Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡିଶା ଦିବସ, ପରିବେଷଣ ହେଲା ଓଡିଶୀ ସହ ଲୋକନୃତ୍ୟ
ଜାତୀୟ ଖବର

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡିଶା ଦିବସ, ପରିବେଷଣ ହେଲା ଓଡିଶୀ ସହ ଲୋକନୃତ୍ୟ

November 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡିଶା ଦିବସ, ପରିବେଷଣ ହେଲା ଓଡିଶୀ ସହ ଲୋକନୃତ୍ୟ

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଏକାଦଶ ଦିବସରେ ଆଜି ଥିଲା ଓଡ଼ିଶା ରାଜ୍ୟ ଦିବସ। ସାଂସ୍କୃତିକ କାର୍ଯ୍ୟକ୍ରମର ଯଥେଷ୍ଟ ପୂର୍ବରୁ ମୁକ୍ତାକାଶ ରଙ୍ଗମଞ୍ଚ ଆମ୍ଫି ଥିଏଟର ବେଶ୍‌ ଲୋକାରଣ୍ୟ ହୋଇଯାଇଥିଲା। ସବୁ ବର୍ଗର ଲୋକଙ୍କୁ ଭରପୂର ମନୋରଞ୍ଜନର ଖୋରାକ ଯୋଗାଇବାର ପ୍ରୟାସ କରିଥିଲା ଓଡ଼ିଶା। ସମସ୍ତେ ପ୍ରତୀକ୍ଷା କରିଥିଲେ ଉପଭୋଗ କରିବା ପାଇଁ ଓଡ଼ିଶାର ଅନନ୍ୟ ଓଡିଶୀ, ସମ୍ବଲପୁରୀ, କଳାହାଣ୍ଡିର ବଜାଶାଲ ଲୋକନୃତ୍ୟ ଏବଂ ଆଧୁନିକ ଫ୍ୟୁଜନ ନୃତ୍ୟ।

ନିର୍ଦ୍ଧାରିତ ସମୟରେ ଓଡ଼ିଶାର ଗ୍ରାମ୍ୟ ଉନ୍ନୟନ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପଜ୍ୱଳନ କରିବା ପରେ, ଗୁରୁ ଶ୍ରୀ ବିଚିତ୍ରାନନ୍ଦ ସ୍ୱାଇଁଙ୍କ ସଂଯୋଜନା ଓ ନିର୍ଦ୍ଦେଶନାରେ ଭୁବନେଶ୍ୱରସ୍ଥିତ ରୁଦ୍ରାକ୍ଷ ଫାଉଣ୍ଡେସନର ଦ୍ୱାରା ପରିବେଷିତ ଓଡିଶୀ ନୃତ୍ୟ ମହାକାଳୀ ବନ୍ଦନା ଉପସ୍ଥିତ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

ପରେ ପରେ, ନିର୍ଦ୍ଦେଶକ ମୋହିତ କୁମାର ସ୍ୱାଇଁଙ୍କ ନିର୍ଦ୍ଦେଶନାରେ ସମ୍ବଲପୁରରୁ ଆସିଥିବା ଲହରୀ ଅନୁଷ୍ଠାନର କଳାକାରମାନଙ୍କ ସମ୍ବଲପୁରୀ ଡାଲଖାଇ ନୃତ୍ୟର ତାଳେତାଳେ ଝୁମି ଉଠିଥିଲା ଆମ୍ଫି ଥିଏଟର। ଦର୍ଶକମାନଙ୍କ ଏହି ଉତ୍ସାହକୁ ଦ୍ୱିଗୁଣିତ କରିଥିଲେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରୁ ଆସିଥିବା ମହାବୀର ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ। ପରିବେଷଣ କରିଥିଲେ ଲୋକପ୍ରିୟ ବଜାଶାଲ ନୃତ୍ୟ।

ଶେଷରେ, ଓଡ଼ିଶାର ଖ୍ୟାତନାମା କଣ୍ଠଶିଳ୍ପୀ ସୁସ୍ମିତା ଦାସଙ୍କ ସଙ୍ଗୀତ ମୂର୍ଚ୍ଛନାର ତାଳେତାଳେ ମୋକ୍ଷ ଡ୍ୟାନ୍ସ ଗ୍ରୁପର କଳାକାରମାନେ ଆଧୁନିକ ଫ୍ୟୁଜନ ଡ୍ୟାନ୍ସ ମାଧ୍ୟମରେ ଓଡ଼ିଶାର ବୈଭବମୟୀ ଚିତ୍ରକୁ ଦର୍ଶକଙ୍କ ନିକଟରେ ଉପସ୍ଥାପନ କରିଥିଲେ ।

ଏହି ଅବସରରେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟìର ନଭେମ୍ବର ସଂସ୍କରଣକୁ ମଧ୍ୟ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରୀତିରଞ୍ଜନ ଘଡେଇ ଏବଂ ଉପସ୍ଥିତ ଅତିଥିଗଣ ଉନ୍ମୋଚନ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀଯୁକ୍ତ ଘଡେଇଙ୍କ ସମେତ ଭଦ୍ରକ ଲୋକସଭା ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ଓଡ଼ିଶା ପର୍ଯ୍ୟଟନ ନିଗମର ଅଧ୍ୟକ୍ଷ ଡଃ ଲେନିନ ମହାନ୍ତି, ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁର ସମ୍ପାଦିକା ଶ୍ରୀମତୀ କସ୍ତୁରୀ ମହାପାତ୍ର ଯୋଗ ଦେଇଥିଲେ।

ସେହିପରି ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଂସ୍ଥାର ସାଧାରଣ ପରିଚାଳକ ଶ୍ରୀ ଆର.ଏସ.ସାହୁ, ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର ଆବାସିକ କମିଶନର ଶ୍ରୀ ରବିକାନ୍ତ ଓ ସ୍ୱତନ୍ତ୍ର ଆବାସିକ କମିଶନର ଶ୍ରୀମତୀ ଦେବଯାନୀ ଚକ୍ରବର୍ତ୍ତୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ଓଡ଼ିଶା ପାଭିଲିୟନର ନିର୍ଦ୍ଦେଶକ ଶ୍ରୀ ସୁବାଷ ନିଆଲ ପ୍ରମୁଖ ଉପସ୍ଥିତ ଥିଲେ। ସାଂସ୍କୃତିକ କାର୍ଯକ୍ରମକୁ ସୁପରିଚିତ ସଂଯୋଜିକା ଶ୍ରୀମତୀ ସଂହତି ପାଣି ସଂଯୋଜନା କରିଥିଲ।

ଓଡିଶୀ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ସମ୍ବଲପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.