Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବିପୁଳ ପରିମାଣର ବ୍ରାଉନ ସୁଗାର ଏବଂ ଗଞ୍ଜେଇ ନଷ୍ଟ କଲା ଏସଟିଏଫ
ଅପରାଧ

ଖୋର୍ଦ୍ଧା: ବିପୁଳ ପରିମାଣର ବ୍ରାଉନ ସୁଗାର ଏବଂ ଗଞ୍ଜେଇ ନଷ୍ଟ କଲା ଏସଟିଏଫ

January 13, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
STF
ଖୋର୍ଦ୍ଧା: ବିପୁଳ ପରିମାଣର ବ୍ରାଉନ ସୁଗାର ଏବଂ ଗଞ୍ଜେଇ ନଷ୍ଟ କଲା ଏସଟିଏଫ

ଖୋର୍ଦ୍ଧା: ବିଗତ କିଛି ବର୍ଷ ହେଲା ଓଡିଶା ପୋଲିସ୍ ଦ୍ୱାରା ନିଶା କାରବାର ବିଶେଷ ଭାବରେ ଗଞ୍ଜେଇ ଏବଂ ବ୍ରାଉନ୍ ସୁଗାର ବିରୁଦ୍ଧରେ ବ୍ୟାପକ ଅଭିଯାନ ଜାରି ରହିଛି। ଏହି ସମୟରେ ଜବତ ହେଉଥିବା ନିଶା ଜାତୀୟ ଦ୍ରବ୍ୟଗୁଡ଼ିକ ବିଭିନ୍ନ ଥାନା ଏବଂ କୋର୍ଟ ମାଲଖାନାରେ ଠୁଳ ହୋଇ ରହିଛି। ଯାହାକି ଭବିଷ୍ୟତ ପାଇଁ ବିପଦ ସାବ୍ୟସ୍ତ ହୋଇପାରେ।

ସାଧାରଣତଃ ଏନଡ଼ିପିଏସ ମାମଲାଗୁଡିକର ବିଚାର ପାଇଁ ବହୁ ସମୟ ଲାଗୁଥିବାରୁ ଜବତ ନିଶା ଜାତୀୟ ଦ୍ରବ୍ୟ ପୋଲିସର ମୁଣ୍ଡବିନ୍ଧାର କାରଣ ପାଲଟୁଛି। ତେବେ ଜବତ ନିଶା ଜାତୀୟ ଦ୍ରବ୍ୟକୁ ନଷ୍ଟ କରିବା ପାଇଁ ଏକାଧିକ କଟକଣା ଥାଏ ଯାହାଦ୍ୱାରା ପୋଲିସକୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।

ଏହି ପରିପ୍ରେକ୍ଷୀରେ ଉକ୍ତ ସମସ୍ୟାର ସମାଧାନ ପାଇଁ ପୁର୍ବରୁ ଏସଟିଏଫ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଏକ ଆବେଦନ କରିଥିଲା। ଏହାକୁ ଗୁରୁତ୍ୱ ଦେଇ ଉଚ୍ଚ ନ୍ୟାୟାଳୟ ଜବତ ନିଶା ଦ୍ରବ୍ୟ ଗୁଡିକୁ ନଷ୍ଟ କରିବା ପାଇଁ ୩୧.୦୧.୨୨ ରେ ଏକ ରାୟ ପ୍ରଦାନ କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ଏସଓପି ମଧ୍ୟ ଜାରିକରିଥିଲେ।

ଏହି ପରିପ୍ରେକ୍ଷୀରେ ଏସଟିଏଫ ଭୁବନେଶ୍ୱର ଏସପି, ଖୋର୍ଦ୍ଧା ଡେପୁଟି କଲେକ୍ଟର, ଖୋର୍ଦ୍ଧା ଜିଲ୍ଲା ଅବକାରି ଅଧିକ୍ଷକ, ଏସଟିଏଫ ଡ଼ିଏସପିଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ଡ୍ରଗ ଡ଼ିସପୋଜାଲ କମିଟିର ନିଷ୍ପତିକ୍ରମେ ଏବଂ ରାଜ୍ୟ ଫରେନସିକ ସାଇନ୍ସ ର ଅଧିକାରୀ ଏବଂ ରାଜ୍ୟ ପ୍ରଦୂଷଣ ବୋର୍ଡର ସଭ୍ୟଙ୍କ ଉପସ୍ଥିତିରେ ଆଜି ସମସ୍ତ ନିୟମାବଳୀ ଅନୁସରଣ କରାଯାଇ ଏସଟିଏଫର ପାଞ୍ଚ ଗୋଟି ମାମଲାରେ ଖୋର୍ଦ୍ଧା ଜିଲ୍ଲାରେ ଜବତ ହୋଇଥିବା ସମୁଦାୟ ୧ କେଜି ୧୨ ଗ୍ରାମ ବ୍ରାଉନ ସୁଗାର ଏବଂ ୭୪୮ କେଜି ଗଞ୍ଜେଇ କୁ ଖୋର୍ଦ୍ଧା ଟାଙ୍ଗିଆପଡ଼ା ସ୍ଥିତ ଏକ ଭାଟିରେ ନଷ୍ଟ କରାଯାଇଛି।

ଏପରି ଆହୁରି ଅନେକ ଏନଡ଼ିପିଏସ କେଶରେ ଜବତ ହୋଇଥିବା ନିଶା ଦ୍ରବ୍ୟକୁ ନଷ୍ଟକରିବା ପାଇଁ ପ୍ରକ୍ରିୟା ଜାରିରହିଛି ଏବଂ ଆଜି ସୁଦ୍ଧା ଏସଟିଏଫ ୨୪ କେଜି ୪୬୯ ଗ୍ରାମ ବ୍ରାଉନ ସୁଗାର ଏବଂ ୬୩ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ ନଷ୍ଟ କରିଥିବା ବେଳେ ଓଡ଼ିଶା ପୋଲିସ ଆଜି ସୁଦ୍ଧା ୨୯ କେଜିରୁ ଉର୍ଦ୍ଧ ବ୍ରାଉନ ସୁଗାର ଏବଂ ୭୮୨ କୁଇଣ୍ଟାଲ ରୁ ଉର୍ଦ୍ଧ ଗଞ୍ଜେଇ ନଷ୍ଟ କରିଥିବାର ଜଣାପଡିଛି।

ଏସଟିଏଫ ଗଞ୍ଜେଇ ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026
Latest News

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026

ଶିଙ୍ଗଲ୍ସ କେବଳ ଚର୍ମ ରୋଗ ନୁହେଁ! ଷ୍ଟ୍ରୋକ୍ ଓ ହୃଦଘାତ ବିପଦ ସହ କ’ଣ ରହିଛି ସମ୍ପର୍କ?

October 5, 2026

ଅଷ୍ଟ୍ରେଲିଆ-ଏ’ ସିରିଜ୍‌ରୁ ବାଦ୍ ପଡ଼ିଲେ ହାର୍ଦ୍ଦିକ, ସୂର୍ଯ୍ୟାଂଶଙ୍କୁ ସୁଯୋଗ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.