Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ
ଆଜିର ଖବର

୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

January 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ଆଜି ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଉଦ୍‌ଘାଟିତ ହୋଇଯାଇଛି। ୨୬ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୨ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେବେ।

ଛାତ୍ରଛାତ୍ରୀଙ୍କ ମଧ୍ୟରେ ଫୁଟବଲ୍ (ପୁରୁଷ), କ୍ରିକେଟ, ଭଲିବଲ୍ (ପୁରୁଷ), ବାସ୍କେଟବଲ୍‌, ଲନ୍ ଟେନିସ୍‌, ଖୋଖୋ (ପୁରୁଷ), ଥ୍ରୋ ବଲ୍ (ମହିଳା), ଟେବୁଲ୍ ଟେନିସ୍‌, ସଫ୍ଟ ବଲ୍‌, ଚେସ୍ ଏବଂ କବାଡି ଭଳି ପ୍ରତିଯୋଗିତାର ଆୟୋଜନ କରାଯାଇଛି। ସେହିପରି କେବଳ ପୁରୁଷମାନଙ୍କ ପାଇଁ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ରଖାଯାଇଥିବା ବେଳେ ପ୍ରଥମ ଥର ନିମନ୍ତେ ଚଳିତ ବର୍ଷ ଖୋଖୋକୁ ସୋଆ କପ୍‌ରେ ସାମିଲ କରାଯାଇଛି।

ସୋଆ କପ୍‌ର ଉଦ୍‌ଘାଟନୀ ଉତ୍ସବରେ ଦୈନିକ ଇଂରାଜୀ ସମ୍ବାଦପତ୍ର ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ୍‌ର ଆବାସିକ ସମ୍ପାଦକ ଶିବ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ଶ୍ରୀ ମହାନ୍ତି କହିଥିଲେ ଯେ ଭାରତରେ କ୍ରୀଡାକୁ ବହୁତ ବଡ଼ ପ୍ରୋତ୍ସାହନର ଆବଶ୍ୟକତା ରହିଛି। କାରଣ ୧୪୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶରେ ମାତ୍ର ୫.୭ ପ୍ରତିଶତ ଲୋକଙ୍କ ନିକଟରେ କ୍ରୀଡା ବିଷୟରେ ଜ୍ଞାନ ରହିଛି। ଏପରି ସ୍ଥଳେ ଚାଇନାରେ ୧ କୋଟି ଯୁବବର୍ଗ କେବଳ ବ୍ୟାଡମିଂଟନ ଖେଳିବାର ନଜିର ରହିଛି। ତେବେ ଚଳିତ ଅଲିମ୍ପିକ୍‌ରେ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ବେଶ ଭଲ ରହିଥିବାରୁ ସେ କହିଛନ୍ତି। ତେବେ ଓଡ଼ିଶା ମଧ୍ୟ କ୍ରୀଡା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦେଉଥିବା ଶୁଭ ସଂକେତ ବୋଲି ସେ କହିଛନ୍ତି।
ଏହି ଅବସରରେ ରାଜ୍ୟ ସ୍ତରୀୟ ଟେବୁଲ୍ ଟେନିସ୍ ଖେଳାଳୀ ଅବିନାଶ ତ୍ରିପାଠୀ ପ୍ରତିଯୋଗୀାମାନଙ୍କ ପକ୍ଷରୁ ଶପଥ ଗ୍ରହଣ କରିଥିଲେ ।

ସୋଆ କପ୍‌ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌, ସମ୍ ନର୍ସିଂ କଲେଜ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍‌, ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ, ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଲ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ ଭଳି ଅନୁଷ୍ଠାନର ଛାତ୍ରଛାତ୍ରୀ ଭାଗ ନେଉଛନ୍ତି। ସେହିପରି ଚଳିତ ବର୍ଷ ପ୍ରଥମ ଥର ପାଇଁ ସୋଆର ପ୍ଲସ୍ ଟୁ ସାଇନ୍ସ କଲେଜ (ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହାୟର୍ ସେକେଣ୍ଡାରୀ ଏଜୁକେସନ୍‌)ର ଛାତ୍ରଛାତ୍ରୀମାନେ ଏହି କ୍ରୀଡା ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୋଆର କୁଳପତି ପ୍ରଫେସର ବିଜୟ କୁମାର ସାହୁ, ପ୍ରୋ ଭାଇସ୍ ଚାନ୍‌ସେଲର ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ପ୍ରୋ ଭାଇସ୍ ଚାନ୍‌ସେଲର ତଥା ରେଜିଷ୍ଟ୍ରାର୍ ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଏବଂ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ। ସୋଆର ସ୍ପୋର୍ଟ୍ସ ଅଫିସର ସୁନୀତା ବର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

ସୋଆ କପ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Latest News

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026

ଜିଓ-ବ୍ଲାକରକ୍ ଇନଭେଷ୍ଟମେଣ୍ଟ ଆଡ଼ଭାଇଜର୍ସ ପକ୍ଷରୁ ‘ବ୍ୟକ୍ତିଗତ ନିବେଶ ପରାମର୍ଶ’ ଶୁଭାରମ୍ଭ

February 3, 2026

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.