Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ: ପ୍ରତିଶ୍ରୁତି ପୂରଣ କଲେ ପୁରାତନ ବିଦ୍ୟାର୍ଥୀ, ମେଧାବୀ ଛାତ୍ରଙ୍କୁ ମିଳିଲା ସମ୍ମାନ
ଆଞ୍ଚଳିକ

ଟାଙ୍ଗୀ: ପ୍ରତିଶ୍ରୁତି ପୂରଣ କଲେ ପୁରାତନ ବିଦ୍ୟାର୍ଥୀ, ମେଧାବୀ ଛାତ୍ରଙ୍କୁ ମିଳିଲା ସମ୍ମାନ

January 12, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ଅନେକ ପ୍ରଶ୍ନ ଉଠାଉଛନ୍ତି। ତେବେ ଏହାକୁ ନେଇ ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ନିଆଯାଉଛି। ସରକାରୀ ବିଦ୍ୟାଳୟରେ ଶିକ୍ଷାର ବିକାଶ ନିମନ୍ତେ ମୋ ବିଦ୍ୟାଳୟ ଠାରୁ ଆରମ୍ଭ କରି ଫାଇଭ-ଟି ଅନ୍ତର୍ଗତ ସ୍ମାର୍ଟ ବିଦ୍ୟାଳୟ ଦ୍ଵାରା ରାଜ୍ୟ ସରକାର ଅନେକ ପଦକ୍ଷେପ ହାତ ମୁଠାକୁ ନେଇଛନ୍ତି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀଙ୍କ ଆଗ୍ରହ କମିବା ଓ ବେସରକାରୀ ବିଦ୍ୟାଳୟ ପ୍ରତି ଆଗ୍ରହ ବଢିବାକୁ ଦ୍ରୁଷ୍ଟିରେ ରଖି ରାଜ୍ୟ ସରକାର ଚିନ୍ତିତ ଅଛନ୍ତି। ତେଣୁ ସେଥିପାଇଁ ସରକାରୀ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥାକୁ ଉନ୍ନତମାନ କରିବା ପାଇଁ ସରକାର ପ୍ରୟାସ ଜାରି ରଖିଛନ୍ତି।

କିନ୍ତୁ ଏହା ଭିତରେ ସରକାରୀ ବିଦ୍ୟାଳୟରେ ଶିକ୍ଷା ଲାଭ କରିଥିବା କିଛି ପୁରାତନ ଛାତ୍ରଛାତ୍ରୀମାନେ ଏକ ଅଭିନବ ପ୍ରୟାସ ହାତକୁ ନେଇଛନ୍ତି। ନିଜ ବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥାକୁ ଅଧିକ ମଜବୁତ କରିବା ଏବଂ ସେହି ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ କିପରି ପ୍ରତିଯୋଗୀତା ମନୋଭାବ ବୃଦ୍ଧି ପାଇବ, ତାହା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି। ତେବେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବଳରାମଦେବ ବିଦ୍ୟାପୀଠ ୧୯୯୭ ବ୍ୟାଚର ଛାତ୍ରଛାତ୍ରୀମାନେ ଏକ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।

ଖବର ମୁତାବକ ଆଜି ଉକ୍ତ ବିଦ୍ୟାଳୟର ୧୯୯୭ ମସିହା ଦଶମ ଶ୍ରେଣୀ ବ୍ୟାଚ୍ ତରଫରୁ ଏକ ସଭାର ଆୟୋଜନ କରାଯାଇଥିଲା। ଏହି ପ୍ରରିପ୍ରେକ୍ଷୀରେ ଉକ୍ତ ବିଦ୍ୟାଳୟର ଛାତ୍ର ତଥା ନୃସିଂହନାଥ ସାବତଙ୍କ ସୁପୁତ୍ର ଧର୍ମ ରଞ୍ଜନ ସାବତଙ୍କୁ ୯ ହଜାର ୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା। ଧର୍ମ ରଞ୍ଜନ ୨୦୨୧-୨୨ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷାରେ ବିଦ୍ୟାଳୟର ସର୍ବାଧିକ ୫୬୭ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିଲେ। ଧର୍ମ ରଞ୍ଜନଙ୍କୁ ଏହି ରାଶି ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ପୂର୍ବତନ ପ୍ରଧାନ ଶିକ୍ଷକ ତଥା ବିଦ୍ୟାଳୟର ୧୯୭୮ ମସିହା ଦଶମ ଶ୍ରେଣୀ ବ୍ୟାଚ୍ ର ପୁରାତନ ଛାତ୍ର ରମେଶ କୁମାର ବଳବନ୍ତରାୟଙ୍କ ଦ୍ଵାରା ପ୍ରଦାନ କରାଯାଇଥିଲା।

