Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଗରିବଙ୍କୁ ଆଉ ବର୍ଷେ ମାଗଣା ରାସନ, ୮୧ କୋଟି ଲୋକ ହେବେ ଉପକୃତ
ବିଶେଷ ଖବର

ଗରିବଙ୍କୁ ଆଉ ବର୍ଷେ ମାଗଣା ରାସନ, ୮୧ କୋଟି ଲୋକ ହେବେ ଉପକୃତ

December 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ସମ୍ପର୍କରେ ମଧ୍ୟ ଏକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଏହି ନିୟମ ଅନୁଯାୟୀ, ଗୋଟିଏ ବର୍ଷ ଅର୍ଥାତ୍ ଡିସେମ୍ବର ୨୦୨୩ ପର୍ଯ୍ୟନ୍ତ ୮୧.୩ କୋଟି ଗରିବ ଲୋକଙ୍କୁ ମାଗଣା ରାସନ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ କହିଛନ୍ତି ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର ଏକ ବର୍ଷ ପାଇଁ ୮୧.୩ କୋଟି ଲୋକଙ୍କୁ ମାଗଣା ଖାଦ୍ୟ ଶସ୍ୟ ବଣ୍ଟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଗରିବ ଲୋକଙ୍କୁ ମାଗଣା ରାସନ ଦେବା ପ୍ରାୟ ୨ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ, କେନ୍ଦ୍ର ସରକାର ଏହାର ଭାର ବହନ କରିବେ।

କେନ୍ଦ୍ର ଖାଦ୍ୟ ଏବଂ ସାର୍ବଜଜନୀନ ବଣ୍ଟନ ମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ସରକାର କିଲୋଗ୍ରାମ ପିଛା ୩ ଟଙ୍କା ଚାଉଳ, ଗହମ କିଲୋଗ୍ରାମ ୨ ଟଙ୍କା ଏବଂ ମୋଟା ଶସ୍ୟ କିଲୋଗ୍ରାମ ପ୍ରତି ୧ ଟଙ୍କା ହାରରେ ପ୍ରଦାନ କରୁଛନ୍ତି। ଡିସେମ୍ବର ୨୦୨୩ ପର୍ଯ୍ୟନ୍ତ ଏହା ସମ୍ପୂର୍ଣ୍ଣ ମାଗଣାରେ ଉପଲବ୍ଧ ହେବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୧.୩୫ କୋଟି ଲୋକ ଉପକୃତ ହେବେ।

ନିକଟରେ ସୁପ୍ରିମକୋର୍ଟ କହିଥିଲେ ଯେ, ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନୁଯାୟୀ ଖାଦ୍ୟ ଶସ୍ୟ ଶେଷ ବ୍ୟକ୍ତିଙ୍କ ନିକଟରେ ପହଞ୍ଚିବା ନିଶ୍ଚିତ କରିବା କେନ୍ଦ୍ର ସରକାରଙ୍କ ଦାୟିତ୍ଵ ଅଟେ। ଆମେ କହୁ ନାହୁଁ ଯେ କେନ୍ଦ୍ର କିଛି କରୁନାହିଁ। କୋଭିଡ ସମୟରେ କେନ୍ଦ୍ର ସରକାର ଲୋକଙ୍କୁ ଖାଦ୍ୟ ଶସ୍ୟ ଯୋଗାଇ ଦେଇଛନ୍ତି। ଏବଂ ଏହା ଜାରି ରହୁ। ଖାଲି ପେଟରେ କେହି ଶୋଇବେ ନାହିଁ। ମଙ୍ଗଳବାର ଦିନ କୋଭିଡ ଏବଂ ଲକଡାଉନ ସମୟରେ ପ୍ରବାସୀ ଶ୍ରମିକମାନେ ସମ୍ମୁଖୀନ ହେଉଥିବା ସମସ୍ୟା ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଥିଲା। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଏହି ମନ୍ତବ୍ୟ ଦେଇଥିଲେ।

କ୍ୟାବିନେଟ ବୈଠକ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ନରେନ୍ଦ୍ର ମୋଦୀ ପିୟୁଷ ଗୋୟଲ ମାଗଣା ରାସନ ମୋଦୀ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026
Latest News

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.