Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଓ ପକ୍ଷରୁ ଏକକାଳୀନ ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ
ଆଜିର ଖବର

ଜିଓ ପକ୍ଷରୁ ଏକକାଳୀନ ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ

December 28, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଆଜି ଦେଶର ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି। ବର୍ତ୍ତମାନ ସୁଦ୍ଧା କଂପାନି ତରଫରୁ ଟ୍ରୁ-୫ଜି ସେବା ଆରମ୍ଭ କରାଯାଇଥିବା ଏହା ଏକକାଳୀନ ସର୍ବାଧିକ ସଂଖ୍ୟକ ସହର। ଆଜି ଲକ୍ଷ୍ନୌ, ତ୍ରିଭେନ୍ଦ୍ରମ, ମହୀଶୂର, ନାସିକ, ଔରଙ୍ଗାବାଦ, ଚଣ୍ଡିଗଡ଼, ମୋହାଲି, ପଂଚକୁଲା, ଜୀରକପୁର, ଖରଡ଼ ଏବଂ ଡେରାବସୀ ଭଳି ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବା ଆରମ୍ଭ କରାଯାଇଛି। ପ୍ରଥମ ଟେଲିକମ ଅପରେଟର ଭାବେ ଜିଓ ପକ୍ଷରୁ ମୋହାଲି, ପଂଚକୁଲା, ଜୀରକପୁର, ଖରଡ଼ ଓ ଡେବାବସୀ କ୍ଷେତ୍ର ସମେତ ତ୍ରିଭେନ୍ଦ୍ରମ, ମହିଶୂର, ନାସିକ, ଔରଙ୍ଗାବାଦ, ଚଣ୍ଡିଗଡ଼ ଟ୍ରାଇସିଟି ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି।

ଜିଓ ଟ୍ରୁ-୫ଜି ନେଟ୍‌ୱର୍କରେ ଯୋଡ଼ି ହୋଇଥିବା ଏହି ୧୧ଟି ସହରରେ ଜିଓ ବ୍ୟବହାରକାରୀମାନଙ୍କୁ “ଜିଓ ୱେଲକମ୍ ଅଫର’ ଅଧୀନରେ ଆମନ୍ତ୍ରଣ କରାଯିବ। ଆମନ୍ତ୍ରୀତ ଜିଓ ବ୍ୟବହାରକାରୀମାନଙ୍କୁ ବିନା କୌଣସି ଅତିରିକ୍ତ ଶୁଳ୍କରେ ୧ ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ରେ ଅସୀମିତ ଡାଟା ମିଳିବ।

ଏହି ଅବସରରେ ଜିଓର ପ୍ରବକ୍ତା କହିଛନ୍ତି ଯେ, “ଏକକାଳୀନ ୧୧ଟି ସହରରେ ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରି ଆମେ ଗର୍ବିତ ମନେ କରୁଛୁ। ଯେବେଠାରୁ ଆମେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିଛୁ, ସେହିଦିନଠାରୁ ଏହା ହେଉଛି ଆମର ଏକକାଳୀନ ସର୍ବାଧିକ ସହରରେ ୫ଜି ସେବାର ଶୁଭାରମ୍ଭ। ଏହି ୧୧ଟି ସହରର ଲକ୍ଷ ଲକ୍ଷ ଗ୍ରାହକ ଜିଓର ଟ୍ରୁ-୫ଜି ପ୍ରଯୁକ୍ତିର ଲାଭ ସହିତ ନୂଆବର୍ଷ ୨୦୨୩କୁ ଆରମ୍ଭ କରିବେ।

ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳ ବ୍ୟତୀତ ଏହି ସହରଗୁଡ଼ିକ ହେଉଛି ଆମ ଦେଶର ପ୍ରମୁଖ ଶିକ୍ଷା କେନ୍ଦ୍ର ମଧ୍ୟ। ଜିଓ ଟ୍ରୁ-୫ଜି ସେବାର ଶୁଭାରମ୍ଭ ସହିତ ଏହି ଅଂଚଳଗୁଡ଼ିକରେ ଉନ୍ନତ ଟେଲିକମ୍ ନେଟ୍‌ୱର୍କ ମିଳିବା ସହିତ ଇ-ଗଭର୍ଣ୍ଣାସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଟେଂଲିଜେନ୍ସ, ଗେମିଂ, ହେଲ୍‌ଥକେୟାର, କୃଷି, ଆଇଟି ଏବଂ ଏସ୍‌ଏମ୍‌ଇ ବ୍ୟବସାୟ କ୍ଷେତ୍ରରେ ବିକାଶର ନୂଆ ପଥ ଉନ୍ମୁକ୍ତ ହେବ।’’

ଏହି ଅଂଚଳଗୁଡ଼ିକର ଡିଜିଟାଇଜ୍ କରିବାରେ ନିରନ୍ତର ସହଯୋଗ ଓ ସମର୍ଥନ ପ୍ରଦାନ କରିଥିବା ଚଣ୍ଡିଗଡ଼ ପ୍ରଶାସନ, ପଂଜାବ, ହରିୟାଣା, କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ ଉତର ପ୍ରଦେଶ ସରକାରଙ୍କ ନିକଟରେ ଆମେ କୃତଜ୍ଞ।

ଜିଓ ଟ୍ରୁ-୫ଜି ସେବା ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026
Latest News

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.