Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏକାମ୍ର ହାଟଠାରେ ଚାଲିଛି ସ୍ୱତନ୍ତ୍ର ହସ୍ତତନ୍ତ ମେଳା, ୧୦ ରୁ ୨୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି
ଜାତୀୟ ଖବର

ଏକାମ୍ର ହାଟଠାରେ ଚାଲିଛି ସ୍ୱତନ୍ତ୍ର ହସ୍ତତନ୍ତ ମେଳା, ୧୦ ରୁ ୨୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି

November 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏକାମ୍ର ହାଟଠାରେ ଚାଲିଛି ସ୍ୱତନ୍ତ୍ର ହସ୍ତତନ୍ତ ମେଳା, ୧୦ ରୁ ୨୦ ପ୍ରତିଶତ ପର୍ଯ୍ୟନ୍ତ ରିହାତି

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ ଆୟୋଜିତ ‘ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨’କୁ ଉଦ୍‌ଘାଟନ କରିଛନ୍ତି। ରାଜ୍ୟ ସରକାରଙ୍କ ପୋହି (POHI) ୨୦୨୨-୨୩ ଯୋଜନାରେ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଅନୁଷ୍ଠିତ ଏହି ମେଳା ଜନସାଧାରଣଙ୍କ ନିମନ୍ତେ ଡିସେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ।

ରାଜ୍ୟରେ ଥିବା ବିଭିନ୍ନ ହସ୍ତତନ୍ତ ସମିତି, ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକରେ ଜଡ଼ିତ ଥିବା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି ସହ ବୁଣାକାରମାନଙ୍କୁ ନିୟମିତ କାମ ଯୋଗାଇଦେବା ନିମନ୍ତେ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏହି ମେଳା ଆୟୋଜିତ ହୋଇଛି।

ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ଼, କଟକ, ସୋନପୁର, ଆଠଗଡ଼, ଢେଙ୍କାନାଳ, ବାରିପଦା, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, ବଲାଙ୍ଗିର ଓ ବୌଦ୍ଧ ବୟନମଣ୍ଡଳମାନଙ୍କରୁ ଆସିଥିବା ୩୫ଟି ସମବାୟ ସମିତି ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କ ଉତ୍ପାଦିତ ଲୁଗାର ପ୍ରଦର୍ଶନୀ ଏବଂ ବିକ୍ରୟ କରିବେ।

ଏଥି ନିମନ୍ତେ ସେମାନଙ୍କୁ ୩୪ଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଛି। ରାଜ୍ୟର ବିଭିନ୍ନ ପ୍ରାନ୍ତର ଉତ୍ପାଦିତ ହସ୍ତତନ୍ତ ଲୁଗା ଉପରେ ଗ୍ରାହକମାନଙ୍କୁ ୧୦ ପ୍ରତିଶତରୁ ୨୦ ପ୍ରତିଶତ ସରକାରୀ ରିହାତି ପ୍ରଦାନ କରାଯାଉଛି।

ଆଜିର ଉଦ୍‌ଘାଟନୀ ଉତ୍ସବରେ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀ ଶୋଭନ କି୍ରଷ୍ଣା ସାହୁ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିିବ ଶ୍ରୀ ସରୋଜ ପଟେଲ, ସମ୍ବଲପୁରୀ ବସ୍ତ୍ରାଳୟର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶିଶିର କୁମାର ନାଗ, ସଭାପତି ଶ୍ରୀ ସମ୍ବିତ କୁମାର ଆଚାର୍ଯ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ସମିତିର ବାଣିଜ୍ୟ ଅଧିକାରୀ ଶ୍ରୀ ହେମନ୍ତ କୁମାର ମିଶ୍ର ସଂଯୋଜନା କରିଥିଲେ।

ପ୍ରକାଶଯୋଗ୍ୟ ଯେ ଏକାମ୍ର ହାଟରେ ଅକେଫାବର ୨ରୁ ନଭେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୭୧ ଜଣ ହସ୍ତତନ୍ତ ବୁଣାକାର/ସଂସ୍ଥା ଓ ୮୭୬ ଜଣ ହସ୍ତଶିଳ୍ପ କାରିଗର ଯଥାକ୍ରମେ ୭୯୩.୫୬ ଲକ୍ଷ ଟଙ୍କା ଏବଂ ୬୩୩.୩୨ ଲକ୍ଷ ଟଙ୍କାର ବିକ୍ରିବଟା କରିଛନ୍ତି। ଏଠାରେ ଥିବା ଫୁଡ୍‌ ଷ୍ଟଲମାନଙ୍କରେ ମଧ୍ୟ ୨୭୫.୪୩ ଲକ୍ଷ ଟଙ୍କାର କାରବାର ହୋଇଛି। ଏହି ଅବଧି ମଧ୍ୟରେ ହାଟକୁ ୨.୧୭ ଲକ୍ଷ ଲୋକ ଆସିଛନ୍ତି।

ଏକାମ୍ର ହାଟ ଡ. ଅରବିନ୍ଦ କୁମାର ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026
Latest News

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.