Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଞ୍ଚଳିକ ବୈଷମ୍ୟ ଦୂର କରିବା ପାଇଁ ଆମେ କାମ କରୁଛୁ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଆଞ୍ଚଳିକ ବୈଷମ୍ୟ ଦୂର କରିବା ପାଇଁ ଆମେ କାମ କରୁଛୁ: ମୁଖ୍ୟମନ୍ତ୍ରୀ

October 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶା ପାଇଁ ୯ଟି ପ୍ରକଳ୍ପ ଲୋକାର୍ପିତ କରିଥିବା ବେଳେ ଆଉ ୯ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖିଛନ୍ତି।

ଲୋକାର୍ପିତ ୯ଟି ପ୍ରକଳ୍ପ ପାଇଁ ୧୪.୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ ଭିତ୍ତିପ୍ରସ୍ତର ରଖାଯାଇଥିବା ୯ଟି ପ୍ରକଳ୍ପର ମୂଲ୍ୟ ୩୩.୬୮ କୋଟି ଟଙ୍କା। ସମୁଦାୟ ପ୍ରକଳ୍ପ ପାଇଁ ୪୮.୩୭ କୋଟି ଟଙ୍କା ବିନିଯୋଗ କରାଯାଉଛି। ଲୋକାର୍ପିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ସ୍କୁଲ, କଲ୍ୟାଣ ମଣ୍ଡପ, Sports Complex ଆଦିର ବିକାଶ ସହିତ କୋମନା ଠାରେ ଏକ ମିଲେଟ୍‌ ପ୍ରକ୍ରିୟାକରଣ ପ୍ରକଳ୍ପ ରହିଛି। ସେହିପରି ଭିତ୍ତିଭୂମି ରଖାଯାଇଥିବା ପ୍ରକଳ୍ପ ମାନଙ୍କ ମଧ୍ୟରେ ଇକୋ ଟୁରିଜିମ, ଭିତ୍ତିଭୂମି, ଇକୋ ପାର୍କ, ଷ୍ଟାଡିଅମ, ହସ୍ତତନ୍ତ ମଲ୍‌ ଆଦିର ବିକାଶ କାର୍ଯ୍ୟକ୍ରମ ରହିଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆଞ୍ଚଳିକ ବୈଷମ୍ୟ ଦୂର କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର ପଶ୍ଚିମ ଓଡିଶାର ବିକାଶ ଉପରେ ଗୁରୁତ୍ବ ଦେଇ କାମ କରୁଛନ୍ତି। ୨୦୦୦ ମସିହାରୁ ଏପର୍ଯ୍ୟନ୍ତ ପଶ୍ଚିମ ଓଡିଶା ବିକାଶ ପରିଷଦ ଜରିଆରେ ପ୍ରାୟ ୪୦ ହଜାର ପ୍ରକଳ୍ପ ସମ୍ପୂର୍ଣ୍ଣ କରାଯାଇଛି। ଗତବର୍ଷ ପରିଷଦର annual grantକୁ ୧୦୦ କୋଟିରୁ ୨୦୦ କୋଟିକୁ ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଅଧିକ ପ୍ରକଳ୍ପ ହାତକୁ ନେବା ପାଇଁ ସୁଯୋଗ ସୃଷ୍ଟି କରିଛି।

ପଶ୍ଚିମ ଓଡିଶାର ବିକାଶ ପାଇଁ ଭିତ୍ତିଭୂମି ସହିତ କୃଷି, ଜଳସେଚନ ଓ ଶିଳ୍ପ ଉପରେ ଆମେ ବିଶେଷ ଜୋର ଦେଉଛୁ। ତାସହିତ ପର୍ଯ୍ୟଟନ ଓ ହସ୍ତତନ୍ତ ଆଦିର ବିକାଶ ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେଉଛି। ସେହିପରି ହରିଶଙ୍କର, ନୃସିଂହନାଥ ଓ ମା ସମଲେଇ କ୍ଷେତ୍ରର ବିକାଶ ପାଇଁ ମଧ୍ୟ କାମ ଚାଲିଛି ବୋଲି ସେ କହିଥିଲେ।

ବିଜୁ ଏକ୍‌ସପ୍ରେସ୍‌ ୱେର ପଶ୍ଚିମ ଓଡିଶା କରିଡର କାମ ଶୀଘ୍ର ଶେଷ ହେବାକୁ ଯାଉଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହାଦ୍ବାରା ଏଠାରେ ଅର୍ଥନୈତିକ ପ୍ରକ୍ରିୟା ତ୍ବରାନ୍ବିତ ହେବ। ଆଗାମୀ ମେକ୍‌-ଇନ୍‌-ଓଡିଶା କନ୍‌କ୍ଲେଭରେ ଶିଳ୍ପ ପାଇଁ ଏକ Special Initiative package ଘୋଷଣା କରାଯିବ ବୋଲି ସେ କହିଥିଲେ।

ପଶ୍ଚିମ ଓଡିଶାରେ ବିକାଶ ରଥକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶା ବିକାଶ ପରିଷଦର ଏକ ସ୍ବତନ୍ତ୍ର ଲୋଗୋ ଓ ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କରିଥିଲେ।

ଏହି ଅବସରରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଉଦ୍ୟମର ଉଚ୍ଚପ୍ରଶଂସା କରିବା ସହିତ ରାଜ୍ୟର ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ଜରିଆରେ ଓଡିଶାକୁ ଦେଶର ଏକ ପ୍ରମୁଖ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମ ସଂପର୍କରେ ବର୍ଣ୍ଣନା କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଗୁରୁତ୍ବ ଦେଇଛନ୍ତି ଓ ପରିଷଦର ମାର୍ଗଦର୍ଶନ କରିଛନ୍ତି। ପରିଷଦ ପକ୍ଷରୁ ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାର Baseline Economic Data ରଖାଯାଇଛି ଏବଂ ବିଭିନ୍ନ ଅଞ୍ଚଳର ମୌଳିକ ସୁବିଧା ଆସୁବିଧାକୁ ଦୃଷ୍ଟିରେ ରଖି ପ୍ରକଳ୍ପ ନିର୍ମାଣ କରାଯାଉଛି। ପଶ୍ଚିମ ଓଡିଶାର ପ୍ରତ୍ୟେକ ଜିଲ୍ଲାରେ ବିକାଶ ପରିଷଦର କାର୍ଯ୍ୟାଳୟ ଖୋଲାଯାଇଛି ବୋଲି ସେ କହିଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ସିଇଓ ଶ୍ରୀ ଅଜିତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ପଶ୍ଚିମ ଓଡିଶାର ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ସେବା ତୀର୍ଥରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ନିଷ୍ପତ୍ତିରେ ପ୍ରତିଫଳିତ ହେଲା ସେବା ଓ ସମାଜ କଲ୍ୟାଣର ଭାବନା

February 14, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026
Latest News

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026

ଭାରତକୁ ପରାସ୍ତ କରିବ ପାକିସ୍ତାନ!: ଜିମ୍ବାୱେ ର ଉଦାହରଣ ଦେଇ ଉପହାସ କଲେ ମହମ୍ମଦ ୟୁସୁଫ

February 14, 2026

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.