Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କରିବେ କଣ, ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଧନ୍ୟବାଦ ଦେବେ କି ?
ବିଶେଷ ଖବର

ଏବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କରିବେ କଣ, ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଧନ୍ୟବାଦ ଦେବେ କି ?

January 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
hockey Advt
ଏବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କରିବେ କଣ, ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଧନ୍ୟବାଦ ଦେବେ କି ?

ଭୁବନେଶ୍ବର:  ଆଜି ଓଡିଶାର ପ୍ରମୁଖ ଖବର କାଗଜରେ ଏକ ପୁରା ପୃଷ୍ଟା ବିଜ୍ଞାପନ ବାହାରିଛି। ଆସନ୍ତାକାଲି ହେବାକୁ ଥିବା ହକି ମହାକୁମ୍ଭର ଉଦଘାଟନୀ ଉତ୍ସବର ଏହି ବିଜ୍ଞାପନ। ଏହାକୁ ପ୍ରକାଶ କରିଛନ୍ତି ଓଡିଶା ସରକାରଙ୍କ କ୍ରୀଡା ବିଭାଗ। ଏହି ବିଜ୍ଞାପନରେ ରହିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫଟୋ।

ଏହି ବିଜ୍ଞାପନକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା। ତାହା ହେଲା ଏବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରିବେ କଣ? ଅର୍ଥାତ ସେ ପୂର୍ବରୁ ଯେଉଁ ବିଜ୍ଞାପନକୁ ନେଇ ବାଣ ଫୁଟାଇଥିଲେ, ତାହାର ଜବାବ ବିଜେଡି ଦେଲା। ଏହାପରେ ସେ ତାଙ୍କର ବକ୍ତବ୍ୟକୁ ଫେରାଇ ନେବେ ନା କ୍ଷମା ପ୍ରାର୍ଥନା କରିବେ ନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେବେ।

ନିକଟରେ ଏହି ଫଟୋକୁ ନେଇ ଖୋଦ୍ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ବିଜେପିର ମଙ୍ଗୁଆଳମାନେ ବେଶ ତୁମ୍ବା ତୋଫାନ କରିଥିଲେ। ଭୁବନେଶ୍ବର ରାଉରକେଲା ବିମାନ ସେବା ଉଦଘାଟନ ଦିନ ଏହି ବିବାଦ ସୃଷ୍ଟି ହୋଇଥିଲା। ରାଜ୍ୟ ସରକାର ଏହି ବିମାନ ସେବାକୁ ନେଇ ଏକ ବିଜ୍ଞାପନ ଦେଇଥିଲେ। ସେଥିରେ କେବଳ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିଲା। ଏହାକୁ ନେଇ ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର କ୍ଷୋଭ ପ୍ରକାଶ କରିଥିଲେ।

ସେତେବେଳେ ସେ ଅଭିଯୋଗ କରିଥିଲେ ଯେ, ଭୁବନେଶ୍ବର ରାଉରକେଲା ବିମାନ ସେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅବଦାନ। ଉଡାନ ଯୋଜନାରେ ଏହା କରାଯାଇଛି। ହେଲେ ରାଜ୍ୟ ସରକାର ଏହି ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଦେଇଥିଲେ ଭଲ ହୋଇଥାଆନ୍ତା ବୋଲି ଧର୍ମେନ୍ଦ୍ର ଅଭିଯୋଗ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଫଟୋଟିଏ ଦେଇ ନବୀନ ନିଜର ମହନିୟତା ପ୍ରକାଶ କରିପାରି ଥାଆନ୍ତା ବୋଲି ଧର୍ମେନ୍ଦ୍ର କହିଥିଲେ।

ତେବେ ଆଜି ପ୍ରକାଶ ପାଇଥିବା ହକି ଉଦଘାଟନ ଉତ୍ସବ ବିଜ୍ଞାପନରେ ଉଭୟ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ଫଟୋ ପ୍ରକାଶ ପାଇଛି। ଏହାକୁ ରାଜ୍ୟ ସରକାରଙ୍କ କ୍ରୀଡା ବିଭାଗ ପ୍ରକାଶ କରିଛି। ଏହା ଦେଖିବା ପରେ ଧର୍ମେନ୍ଦ୍ର କଣ କହିବେ ତାହାକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ଏବେ ଧର୍ମେନ୍ଦ୍ର ଖୋଲାମଖୁଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଦେବାକୁ ଆଗେଇ ଆସିବେ କି ?

hockey କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକ ହକି
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.