Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ଶେଷ ହେଲା ୨୬ତମ ଚଣ୍ଡୀ ମହାଯଜ୍ଞ
ଆଞ୍ଚଳିକ

ରଣପୁର: ଶେଷ ହେଲା ୨୬ତମ ଚଣ୍ଡୀ ମହାଯଜ୍ଞ

January 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର କଦମ୍ବ ସାହି ସ୍ଥିତ ମା’ ହାବୁଡ଼ାସିଂହୀ ମନ୍ଦିରରେ ୨୬ତମ ଚଣ୍ଡୀ ମହାଯଜ୍ଞ ଅନୁଷ୍ଠିତ ହୋଇ ଆଜି ଗୋଧୂଳି ସମୟରେ ପୂର୍ଣ୍ଣାହୁତି କାର୍ଯ୍ୟ ସମାପ୍ତ ହୋଇଛି। ଏହି ଯଜ୍ଞ ଚଳିତ ମାସ ୧୭ ତାରିଖରୁ ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଯଜ୍ଞ ସମିତି ତରଫରୁ ମିଳିଥିବା କାର୍ଯ୍ୟ ସୂଚୀ ଅନୁଯାୟୀ ଚଳିତ ମାସ ୧୭ ତାରିଖରେ ଅଙ୍କୁରାରୋପଣ, ୧୮ ତାରିଖରେ କଳସ ଯାତ୍ରା, ୧୯ ତାରିଖରେ ଯଜ୍ଞ ଆରମ୍ଭ ଓ ୨୦ ତାରିଖରେ ଯଜ୍ଞ କାର୍ଯ୍ୟ କରାଯାଇଥିଲା। ୨୧ ତାରିଖ ଶନିବାର ତ୍ରିବେଣୀ ଅମାବାସ୍ୟା ଦିନ ଗୋଧୂଳି ସମୟରେ ପୂର୍ଣ୍ଣାହୁତି କାର୍ଯ୍ୟ ସମ୍ପନ୍ନ କରାଯାଇଥିଲା।

ଏହି ଯଜ୍ଞରେ ପ୍ରତ୍ୟେକ ଦିନ ଶହ ଶହ ଭକ୍ତ ଆସି ମା ହାବୁଡ଼ାସିଂହୀଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରନ୍ତି। ପୂର୍ଣ୍ଣାହୁତି ଦିନ ହଜାରରୁ ଅଧିକ ଭକ୍ତଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା। ଏହି ମନ୍ଦିର ସମ୍ବନ୍ଧରେ ଏକ ଜନଶ୍ରୁତି ରହିଛି। ତାହା ହେଉଛି ସ୍ବପ୍ନଦେଶରେ ମାଆଙ୍କର ବାମ ପାଦ ତଳକୁ ଏକ ଯୋଗିନୀ ମୂର୍ତ୍ତି ଆବିର୍ଭାବ ହୋଇ ତା ପରେ ଅନ୍ତର୍ଦ୍ଧନ ହୋଇ ଯାଇଥିଲେ। ଏକଥା ପ୍ରତ୍ୟକ୍ଷଦର୍ଶୀ ଭକ୍ତମାନେ କହନ୍ତି।

ଏହି ପୂର୍ଣ୍ଣାହୁତିରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ପୂର୍ବତନ ରଣପୁର ବିଧାୟକ ରବି ନାରାୟଣ ମହାପାତ୍ର, ପୂର୍ବତନ ସମବାୟ ମନ୍ତ୍ରୀ ସୁରମା ପାଢ଼ୀ, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଯଜ୍ଞ ସମିତିର ସମସ୍ତ ସଦସ୍ୟ ଓ କଦମ୍ବସାହିର ସମସ୍ତ ବାସିନ୍ଦା ଏହି ଯଜ୍ଞରେ ସମ୍ପୂର୍ଣ ସହଯୋଗ କରିଥିଲେ।

ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.