Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ‘ବରିଷ୍ଠ ନାଗରିକ ମଞ୍ଚ’ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ବାଲୁଗାଁରେ ‘ବରିଷ୍ଠ ନାଗରିକ ମଞ୍ଚ’ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

November 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ସଂଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସ୍ଥିତ ଉମାମହେଶ୍ୱର ବଣିକ ସଙ୍ଘ ସଭାଗୃହରେ ‘ବରିଷ୍ଠ ନାଗରିକ ମଞ୍ଚ’ ର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକାରୀ ମାନସ ରଞ୍ଜନ ବାରିକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବାଲୁଗାଁ ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ଯୋଗ ଦେଇଥିଲେ।

ବାଲୁଗାଁ ବରିଷ୍ଠ ନାଗରିକ ମଞ୍ଚ ସଭାପତି ଡ଼ା ଯୋଗିନ୍ଦ୍ର ନାଥ ସେନାପତିଙ୍କ ସଭାପତିତ୍ୱରେ ସମ୍ପାଦକ ମୁରଲୀ ସାମନ୍ତସିଂହାର ମଞ୍ଚ ପରିଚାଳନା କରିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ। ମଞ୍ଚ କୋଷାଧ୍ୟକ୍ଷ ତଥା ଅବସରପ୍ରାପ୍ତ ସହ ନିବନ୍ଧକ ପ୍ରଫୁଲ କୁମାର ଜାଲି ଅତିଥି ପରିଚୟ ପ୍ରଦାନ କରିଥିଲେ। ବୟସର ତାଳେ ତାଳେ ପରିଣତ ବୟସରେ ପ୍ରତିଟି ମୁହୂର୍ତ୍ତରେ ଉପେକ୍ଷିତ ହେଉଥିବା ବରିଷ୍ଠ ନାଗରିକମାନେ ପରିବାର ପ୍ରତି ମଧ୍ୟ ଅଲୋଡ଼ା ହୋଇଯାଉଥିବାର ଦୃଶ୍ୟ ପୁରପଲ୍ଲୀ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବର୍ତ୍ତମାନ ସମାଜରେ ଦେଖିବାକୁ ମିଳୁଛି।ଯାହାକି ପ୍ରତିଷ୍ଠିତ ମାନବ ସମାଜରେ ବରିଷ୍ଠ ନାଗରିକଙ୍କୁ ସ୍ୱତନ୍ତ୍ର ପରିଚୟ ଏବଂ ଗୁରୁଜନମାନେ ସଦାସର୍ବଦା ପୂଜ୍ୟ ତେଣୁ ସେମାନଙ୍କ ସମସ୍ତ ଜରୁରୀ ସୁବିଧା ହାତ ପାହାନ୍ତାରେ ଯୋଗାଇ ଦେବାପାଇଁ ଅନୁଷ୍ଠିତ ମଞ୍ଚରେ ଉପସ୍ଥିତ ଅତିଥିମାନେ ଦୃଷ୍ଟିପାତ କରିଥିଲେ।

ଏଥିସହିତ ଗରିବ ଶ୍ରେଣୀର ନାଗରିକଙ୍କୁ ସହାୟତା ଓ ବିଭିନ୍ନ ସାମାଜିକ ଉନ୍ନତିମୂଳକ କାର୍ଯ୍ୟ ସହ ମୌଳିକ ଅଧିକାର ତଥା ବିଭିନ୍ନ ସମସ୍ୟା ସମାଧାନ କରିବା ଦିଗରେ ମଞ୍ଚ ପକ୍ଷରୁ ସର୍ବସମ୍ମତି ପ୍ରକାଶ ପାଇଥିଲା। ବର୍ତ୍ତମାନ ସୁଦ୍ଧା ଏହି ବରିଷ୍ଠ ନାଗରିକ ମଞ୍ଚରେ ୩୩ ଜଣ ସଭ୍ୟ ନିଷ୍ଠାପର ଭାବେ କାର୍ଯ୍ୟ ଜାରି ରଖିଥିବା ବେଳେ ଆଗାମି ଦିନରେ ଅଧିକରୁ ଅଧିକ ସଭ୍ୟ ଯୋଡିବାପାଇଁ ପ୍ରୟାସ ଜାରିରହିଛି।

ଉକ୍ତ ଉତ୍ସବରେ ସ୍ଥାନୀୟ ଚାଷଙ୍ଗରା ଗ୍ରାମର ଉଦୟମାନ ୧୮ ବର୍ଷରୁ କମ ବାଳକ ଆନ୍ତର୍ଜାତିକ ସ୍ତରରେ ଦେଶ ପାଇଁ ତେହେରାନ ଠାରେ ୧୪ ତମ ଏସିଆ ଭଳିବଲ ଟୁର୍ଣ୍ଣାମେଣ୍ଟରେ ପ୍ରତିନିଧିତ୍ବ କରିଥିବା ଆଶିଷ ସ୍ୱାଇଁ ଏବଂ ଉତ୍କଳ ଲଳିତ କଳା ଏକାଡେମୀ ପକ୍ଷରୁ ରାଜ୍ୟ ସ୍ତରୀୟ ପୁରସ୍କୃତ ହୋଇଥିବା ଶିଶିକାନ୍ତ ସାମନ୍ତସିଂହାରଙ୍କୁ ମଞ୍ଚ ପକ୍ଷରୁ ସମ୍ମାନିତ କରାଯାଇଥିଲା। ନାଗରିକ ମଞ୍ଚ ଉପ ସଭାପତି ତଥା ବାଲୁଗାଁ ଉମା ମହେଶ୍ୱର ବଣିକ ସଙ୍ଘ ସଭାପତି ରବି ନାରାୟଣ ନାୟକ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ପ୍ରଥମ ବାର୍ଷିକ ଉତ୍ସବ ବରିଷ୍ଠ ନାଗରିକ ମଞ୍ଚ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026

ଆଜି ଅନ୍ତର୍ଜାତୀୟ ଚା ଦିବସ, ଜାଣନ୍ତୁ ଚା’ର ପ୍ରକାର ବିଷୟରେ

May 21, 2026

ଫିଟ୍ ରହିବା ଏବଂ ସୁସ୍ଥ ଶରୀର ପାଇଁ ଖାଆନ୍ତୁ କଦଳୀ, ଜାଣନ୍ତୁ ଏହାର ଫାଇଦା

May 21, 2026

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.