Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବସର ଗ୍ରହଣ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢୀ
ଆଜିର ଖବର

ଅବସର ଗ୍ରହଣ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢୀ

November 1, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଅବସର ଗ୍ରହଣ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢୀ

ଭୁବନେଶ୍ୱର: ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ମଧୁସୂଦନ ପାଢୀ ଆଜି ସରକାରୀ ଚାକିରିରୁ ଅବସରଗ୍ରହଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି ।

ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ମନସ୍ୱିନୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଅବସର ଗ୍ରହଣ କରୁଥିବା ବରିଷ୍ଠ ପ୍ରଶାସକ ଶ୍ରୀ ପାଢୀଙ୍କ କର୍ମମୟ ଜୀବନ ସଂପର୍କରେ ଆଲୋକପାତ କରିବା ସହ ତାଙ୍କର ଅବସର କାଳୀନ ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ।

ସମ୍ବର୍ଦ୍ଧନା ଗ୍ରହଣ ପରିପ୍ରେକ୍ଷୀରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢୀ ତାଙ୍କର ଚାକିରୀ ଜୀବନର ଅନୁଭୂତି ଓ ଅଭିଜ୍ଞତା ସଂପର୍କରେ ପ୍ରକାଶ କରିଥିଲେ । ଭୁବନେଶ୍ୱର ସୈନିକସ୍କୁଲରୁ ଦ୍ୱାଦଶରେ ପାଶ୍ କରିବା ପରେ ଆର୍.ଇ.ସି., ରାଉରକେଲାରୁ ଇଂଜିନିୟରିଂରେ ସ୍ନାତକରେ ଉତ୍ତୀର୍ଣ୍ଣ ହେବା ଏବଂ ଭାରତୀୟ ପ୍ରଶାସନିକ ସେବାରେ କୃତକାର‌୍ୟ୍ୟ ହୋଇ ସରକାରୀ ଚାକିରିରେ ଯୋଗଦେବାଠାରୁ ଆରମ୍ଭ କରି ଅବସରଗ୍ରହଣ ପର‌୍ୟ୍ୟନ୍ତ ସେ ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ, ଉତ୍ତରାଂଚଳ ରାଜସ୍ୱ ଆୟୁକ୍ତ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଶାସନ ସଚିବ ଭାବେ ନିଷ୍ଠାର ସହ କାର‌୍ୟ୍ୟ ସମ୍ପାଦନ ସମ୍ପର୍କରେ ବର୍ଣ୍ଣନା କରିଥିଲେ ।

ପ୍ରକାଶ ଥାଉକି , ଶ୍ରୀ ପାଢ଼ୀ ମଧ୍ୟ ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ, ସୂଚନା ଓ ଲୋକସମ୍ପର୍କ, ବାଣିଜ୍ୟ ଓ ପରିବହନ, ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ଆଦି ବିଭିନ୍ନବିଭାଗରେ ଶାସନ ସଚିବ ଭାବେ ସୁଚାରୁରୂପେ କାର‌୍ୟ୍ୟ ସମ୍ପାଦନ କରି ସବୁଠି ଉଲ୍ଲେଖନୀୟ ଛାପ ଛାଡ଼ିଛନ୍ତି କ୍ଷସଂପ୍ରତି ବୈଷୟିକ ଜ୍ଞାନର ଉପଯୋଗ କରି କିପରି ସହଜ ଓ ସରଳ ଭାବେ କାର‌୍ୟ୍ୟ କରାଯାଇପାରେ, ସେ ସଂପର୍କରେ ଶ୍ରୀ ପାଢୀ କହିଥିଲେ ।

