ଗୁଜରାଟର ସୁରଟ ସ୍ଥିତ ସରଥଣାଠାରେ ଥିବା ଏକ କୋଚିଂ ସେଣ୍ଟରରେ ନିଆଁ ଲାଗିବା କାରଣରୁ ୧୯ ଜଣ ଛାତ୍ରଛାତ୍ରୀ ପ୍ରାଣ ହରାଇଛନ୍ତି। ବିଲ୍ଡିଂର ତୃତୀୟ ଏବଂ ଚତୁର୍ଥ ଫ୍ଲୋରରେ ନିଆଁ ଲାଗିଯାଇ ଥିଲା। ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି। ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୧୯ ହୋଇଥିବାବେଳେ ଏହାର ସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି। ତକ୍ଷଶିଳା ଆର୍କେଡ଼ରେ ନିଆଁ ଲାଗିଯାଇଥିବାବେଳେ ଛାତ୍ରଛାତ୍ରୀମାନେ ନିଆଁ କବଳରୁ ରକ୍ଷା ପାଇବା ପାଇଁ ତଳକୁ ଡେଇଁ ପଡ଼ିଥିଲେ । ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଏଠାରେ ଶର୍ଟସର୍କିଟ୍ କାରଣରୁ ଅଗ୍ନିକାଣ୍ଡ ଘଟିଥିଲା। ସେହିପରି ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିବା କରିଛନ୍ତି ।