Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନଗର ମଣ୍ଡଳ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟ ସମିତି ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର ନଗର ମଣ୍ଡଳ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟ ସମିତି ବୈଠକ ଅନୁଷ୍ଠିତ

December 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଗକୁ ଆସୁଛି ସାଧାରଣ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ତାର ସଂଗଠନକୁ ମଜଭୁତ କରିବାରେ ଲାଗିଛି। ଅନୁରୂପ ଭାବେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ମଧ୍ୟ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ବିଗତ କିଛି ଦିନ ହେଲା ବିଜେପି ଏହାର ସାଙ୍ଗଠନିକ ଭିତ୍ତିଭୂମିକୁ ସଜାଡ଼ିବାରେ ଲାଗିଛି ଏବଂ ନିଜକୁ ଶକ୍ତିଶାଳୀ କରିବାକୁ ପ୍ରୟାସ କରୁଛି।

ପୂର୍ବରୁ ବିଭିନ୍ନ ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ନିଜର ଶକ୍ତି ପ୍ରଦର୍ଶନ କରିସାରିଥିବାସ୍ଥଳେ ଆଜି ବାଣପୁର ନଗର ମଣ୍ଡଳର ପରିବର୍ଦ୍ଧିତ କାର୍ଯ୍ୟ ସମିତି ବୈଠକ ସ୍ଥାନୀୟ ଉତ୍ତରାୟଣୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ବୈଠକରେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ସମ୍ବିତ ପାତ୍ର ଆଦି ଯୋଗଦେଇ ସଂଗଠନକୁ କିପରି ଆହୁରି ସୁଦୃଢ କରାଯିବ ସେ ନେଇ କର୍ମୀଙ୍କୁ ଗୁରୁ ମନ୍ତ୍ର ଦେଇଥିଲେ। ଭାରତର ଜନପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶର ମନ୍ତ୍ରକୁ ଘରେ ଘରେ ପହଞ୍ଚାଇବା ପାଇଁ ରାଜ୍ୟ ବିଜେପି ସାଧରଣ ସମ୍ପାଦକ ଶ୍ରୀ ହରିଚନ୍ଦନ କର୍ମୀମାନଙ୍କୁ ପରାମର୍ଶ ଦେବା ସହ ଦୀର୍ଘ ବର୍ଷ ଧରି ଦୁର୍ନୀତିରେ ଜଡିତ ଥିବା ବିଜେଡି ସରକାରକୁ ଆଗାମୀ ସାଧରଣ ନିର୍ବାଚନରେ ଚିଲିକାବାସୀ ପ୍ରତ୍ୟାଖ୍ୟାନ କରି ବିଜେପିକୁ ଜିତାଇବେ ବୋଲି ମତ ରଖିଥିଲେ।

ମା’ ଭଗବତୀ ମନ୍ଦିର ଓ ବାଣପୁରର ଉନ୍ନତି ପାଇଁ ପ୍ରସ୍ତୁତ ବ୍ଲୁପ୍ରିଣ୍ଟକୁ ପ୍ରଶାସନ ଜନସଭା ମାଧ୍ୟମରେ କରିବା ପାଇଁ ଆହ୍ୱାନ ଦେଇଥିଲେ ଶ୍ରୀ ହରିଚନ୍ଦନ। ଯଦି ଏଥିରୁ ବିଚ୍ୟୁତି ହୁଏ ତେବେ ବିଜେପି ଆନ୍ଦୋଳନର ପନ୍ଥା ଗ୍ରହଣ କରିବାକୁ ପଚାଇବା ନାହିଁ ବୋଲି କହିଥିଲେ ଶ୍ରୀ ହରିଚନ୍ଦନ।

ସେହିପରି ଭାବେ ସଂଗଠନକୁ ସୁଦୃଢ କରିବା ପାଇଁ କର୍ମୀମାନଙ୍କୁ ୫ ଗୋଟି ମନ୍ତ୍ର ଦେଇଥିଲେ ରାଷ୍ଟ୍ରୀୟ ପ୍ରବକ୍ତା ଡ଼ା ପାତ୍ର। ଉକ୍ତ ସଭାରେ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବାଣପୁର ବିଜେପି ନଗର ମଣ୍ଡଳ ସଭାପତି ଭଗବାନ ପ୍ରଧାନ, ପୁରୀ ଲୋକସଭା ବିଜେପି ପ୍ରଭାରୀ ଅମିୟ ଦାସ, ପୁରୀ ଲୋକସଭା ସଂଯୋଜକ ଶଙ୍କର ପରିଡ଼ା, ଚିଲିକା ବିଧାନସଭା ପ୍ରଭାରୀ ରତିକାନ୍ତ ପରିଡ଼ା, ଏନଏସିର ସମସ୍ତ ନିର୍ବାଚିତ ବିଜେପି କାଉନସିଲର ଏବଂ ଶତାଧିକ ପୁରୁଷ ଓ ମହିଳା କର୍ମୀମାନେ ଯୋଗଦେଇ ଆଗାମୀ ସାଧାରଣ ନିର୍ବାଚନରେ ବିଜେପିକୁ ବିପୁଳ ଭୋଟରେ ଜିତେଇବା ପାଇଁ ଦୃଢ଼ ସଂକଳ୍ପ ନେଇଥିଲେ।

ନଗର ମଣ୍ଡଳ ବାଣପୁର ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଘରେ ଶଙ୍ଖ ରଖିବା ନିଶ୍ଚିତ ଶୁଭ, ହେଲେ ଯଦି ଏହି ଭୁଲ କରିଦେଲେ ତେବେ କଥା ସରିଲା

October 18, 2026

ନବରାତ୍ରୀ ଉତ୍ସବରେ “ଗରବା” ନୃତ୍ୟର ପରଂପରା ଏବଂ ନୃତ୍ୟ ଶୈଳୀର ଆକର୍ଷଣ

October 18, 2026

ହିମାଚଳ ପ୍ରଦେଶରୁ ୫୦ ଜଣିଆ ଯୁବ ଛାତ୍ର ପ୍ରତିନିଧି ଦଳର ଓଡ଼ିଶା ଗସ୍ତ

October 18, 2026

ବିବାହରେ କାହିଁକି ହୁଏ ଅହେତୁକ ବିଳମ୍ବ? ଜାଣନ୍ତୁ କାରଣ ଏବଂ ସରଳ ପ୍ରତିକାର

October 18, 2026

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.