ବିଭିନ୍ନ କାର‌୍ୟ୍ୟକ୍ରମ ଓ ଯୋଜନା ପ୍ରସ୍ତୁତି ବେଳେ କିପରି ବହୁଲୋକ ଉପକୃତ ହେବେ, ତାହାକୁ ଦୃଷ୍ଟିରେ ରଖି କାର‌୍ୟ୍ୟ କରିବା ଆବଶ୍ୟକ ବୋଲି ଶ୍ରୀ ପାଢୀ କହିଥିଲେ, ଯାହାକୁ ସେ କାର‌୍ୟ୍ୟରେ ପ୍ରତିଫଳିତକରୁଥିଲେ କ୍ଷଅବସରଗ୍ରହଣ କରିଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢୀଙ୍କର ସଂସ୍କୃତି ବିଭାଗରେ ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା (ସି.ଟି.ଏମ୍.ଏସ୍), ବିଭାଗରେ ପ୍ରକଳ୍ପ ପରିଚାଳନା ବ୍ୟବସ୍ଥା(ପି.ଏମ୍.ୟୁ.) ଏବଂ ବିଭାଗର ୱେବ୍ ସାଇଟ୍ ସୁପରିଚାଳନାରେ ଆଦିରେ ପ୍ରମୁଖ ଭୂମିକା ରହିଥିଲା।

ଅବସରକାଳୀନ ସଂବର୍ଦ୍ଧନା ସଭାରେ ଅଧିକାରୀ ଓ କର୍ମଚାରୀମାନେ ଶ୍ରୀ ପାଢୀଙ୍କୁ ଜଣେ ସରଳମେଳାପୀ, ମାନବବାଦୀ ଚିନ୍ତାଧାରର ବ୍ୟକ୍ତି ଭାବେ ଅଭିହିତ କରିବା ସହିତ ଏକ ନୀତିନିଷ୍ଠ ପ୍ରଶାସକ ଭାବେ ତାଙ୍କର କର୍ତ୍ତବ୍ୟପରାୟଣତା ଓ କାର‌୍ୟ୍ୟକରିବାର ଶୈଳୀ ସବୁବେଳେ ସମସ୍ତଙ୍କୁ ଅନୁପ୍ରାଣିତ କରୁଥିବ ବୋଲି କହିଥିଲେ।

ବୈଠକରେ ବିଭାଗର ଯୁଗ୍ମ ଶାସନ ସଚିବ ଅତସୀ ଦାସ,ଉପ ଶାସନ ସଚିବ ଶ୍ରୀ ଅମୂଲ୍ୟ ନାୟକ, ଶ୍ରୀ ସଂଜୟ କୁମାର ମିଶ୍ର, ଅର୍ଥ ପରାମର୍ଶଦାତା ପଦ୍ମଜ୍ୟୋତି ସାହୁ, ଅନୁ ଶାସନ ସଚିବ ମାଥିୟାସ ତିର୍କୀ, ଶୁଭଶ୍ରୀ ପ୍ରଧାନ,ସ୍ୱତନ୍ତ୍ର ଅଧିକାରୀ ହଳଧର ନାୟକ, ଅନୁ ଶାସନ ସଚିବ ଶ୍ରୀ ଲଷ୍ମୀଧର ବେହେରା ପ୍ରମୁଖ ଯୋଗଦେଇ ବିଦାୟ ନେଉଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପାଢୀଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିଥିଲେ ।

ଶ୍ରୀ ପାଢୀଙ୍କର ସ୍ନେହ, ଶ୍ରଦ୍ଧାକୁ ପାଥେୟ କରି ସଂସ୍କୃତି ବିଭାଗ ଆଗକୁ ଭଲକାମ କରିବା ସହିତ ବିଭାଗୀୟ କାର‌୍ୟ୍ୟରେ ସେ ଯେଉଁ ରୂପାନ୍ତରଣ ଆଣିଥିଲେ , ତାହାକୁ ଜାରି ରଖିବା ଓ ତାଙ୍କର ସ୍ୱପ୍ନର ଅଧୁରା କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବା ପାଇଁ ପ୍ରଚେଷ୍ଠା ଜାରି ରଖିବାକୁ କହିଥିଲେ।ଏହି ଅବସରରେ ବିଭାଗର ସାଂସ୍କୃତିକ ପରିଷଦ ତରଫରୁ ପୂର୍ବରୁ ଅନୁଷ୍ଠିତ ସାଂସ୍କୃତିକ କାର‌୍ୟ୍ୟକ୍ରମର ଅଂଶଗ୍ରହଣକାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଓଡ଼ିଆ ଭାଷା ମଧୁସୂଦନ ପାଢୀ ସାହିତ୍ୟ ଓ ସଂସ୍କୃତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.