Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନୀଷ ସିସୋଦିଆଙ୍କ କାର୍ଯ୍ୟାଳୟରେ ଚଢାଉ କଲା ସିବିଆଇ, ଉପ ମୁଖ୍ୟମନ୍ତ୍ରୀ କହିଲେ, ସେମାନଙ୍କୁ ସ୍ୱାଗତ
ଆଜିର ଖବର

ମନୀଷ ସିସୋଦିଆଙ୍କ କାର୍ଯ୍ୟାଳୟରେ ଚଢାଉ କଲା ସିବିଆଇ, ଉପ ମୁଖ୍ୟମନ୍ତ୍ରୀ କହିଲେ, ସେମାନଙ୍କୁ ସ୍ୱାଗତ

January 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ସଚିବାଳୟରେ ଅବସ୍ଥିତ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ କାର୍ଯ୍ୟାଳୟରେ ସିବିଆଇ ଚଢାଉ କରିଛି। ଏହି ସମୟରେ ସେ ଦାବି କରିଛନ୍ତି ଯେ, ସିବିଆଇ ପୂର୍ବରୁ କିଛି ପାଇନାହିଁ ଏବଂ ବର୍ତ୍ତମାନ ମଧ୍ୟ କିଛି ପାଇବ ନାହିଁ।

ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଟ୍ୱିଟ୍ କରି ଦାବି କରିଛନ୍ତି ଯେ, ଆଜି ପୁଣି ସିବିଆଇ ମୋ ଅଫିସରେ ପହଞ୍ଚିଛି। ସେମାନଙ୍କୁ ସ୍ୱାଗତ। ସେମାନେ ମୋ ଘର ଉପରେ ଚଢାଉ କରିଥିଲେ, ମୋ ଅଫିସରେ ଚଢାଉ କରିଥିଲେ, ମୋ ଲକରକୁ ଖୋଜିଥିଲେ, ମୋ ଗାଁରେ ମଧ୍ୟ ଯାଞ୍ଚ କରିଥିଲେ। ମୋ ବିରୁଦ୍ଧରେ ତାଙ୍କୁ ନା କିଛି ମିଳିଛି ନା ଏବେ କିଛି ମିଳିବ, କାରଣ ମୁଁ କିଛି ଭୁଲ କରି ନାହିଁ। ଦିଲ୍ଲୀର ପିଲାମାନଙ୍କ ଶିକ୍ଷା ପାଇଁ ସଚ୍ଚୋଟତାର ସହିତ କାର୍ଯ୍ୟ କରିଛି।

ଏଥି ସହ ସିବିଆଇ ସୂତ୍ରରୁ ପ୍ରକାଶ ଯେ, ଆମେ ମନୀଷ ସିସୋଦିଆଙ୍କ କାର୍ଯ୍ୟାଳୟରେ ଚଢାଉ କରିନାହୁଁ। ବର୍ତ୍ତମାନ ସୁଦ୍ଧା ସିବିଆଇରୁ କୌଣସି ସରକାରୀ ସୂଚନା ଆସିନାହିଁ।

ଉଲ୍ଲେଖ ଯୋଗ୍ୟ ଯେ, ଅବକାରୀ ଦୁର୍ନୀତିକୁ ନେଇ ସିବିଆଇ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ଚଢାଉ କରିସାରିଛି। ଏହି ସମୟରେ ସେମାନଙ୍କ ଲକରଗୁଡ଼ିକୁ ମଧ୍ୟ ଯାଞ୍ଚ କରା ଯାଇଥିଲା। ନିକଟରେ ସିବିଆଇ ଏକ୍ସାଇଜ୍ ପଲିସି ସ୍କାମ ସମ୍ପର୍କରେ କୋର୍ଟରେ ଏକ ଚାର୍ଜସିଟ୍ ଦାଖଲ କରିଥିଲା। ଏହି ସମୟରେ ସିବିଆଇ କୋର୍ଟରେ କହିଛି ଯେ, ଏହି ମାମଲାରେ ୭ ଜଣଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରାଯାଇଛି, ସେଥିମଧ୍ୟରୁ ୩ ଜଣ ସରକାରୀ କର୍ମଚାରୀ। ଏହା ମଧ୍ୟ କୁହାଯାଇଥିଲା ଯେ, ମନୀଷ ସିସୋଦିଆଙ୍କ ବିରୋଧରେ ତଦନ୍ତ ଚାଲିଛି।

ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.