ଏତଦ୍ ବ୍ୟତୀତ, ଉକ୍ତ ବିଦ୍ୟାଳୟରୁ ଦଶମ ଶ୍ରେଣୀ ପରୀକ୍ଷାରେ ଓଡ଼ିଶାର ପ୍ରଥମ ୫୦ ଜଣଙ୍କ ମଧ୍ୟରେ ସ୍ଥାନ ହାସଲ କରିଥିବା ଛାତ୍ର ବା ଛାତ୍ରୀଙ୍କୁ ଅନ୍ୟୁନ ୭ ହଜାର ଟଙ୍କା, ପ୍ରଥମ ୧୦ ଜଣଙ୍କ ମଧ୍ୟରେ ସ୍ଥାନ ହାସଲ କରିଥିବା ଛାତ୍ର ବା ଛାତ୍ରୀଙ୍କୁ ଅନ୍ୟୁନ ୧୦ ହଜାର ଟଙ୍କା ଏବଂ ଓଡ଼ିଶାରେ ପ୍ରଥମସ୍ଥାନ ହାସଲ କରି ପାରିଲେ ସେ ଛାତ୍ର ବା ଛାତ୍ରୀଙ୍କୁ ଅନ୍ୟୁନ ୧୫ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବାକୁ ବ୍ୟାଚ୍ ତରଫରୁ ଘୋଷଣା କରାଯାଇଛି। ଆହୁରି ମଧ୍ୟ ବିଦ୍ୟାଳୟର ସୃଜନଶୀଳ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ସେମାନଙ୍କ ପାଇଁ ବିଭିନ୍ନ ପୁରସ୍କାର ସହିତ ସେମାନଙ୍କ ପ୍ରତିଭାର ବିକାଶ ପାଇଁ ଯଥା ସମ୍ଭବ ସହାୟତା କରିବାର ଘୋଷଣା କରାଯାଇଛି।

ଉଲ୍ଲେଖ ଥାଉ କି ଗତ ମାସ ୪ ତାରିଖରେ ୧୯୯୭ ବ୍ୟାଚ୍ ର ୨୫ ବର୍ଷ ପୁର୍ତ୍ତି ଉପଲକ୍ଷେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ବ୍ୟାଚ୍ ତରଫରୁ ନିଜ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାରେ ଉତ୍ସାହିତ କରିବା ପାଇଁ ଏଭଳି ପ୍ରୋତ୍ସାହନ ରାଶିର ଘୋଷଣା କରାଯାଇଥିଲା। ତେଣୁ ୧୯୯୭ ବ୍ୟାଚ୍ ଦ୍ଵାରା ଦିଆଯାଇଥିବା ପ୍ରତିଶ୍ରୁତିକୁ ଆଜି ରକ୍ଷା କରାଯାଇଛି।

ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଶ୍ୱଜିତ୍ ପଲେଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ, ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀର ସମସ୍ତ ଛାତ୍ର ଛାତ୍ରୀମାନେ, ୧୯୯୭ ବ୍ୟାଚ୍ ତରଫରୁ ଜାନକୀ ବଲ୍ଲଭ ମହାପାତ୍ର, ଭାଗବାନ ସାହୁ, ଲକ୍ଷ୍ମୀକାନ୍ତ ପାତ୍ର, ଶରତ ମହନ୍ତ, ରମେଶ ବେହେରା, ୧୯୭୮ ବ୍ୟାଚର ପୁରାତନ ଛାତ୍ର ରାମଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ସଭାକୁ ସାଫଲ୍ୟ ମଣ୍ଡିତ କରିଥିଲେ।

ଟାଙ୍ଗୀ ପୁରାତନ ବିଦ୍ୟାର୍ଥୀ ପ୍ରତିଶ୍ରୁତି ପୂରଣ ମେଧାବୀ ଛାତ୍ର ସରକାରୀ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.