Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଉଦ୍ୟାନ କୃଷିକୁ ଲୋକପ୍ରିୟ କରାଇବା ପାଇଁ ପଦକ୍ଷେପ, ଛତୁଚାଷରୁ ଆରମ୍ଭ ହେଲା ଉଦ୍ୟମ
ଜାତୀୟ ଖବର

ଉଦ୍ୟାନ କୃଷିକୁ ଲୋକପ୍ରିୟ କରାଇବା ପାଇଁ ପଦକ୍ଷେପ, ଛତୁଚାଷରୁ ଆରମ୍ଭ ହେଲା ଉଦ୍ୟମ

December 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଉଦ୍ୟାନ କୃଷିକୁ ଲୋକପ୍ରିୟ କରାଇବା ପାଇଁ ପଦକ୍ଷେପ, ଛତୁଚାଷରୁ ଆରମ୍ଭ ହେଲା ଉଦ୍ୟମ

ଭୁବନେଶ୍ୱର : କୃଷକମାନଙ୍କର ସର୍ବାଙ୍ଗୀନ ବିକାଶ ଓ ଆୟ ବୃଦ୍ଧି ଦିଗରେ ଉଦ୍ୟାନ କୃଷିର ପ୍ରମୁଖ ଭୂମିକା ରହିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟାନ କୃଷିକୁ ପ୍ରାଥମିକତା ଦିଆଯାଉଛି। ଚାଷୀମାନେ ଉପଯୁକ୍ତ ଜ୍ଞାନକୌଶଳ ବ୍ୟବହାର କଲେ ଉଦ୍ୟାନ କୃଷିରୁ ଅଧିକ ଲାଭବାନ ହୋଇପାରିବେ।

ରାଜ୍ୟର ଜଳବାୟୁ ଓ ମୃତ୍ତିକା ଦୃଷ୍ଟିରୁ ଉଦ୍ୟାନ କୃଷିର ବ୍ୟାପକ ସୁଯୋଗ ରହିଥିବାବେଳେ ଚାଷୀମାନଙ୍କ ମଧ୍ୟରେ ଉଦ୍ୟାନ କୃଷିକୁ ଅଧିକ ଲୋକପି୍ରୟ କରାଇବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି।

ଆଜି କୃଷି ଭବନଠାରେ ଉଦ୍ୟାନ କୃଷି ଏବଂ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶାଳୟର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ଓ ବ୍ୟୟବରାଦିର ସମୀକ୍ଷା କରି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ କୃଷି ଓ ଆନୁଷଙ୍ଗିକ କୃଷିର ଉପଯୁକ୍ତ ସମନ୍ୱୟରେ ଚାଷୀମାନଙ୍କର ଆର୍ଥିକ ମାନଦଣ୍ଡ ସୁଦୃଢ଼ ହୋଇପାରିବ ।

ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ନିମନ୍ତେ ପ୍ରାଥମିକତା ପ୍ରଦାନ କରି ବଜେଟ୍‌ରେ ଆଶାତୀତ ଭାବେ ବୟବରାଦି ବୃଦ୍ଧି କରିଛନ୍ତି । ଏହି ପରିପ୍ରେକ୍ଷୀରେ ଯୋଜନାର ସଫଳ ରୂପାୟନ ନିମନ୍ତେ ବୟବରାଦିର ଅର୍ଥ ଠିକଣା ସମୟରେ ଖର୍ଚ୍ଚ କରି ଚାଷୀମାନଙ୍କୁ ଏହାର ଲାଭ ପହଞ୍ଚାଇବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ଚାଷୀମାନଙ୍କ ନିମନ୍ତେ ନିର୍ଦ୍ଦେଶାଳୟ ପକ୍ଷରୁ ଉନ୍ନତ ମାନର ଫଳଚାଷ ଓ ପନିପରିବା ଚାଷ ନିମନ୍ତେ ମଂଜି ଯୋଗାଇଦେବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଚଳିତ ରବିଋତୁରେ ଚାଷୀମାନଙ୍କୁ ଗୁଣାତ୍ମକ ଆଳୁ ବିହନ ଯୋଗାଣ କାର୍ଯ୍ୟର ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ । ଏଥି ସହିତ ରାଜ୍ୟରେ ଛତୁଚାଷର ବ୍ୟାପକ ସୁଯୋଗ ରହିଥିବା ଓ ଏଥି ନିମନ୍ତେ କମ୍‌ ପରିମାଣର ଜମିର ଆବଶ୍ୟକତା ଦୃଷ୍ଟିରୁ ଛତୁଚାଷ ନିମନ୍ତେ ଚାଷୀମାନଙ୍କୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଉନ୍ନତ ମାନର ଚାରା ଉତ୍ପନ ନିମନ୍ତେ ବ୍ଲକ୍‌ସ୍ତରରେ ଅଧିକରୁ ଅଧିକ ନର୍ସରୀ ପ୍ରତିଷ୍ଠା କରିବା ପାଇଁ ମନ୍ତ୍ରୀ କହିଥିଲେ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଡିସେମ୍ବର ମାସରେ ବୟବରାଦିର ଖର୍ଚ୍ଚକୁ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ନିର୍ଦ୍ଦେଶାଳୟ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଅଣୁ ଜଳସେଚନ, ଜାତୀୟ ଉଦ୍ୟାନ କୃଷି ମିଶନ, ଅଏଲ୍‌ ପାମ୍‌ ଚାଷ ଓ ପାମ୍‌ ଅଏଲ୍‌ କାରଖାନା ପ୍ରତିଷ୍ଠା ଆଦିର ଅଗ୍ରଗତି ସଂପର୍କରେ ବିଶଦ ଭାବରେ ଆଲୋଚନା ହୋଇଥିଲା ।

ଏଥି ସହିତ ମୃତ୍ତିକା ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟର କୃଷି ବନିକରଣ, ଫାର୍ମପଣ୍ଡ ପ୍ଲସ୍‌, ରିୱାର୍ଡ ଯୋଜନାର ଅଗ୍ରଗତି ସଂପର୍କରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ । ବର୍ଷାପୁଷ୍ଟ ଅଞ୍ଚଳରେ ସମନ୍ୱିତ କୃଷି ପଦ୍ଧତିର ସଠିକ୍‌ ପରିଚାଳନା ଦ୍ୱାରା ଚାଷୀମାନଙ୍କର ଆୟ ବୃଦ୍ଧିରେ ବ୍ୟାପକ ସୁଯୋଗ ରହିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ। ଜଳବିଭାଜିକା ପ୍ରକଳ୍ପ ମାଧ୍ୟମରେ ଚାଷୀଙ୍କ ଜମିକୁ ଜଳସେଚନର ସୁବିଧା ଯୋଗାଇଦେଇ ଚାଷୀମାନଙ୍କ ଜୀବନଧାରଣର ମାନରେ ଉନ୍ନତି ଅଣାଯାଇପାରିବ ବୋଲି ପ୍ରମୁଖ ଶାସନ ସଚିବ ଡ. ପାଢ଼ୀ କହିଥିଲେ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉପଦେଷ୍ଟା ଶ୍ରୀ ରାମଚନ୍ଦ୍ର ପଣ୍ଡା, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସଂଜୀବ ଚଢ଼ା, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ହେମନ୍ତ କୁମାର ପଣ୍ଡାଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗଦେଇଥିଲେ।

ଉଦ୍ୟାନ କୃଷି ଡ. ଅରବିନ୍ଦ କୁମାର ପାଢ଼ୀ
Share. Facebook Twitter LinkedIn Email WhatsApp Copy Link

Related Posts

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026
Latest News

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.