Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ମରଣଯନ୍ତା ପାଲଟିଛି ଅନ୍ତରକିଆରୀ କେନାଲ ରୋଡ, ମରାମତି ପାଇଁ ବିଭାଗ ପାଖରେ ନାହିଁ ଅର୍ଥ!
ଆଞ୍ଚଳିକ

ବାଣପୁର: ମରଣଯନ୍ତା ପାଲଟିଛି ଅନ୍ତରକିଆରୀ କେନାଲ ରୋଡ, ମରାମତି ପାଇଁ ବିଭାଗ ପାଖରେ ନାହିଁ ଅର୍ଥ!

October 17, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଅନ୍ତରକିଆରୀ କେନାଲ ରୋଡ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଉକ୍ତ ରୋଡଟିରେ ପାଣିର ସୁଅ ଛୁଟୁଛି। ଫଳରେ ବର୍ଷା ଜଳ ଉକ୍ତ ରୋଡ ଦେଇ କେନାଲକୁ ପ୍ରବାହିତ ହେଉଥିବା ଲାଗି ପିଚୁ ରୋଡରୁ ପିଚୁ ଉଠିଯିବା ସହ ବଡ଼ ବଡ଼ ଗତ୍ର ହୋଇଯାଇଛି। ଶାଳିଆ ଡ୍ୟାମ ଜଳ ବିଲ ମଧ୍ୟକୁ ପ୍ରବେଶ କରି ଉକ୍ତ ରୋଡ ଦେଇ କେନାଲକୁ ଯାଇଥାଏ। ଯାହାଫଳରେ ବାରମ୍ବାର ରୋଡଟି ନଷ୍ଟ ହେଉଛି।

ତେବେ ନିମ୍ନମାନର ମରାମତି କାର୍ଯ୍ୟ ଲାଗି ରୋଡରୁ ବାରମ୍ବାର ପିଚୁ ଉଠିବା ସହ ଗତ୍ର ହେଉଥିବାର ଅଭିଯୋଗ ହେଉଛି। ଉକ୍ତ ରୋଡରେ ଗତ ଏକ ବର୍ଷ ମଧ୍ୟରେ ଦଶରୁ ଉର୍ଦ୍ଧ୍ଵ ବଡ଼ ଦୁର୍ଘଟଣା ଏବଂ ପ୍ରତ୍ୟେକ ଦିନ ଏକାଧିକ ଛୋଟ ମୋଟ ଦୁର୍ଘଟଣାମାନ ଘଟୁଥିଲେ ସୁଦ୍ଧା ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେଉନାହାନ୍ତି।

https://thesamikhsya.com/odia/wp-content/uploads/2022/10/WhatsApp-Video-2022-10-17-at-11.47.19-AM.mp4

ଏହି ରୋଡଟି ଗ୍ରାମ୍ୟ ଉନୟନ ବିଭାଗ ଅଧୀନରେ ଆସୁଥିବା ବେଳେ ଏହାର ରକ୍ଷଣାବେକ୍ଷଣ କରିବାରେ ବିଭାଗ କୁଣ୍ଠାବୋଧ କରୁଛି। ବାରମ୍ବାର ରୋଡରେ ପକ୍କା କାମ ନକରି ଅଳ୍ପ ବାଲି ଓ ପିଚୁ ପକାଇ ଦିଆଯାଉଛି ଯାହାଫଳରେ ଅଳ୍ପ ଦିନ ମଧ୍ୟରେ ରୋଡ ପୁଣି ପୂର୍ବବସ୍ଥାକୁ ଫେରିଆସୁଛି।

ତେବେ ରାଜ୍ୟ ସରକାର ଗ୍ରାମ୍ୟ ଉନ୍ନୟନ ବିଭାଗକୁ କୋଟି କୋଟି ତାଙ୍କ ରାସ୍ତା ନିର୍ମାଣ ଓ ମରାମତି ପାଇଁ ପ୍ରଦାନ କରୁଥିବା ବେଳେ ବାଣପୁରରେ ତାହା ବିଫଳ ସଦୃଶ ହେଉଛି। ତେବେ ଏ ନେଇ ବାଣପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଜେଇ ତ୍ରିଲୋଚନ ପାତ୍ରଙ୍କୁ ପଚାରିବାରୁ ସେଠାରେ ଏକ ଓସାରିଆ ପକ୍କା ରୋଡ ହେବା ପାଇଁ ସର୍ଭେ ସରିଛି ବୋଲି କହିଥିବା ବେଳେ ଆମ ପ୍ରତିନିଧି ନଷ୍ଟ ହୋଇଯାଇଥିବା ରାସ୍ତାକୁ ତୁରନ୍ତ ମରାମତି କରାଯାଉ ବୋଲି ଦାବି ରଖିଥିବା ବେଳେ ତାହା ପାଇଁ ବିଭାଗୀୟ ଅର୍ଥ ନଥିବା କହିଛନ୍ତି।

ସେପଟେ ଗ୍ରାମ୍ୟ ଉନ୍ନୟନ ବିଭାଗ ଟାଙ୍ଗୀ ଏସଡ଼ିଓ ସୁଧାକର ନାୟକଙ୍କୁ ଏ ନେଇ ପଚାରିବାରୁ ସେ ଖୁବଶୀଘ୍ର ଉକ୍ତ ରୋଡ ପରିଦର୍ଶନ କରି ତଦନୁଯାୟୀ ପଦକ୍ଷେପ ନେବେ ବୋଲି କହିଛନ୍ତି। ତେବେ ନୂଆ ରୋଡ ନିର୍ମାଣ ସମୟ ସାପେକ୍ଷ ହୋଇଥିବା ବେଳେ ବର୍ତ୍ତମାନ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ରାସ୍ତାର ମରାମତି ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ ବାଣପୁରବାସି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି।

କେନାଲ ରୋଡ ଗ୍ରାମ୍ୟ ଉନ୍ନୟନ ବିଭାଗ ବାଣପୁର ମରଣଯନ୍ତା
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.