ୍ଭାବନା, ଆସନ୍ତା ସପ୍ତାହରେ ବର୍ଷା

September 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ଆସନ୍ତା ଚାରି ଦିନ ମଧ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା: ସିଇସି

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଉପରେ ଆଉ ଏକ ଲଘୁଚାପ ସେପ୍ଟେମ୍ବର ୨୦ରେ ସୃଷ୍ଟି ହେବା ସମ୍ଭାବନା ରହିଛି। ଓଡ଼ିଶାରେ ଆସନ୍ତା ସପ୍ତାହରେ ପୁଣି ବର୍ଷା ହୋଇପାରେ ବୋଲି ସୋଆ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆସନ୍ତା କାଲି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ଏହା ନିକଟବର୍ତୀ ଅଂଚଳ ଉପରେ ଏକ ଅପର୍ ଏଆର ସର୍କୁଲେସନ୍ ସୃଷ୍ଟି ହେବାକୁ ଯାଉଥିବାରୁ ଏହା ଏହି ଲଘୁଚାପ କ୍ଷେତ୍ର ପ୍ରସ୍ତୁତ କରିବ ବୋଲି କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି।

ଏହି ସିଷ୍ଟମ୍ ସେପ୍ଟେମ୍ବର ୨୧ରେ ଉତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମ ଓଡ଼ିଶା ଓ ଛତିଶଗଡ଼ ଆଡ଼କୁ ମୁହାଁଇବ ମାତ୍ର ଉପକୂଳବର୍ତୀ ଜିଲ୍ଲାଗୁଡ଼ିକରେ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ବର୍ଷା ଅନୁଭୁତ ହେବ।

ସେପ୍ଟେମ୍ବର ୧୯ ମଧ୍ୟାହ୍ନରୁ ରାଜ୍ୟରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆରମ୍ଭ ହୋଇ ସେପ୍ଟେମ୍ବର ୨୨ ରାତି ପର୍ଯ୍ୟନ୍ତ ଲାଗି ରହିବ। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାଗୁଡ଼ିକରେ ସେପ୍ଟେମ୍ବର ୧୯ ଓ ୨୦ରେ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବ ଓ ସେପ୍ଟେମ୍ବର ୨୦ ରାତିରୁ ଏହା ଉତର ଓଡ଼ିଶା ଆଡ଼କୁ ଗତି କରିବ।
ପଶ୍ଚିମ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସେପ୍ଟେମ୍ବର ୨୧ ଓ ୨୨ ରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ ବୋଲି ବୁଲେଟିନ୍ ପ୍ରକାଶ କରିଛି। ସେପ୍ଟେମ୍ବର ୨୦ ଓ ୨୧ରେ ଭୁବନେଶ୍ୱରରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଏହା ସୂଚନା ଦେଇଛି।

ଓଡିଶା ବଙ୍ଗୋପ ସାଗର ବର୍ଷା ଲଘୁଚାପ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.