ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

Published: Nov 21, 2022, 1:16 pm IST

ଭୁବନେଶ୍ବର: ଆଜି ହେଉଛି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ। ସେ 1988 ମସିହା ଏଇ ନଭେମ୍ବର 21 ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଜୟନ୍ତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି।

ଏକ ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ତାଙ୍କ ଅମାପ ଦେଶପ୍ରେମ, ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶାର ପ୍ରଗତି ସହ ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ପ୍ରେରଣାର ଉତ୍ସ।

Related posts