Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଖେଳ»ଉଦଘାଟିତ ହେଲା ଫିଫା ଅଣ୍ଡର ୧୭ ମହିଳା ଫୁଟବଲ ବିଶ୍ବକପ, ଯୋଗଦେଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ
ଖେଳ

ଉଦଘାଟିତ ହେଲା ଫିଫା ଅଣ୍ଡର ୧୭ ମହିଳା ଫୁଟବଲ ବିଶ୍ବକପ, ଯୋଗଦେଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ

October 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଫିଫା ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ବକପର ଉଦଘାଟନୀ ସମାରୋହରେ ଯୋଗ ଦେଇଛନ୍ତି।

ଶ୍ରୀ ଠାକୁର ଭାରତ ଏବଂ ଆମେରିକା ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ମଧ୍ୟ ଦେଖିଥିଲେ। ଉଦଘାଟନୀ ସମାରୋହରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁଙ୍କ ମଧ୍ୟ ଉପସ୍ଥିତ ଥିଲେ। ଏଥିସହିତ ଏହି ଉତ୍ସବରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ।

୧୭ ବର୍ଷରୁ କମ୍‌ ଫିଫା ମହିଳା ବିଶ୍ବକପ ଓଡ଼ିଶାର କଳିଙ୍ଗ ଷ୍ଟାଡିୟମ ସମେତ ନଭି ମୁମ୍ବାଇର ଡିୱାଇ ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ ଏବଂ ଗୋଆର ପିଜେଏନ ଷ୍ଟାଡିୟମକୁ ମିଶାଇ ତିନୋଟି ସ୍ଥାନରେ ମିଳିତ ଭାବେ ଆୟୋଜନ କରାଯାଉଛି।

ଏହି କ୍ରୀଡ଼ା ମହାକୁମ୍ଭରେ ୧୬ଟି ଦେଶ ଭାଗ ନେଇଛନ୍ତି। ପ୍ରତିଯୋଗିତା ଆସନ୍ତା ଅକ୍ଟୋବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଶ୍ବସ୍ତରୀୟ ଏହି ସମ୍ମାନଜନକ ପ୍ରତିଯୋଗିତାର ସପ୍ତମ ସଂସ୍କରଣରେ ୪ଟି ଗ୍ରୁପରେ ବିଭାଜିତ ହୋଇ ଦଳଗୁଡ଼ିକ ପରସ୍ପର ସହ ପ୍ରତିଦ୍ବନ୍ଦ୍ବିତା କରିବେ। ଅକ୍ଟୋବର ୩୦ ତାରିଖରେ ନଭି ମୁମ୍ବାଇ ଠାରେ ଫାଇନାଲ ମୁକାବିଲା ଖେଳାଯିବ।

୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟବଲ ବିଶ୍ବକପ ପ୍ରତିଯୋଗିତାରେ ତିନି ପୂର୍ବତନ ଚାମ୍ପିଅନ ଫ୍ରାନ୍ସ, ଜାପାନ ଏବଂ ସ୍ପେନ୍‌ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଅନ୍ୟପକ୍ଷରେ କାନାଡା, ଜର୍ମାନୀ, ନ୍ୟୁଜିଲାଣ୍ଡ ଓ ଜାପାନ ସବୁଥର ଭଳି ଚଳିତ ସଂସ୍କରଣରେ ମଧ୍ୟ ଭାଗ ନେବାର ରେକର୍ଡ ବଜାୟ ରଖିଛନ୍ତି।

ଏଭଳି ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ଭାରତୀୟ ଦଳ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରୁଛି। ୨୦୧୭ରେ ୧୭ ବର୍ଷରୁ କମ୍‌ ପୁରୁଷ ଫୁଟବଲ ବିଶ୍ବକପ ପରେ ଭାରତୀୟ ମହିଳା ଦଳ ଏହି ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ ଲକ୍ଷ ରଖିଛି।

ଅନ୍ୟପକ୍ଷରେ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଦାୟିତ୍ବ ନେବା ପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଥିଲେ।

ଅନୁରାଗ ଠାକୁର ଉଦଘାଟନୀ ସମାରୋହ କଳିଙ୍ଗ ଷ୍ଟାଡିୟମ କେନ୍ଦ୍ର ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ଓଲଟିଲା ବସ : ୨୦ ଗୁରୁତର

April 28, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.