Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ
ଆଜିର ଖବର

ବିଧାନସଭା ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୧୪୫ତମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ବିଧାନସଭା ପରିସରସ୍ଥ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ପୁଷ୍ପାର୍ଘ୍ୟ ଅର୍ପଣପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ବାଚସ୍ପତି ଶ୍ରୀ ଆରୁଖ କହିଛନ୍ତି ଯେ ମାନବସେବାକୁ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିବା ପଣ୍ଡିତ ଗୋପବନ୍ଧୁ ଥିଲେ ଦୀନ, ଦରିଦ୍ର ଓ ଦୁଃଖୀଙ୍କର ବନ୍ଧୁ। ନିରାଶ୍ରୟ ଓ ନିଃସହାୟଙ୍କ ସେବା କରିବାଠାରୁ ଆରମ୍ଭ କରି ଯୁବସମାଜକୁ ଆଦର୍ଶ ନାଗରିକ ଭାବେ ଗଢ଼ିତୋଳିବା ପାଇଁ ସେ ସଦା ତତ୍ପର ଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପଣ୍ଡିତ ଗୋପବନ୍ଧୁ ନିରାଶ୍ରୟଙ୍କ ସେବା କରିବା ପାଇଁ ଆଗେଇ ଆସୁଥିଲେ।

ଓଡ଼ିଶାର ଶିକ୍ଷାର ପ୍ରସାର ସହିତ ସାହିତ୍ୟ, ସମାଜସେବା ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଥିଲା। ତାଙ୍କ ପ୍ରତିଷ୍ଠିତ ସତ୍ୟବାଦୀ ବନବିଦ୍ୟାଳୟ ଓ ଦୈନିକ ଖବରକାଗଜ ‘ସମାଜ’ ତାହାର ଅନନ୍ୟ ଉଦାହରଣ । ଉତ୍ସର୍ଗୀକୃତ ସେବା ମନୋବୃତ୍ତି ପାଇଁ ପଣ୍ଡିତ ଗୋପବନ୍ଧୁ ଓଡ଼ିଶାବାସୀଙ୍କ ନିକଟରେ ଚିରସ୍ମରଣୀୟ ରହିବେ ବୋଲି ବାଚସ୍ପତି ଶ୍ରୀ ଆରୁଖ ପ୍ରକାଶ କରିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର (ଉତ୍ତର) ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ, ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ, ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ତଥା ନିର୍ଦ୍ଦେଶକ (ଗବେଷଣା) ଶ୍ରୀ କୃପାସିନ୍ଧୁ ମିଶ୍ର, ବିଧାନସଭାର ଅନ୍ୟ ବରିଷ୍ଠ ଅଧିକାରୀ ଏବଂ ନିମନ୍ତ୍ରିତ ମାନ୍ୟଗଣ୍ୟ ବ୍ୟକ୍ତି ଓଡ଼ିଶାର ବରପୁତ୍ର ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶ୍ରୀ ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ର ପକ୍ଷରୁ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀ ଆଧାରିତ ସଂଗୀତ ପରିବେଷଣ କରାଯାଇଥିଲା।

Gopabandhu ଗୋପବନ୍ଧୁ ଜୟନ୍ତୀ ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.