Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଡିଭୋରରୁ ପୁରୀ, ମା ମଙ୍ଗଳା ମନ୍ଦିର ଦର୍ଶନ ସହ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ପାଣ୍ଡିଆନ
ବିଶେଷ ଖବର

ବଡିଭୋରରୁ ପୁରୀ, ମା ମଙ୍ଗଳା ମନ୍ଦିର ଦର୍ଶନ ସହ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ପାଣ୍ଡିଆନ

December 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
v k pandian
ବଡିଭୋରରୁ ପୁରୀ, ମା ମଙ୍ଗଳା ମନ୍ଦିର ଦର୍ଶନ ସହ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ପାଣ୍ଡିଆନ

ଭୁବନେଶ୍ବର: ଆଜି ବଡି ଭୋରରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫ଟି ସଚିବ ଭି କେ ପାଣ୍ଡିଆନ ପୁରୀ ଗସ୍ତ କରିଛନ୍ତି। ସେ ଶ୍ରୀମନ୍ଦିରରେ ଶ୍ରୀ ଜୀୟୁଙ୍କୁ ଦର୍ଶନ କରିବା ସହିତ ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ତଦାରଖ କରିଥିଲେ। ସେ ଉତ୍ତରଦ୍ବାରରୁ ପଶ୍ଚିମଦ୍ବାର ଓ ଦକ୍ଷିଣ ଦ୍ବାରରେ ଜାରି ରହିଥିବା ନିର୍ମାଣ ସମ୍ପର୍କରେ ପଚାରି ବୁଝିଛନ୍ତି।

ଏହାପରେ ସେ ବାଲିଗୁଆଳି ସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲରେ କରାଯାଉଥିବା ନିର୍ମାଣ କାମକୁ ମଧ୍ୟ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି। ଆଗାମୀ ଅଗଷ୍ଟ ସୁଦ୍ଧା ନିର୍ମାଣ କାମ ଶେଷ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି।

୬୫୦ ବେଡ୍ ବିଶିଷ୍ଟ ହସ୍ପିଟାଲ ନିର୍ମାଣ କାର୍ଯ୍ୟ କରାଯାଉଛି । ନିର୍ମାଣକାରୀ ସଂସ୍ଥା ପକ୍ଷରୁ କାମର ଅଗ୍ରଗତି ସଂପର୍କରେ ତାଙ୍କୁ ଅବଗତ କରାଯାଇଛି । ଏହାଛଡ଼ା ମେଡିକାଲ କଲେଜରେ ଫାର୍ମାସିଷ୍ଟ ଓ ନର୍ସିଂ କ୍ବାର୍ଟର ବ୍ଲକ୍ ବୁଲି ଦେଖିଛନ୍ତି । ନିର୍ମାଣକାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ଭି.କେ ପାଣ୍ଡିଆନ । ଆଗାମୀ ଅଗଷ୍ଟ ସୁଦ୍ଧା ନିର୍ମାଣ କାମ ଶେଷ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି ।

ପରେ ସେ ଚନ୍ଦ୍ରଭାଗାରେ ପହଞ୍ଚି ପାରିପାର୍ଶ୍ବିକ ଉନ୍ନତିମୂଳକ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ସେହିପରି କୋଣାର୍କ ମନ୍ଦିର ମଧ୍ୟ ପରିଦର୍ଶନ କରିଛନ୍ତି ପାଣ୍ଡିଆନ। ସେଠାରେ ଏଏସଆଇ ଦ୍ବାରା ଚାଲିଥିବା କାର୍ଯ୍ୟ ତଦାରଖ କରିବା ସହିତ ବେଳାଭୂମି ଉନ୍ନତି କରଣ ନେଇ ମଧ୍ୟ ଆଲୋଚନା କରିଛନ୍ତି।

ଏହାପରେ କାକଟପୁର ମାଆ ମଙ୍ଗଳାଙ୍କ ପୀଠ ଗସ୍ତ କରି ମାଆଙ୍କ ଦର୍ଶନ ମଧ୍ୟ କରିଛନ୍ତି ପାଣ୍ଡିଆନ। ସେଠାରେ ମାଆ ମଙ୍ଗଳା ପୂଜକମାନେ ତାଙ୍କୁ ପାଛୋଟି ନେଇଥିଲେ। ସେଠାରେ ମନ୍ତ୍ରୀ ତୁଷାର କାନ୍ତି ବେହେରା ମଧ୍ୟ ଉପସ୍ଥିତ ଥିଲେ। ସେଠାରେ ସେ ଜଙ୍କସନ, ମଲଟି ପରପୋଜ୍ ଇଣ୍ଡୋର ଷ୍ଟାଡିଅମ ନିର୍ମାଣ କାମର ସମୀକ୍ଷା କରିଥିଲେ।

ତାଙ୍କ ସହିତ ପୁରୀ ଜିଲ୍ଲାପାଳ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟାନ୍ୟ ପ୍ରଶାସନିକ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପୂର୍ବରୁ ପାଣ୍ଡିଆନ ପ୍ରତି ଶନିବାରରେ କେବଳ ଶ୍ରୀମନ୍ଦିର ଦର୍ଶନ ସହିତ ପୁରୀର ଉନ୍ନୟନ କାର୍ଯ୍ୟ ତଦାରଖ କରି ଆସୁଥିଲେ। ହେଲେ ଏଥର ସେ ଚନ୍ଦ୍ରଭାଗା, କୋଣାର୍କ, କାକଟପୁର ମା ମଙ୍ଗଳା ମଧ୍ୟ ଦର୍ଶନ କରି ସେଠାର ଉନ୍ନୟନ କାର୍ଯ୍ୟ ତଦାରଖ କରିଥିଲେ।

5ଟି ସଚିବ pandian pandian in puri V K Pandian ଭି.କେ ପାଣ୍ଡିଆନ ଶ୍ରୀମନ୍ଦିରରେ ଭି କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାରତୀୟ ସେନାରେ ଯୋଗଦେବା ପାଇଁ ବଡ଼ ସୁଯୋଗ: ଜାଣନ୍ତୁ ଆବେଦନ ପ୍ରକ୍ରିୟା

February 14, 2026

ନିଶା କାରବାରକୁ ବିରୋଧ କରିବାରୁ ଯୁବକକୁ ମାରଣାନ୍ତକ ଆକ୍ରମଣ

February 14, 2026
Latest News

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଦୁଇ ଆରୋହୀ ମୃତ

February 14, 2026

ଶିଶୁକୁ ଯୌନ ନିର୍ଯାତନା ଓ ହତ୍ୟା ମାମଲା: ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡ

February 14, 2026

ଭାଲେଣ୍ଟାଇନ୍ସ ଡେ’ରେ ସୁନା ଏବଂ ରୂପା ମୂଲ୍ୟ କେତେ?: ଜାଣନ୍ତୁ ଆଜିର ଦର

February 14, 2026

500 କିଲୋମିଟର ପରିସର ଏବଂ କମ ମୂଲ୍ୟ ସହିତ ଲଞ୍ଚ ହେବ Tata Sierra EV: ଜାଣନ୍ତୁ କେବେ?

February 14, 2026

ଭାରତୀୟ ସେନାରେ ଯୋଗଦେବା ପାଇଁ ବଡ଼ ସୁଯୋଗ: ଜାଣନ୍ତୁ ଆବେଦନ ପ୍ରକ୍ରିୟା

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.