ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ପାଳିତ

Published: Jan 24, 2023, 12:11 pm IST

ଖୋର୍ଦ୍ଧା: ଆଜି ଜିଲ୍ଲାସ୍ତରୀୟ ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ଖୋର୍ଦ୍ଧା ବିଜେବି ଉଚ୍ଚ ବିଦ୍ୟାଳୟ ପରିସରରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ଖୋର୍ଦ୍ଧା ତହସିଲଦାର ଇପ୍ସିତ ସାହୁ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଣି ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ବିଜେବି ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଛାତ୍ରଛାତ୍ରୀ, ସମସ୍ତ ବିଭାଗୀୟ ଅଧିକାରୀ ଏବଂ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ। ଅତିଥିମାନେ ବୀର ପାଇକ ପୁଅ ବକ୍ସି ଜଗବନ୍ଧୁଙ୍କ ସ୍ମୃତିଚାରଣ କରିବା ସହ ସ୍ୱାଧୀନ ଖୋର୍ଦ୍ଧା ପ୍ରତି ତାଙ୍କର ଅବଦାନକୁ ମନେ ପକାଇଥିଲେ।

Related posts