Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାଧାରଣତନ୍ତ୍ର ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମ ଥିଲା ପ୍ରମୁଖ ଆକର୍ଷଣ
ଜାତୀୟ ଖବର

ସାଧାରଣତନ୍ତ୍ର ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମ ଥିଲା ପ୍ରମୁଖ ଆକର୍ଷଣ

January 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାଧାରଣତନ୍ତ୍ର ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଝଲସି ଉଠିଲା କର୍ତ୍ତବ୍ୟ ପଥ

ନୂଆଦିଲ୍ଲୀ: ଆଜି ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ରଂଗାରଂଗ ସାଂସ୍କୃତିକ କାର୍ଯ୍ୟକ୍ରମ ଲୋକଙ୍କର ମୁଖ୍ୟ ଆକର୍ଷଣ କେନ୍ଦ୍ରବିନ୍ଦୁ ପାଲଟିଥିଲା। ସଂସ୍କୃତି ମନ୍ତ୍ରଣାଳୟ ଦ୍ବାରା ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦେ ଭାରତମ୍ କାର୍ଯ୍ୟକ୍ରମ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କରାଯାଇଥିଲା।

ଏଥିରେ ଜାତୀୟ ସ୍ତରୀୟ ପ୍ରତିଯୋଗୀତାରୁ ମନୋନୀତ 479 କଳାକାର ‘ନାରୀ ଶକ୍ତି’ ଥିମ୍ ଉପରେ ସମଗ୍ର ଦେଶରେ ଭିନ୍ନ ନୃତ୍ୟ ପ୍ରଦର୍ଶନ କରିଥିଲେ। ଗ୍ରାଣ୍ଡ୍ ପ୍ୟାରେଡ୍ ସମୟରେ କଳାକାରମାନେ ସେମାନଙ୍କର ଚିତ୍ତାକର୍ଷକ ଏବଂ ସ୍ବତନ୍ତ୍ର ପ୍ରଦର୍ଶନ ମାଧ୍ୟମରେ ଦର୍ଶକଙ୍କୁ ଆକର୍ଷିତ କରିଥିଲେ।

ଏକ ଭାରତରେ ବିବିଧ ସାଂସ୍କୃତିକ ତଥା କଳା ଐତିହ୍ୟ ଏହି ପଥରେ ପ୍ରଦର୍ଶିତ ହୋଇଥିଲା। ବନ୍ଦେ ଭାରତମ୍ କାର୍ଯ୍ୟକ୍ରମ ପାଇଁ ସଂଗୀତ ରଜା ଭବଥରିନୀ ଏବଂ ଆଲୋକନନ୍ଦ ଦାସ ଗୁପ୍ତା ରଚନା କରିଥିଲେ। ଏଥିରେ ହିନ୍ଦୁସ୍ତାନୀ, କର୍ଣ୍ଣାଟକୀ ଏବଂ ସମସାମୟିକ ଜାଜ୍ ସଂଗୀତର ମିଶ୍ରଣରେ ଏହା ପ୍ରସ୍ତୁତ କରାଯାଇଥିଲା।

ସଂସ୍କୃତି ମନ୍ତ୍ରଣାଳୟର ‘ଶକ୍ତି ରୂପେଣଂ ସଂସ୍ଥିତା’ ଶୀର୍ଷକ ଏକ ରଙ୍ଗୀନ ପ୍ରଜ୍ଞାପନ ମେଢ କର୍ତ୍ତବ୍ୟ ପଥରେ ଗଣତନ୍ତ୍ର ଦିବସ ପାଳନ ଅବସରରେ ପ୍ରଦର୍ଶିତ ହୋଇଥିଲା। ଏହି ପ୍ରଜ୍ଞାପନ ମେଢ ଦେବୀଙ୍କ ‘ଶକ୍ତି’ ରୂପ ଉପରେ ଆଧାରିତ ଥିଲା। ଦେବୀମାନଙ୍କ ଉପରେ ଆଧାରିତ  ଅନେକ ଲୋକ ନୃତ୍ୟ ଏହି ମେଢରେ ପ୍ରଦର୍ଶିତ କରାଯାଇଥିଲା।

କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟର ମିଳିତ ସହଯୋଗରେ ବନ୍ଦେ ଭାରତମ୍ ନୃତ୍ୟ ମହୋତ୍ସବ’ ଆୟୋଜିତ ହୋଇଥିଲା। ଏହା ଏକ ସମଗ୍ର ଭାରତ ନୃତ୍ୟ ମହୋତ୍ସବ, ଯାହା ନୃତ୍ୟ ମାଧ୍ୟମରେ ସମଗ୍ର ବିଶ୍ୱରେ ନିଜର ସ୍ପନ୍ଦନକୁ ପ୍ରତିଫଳିତ କରିବା, ଲୋକମାନଙ୍କ ମଧ୍ୟରେ ‘ଏକ ଭାରତ ଶ୍ରଦ୍ଧା ଭାରତ’ର କୁ ପ୍ରୋତ୍ସାହିତ କରିଥିଲା।

କର୍ତ୍ତବ୍ୟ ପଥ ଗଣତନ୍ତ୍ର ଦିବସ ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026
Latest News

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.