Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ
ଆଞ୍ଚଳିକ

ବାଣପୁର-ବାଲୁଗାଁରେ ଅପମିଶ୍ରିତ ଖାଦ୍ୟକୁ ନେଇ ବଢୁଛି ଜନଅସନ୍ତୋଷ: ନିଦ୍ରାରେ ଖାଦ୍ୟ ଓ ସୁରକ୍ଷା ବିଭାଗ

February 9, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ବିଭିନ୍ନ ହୋଟେଲ, ଫାଷ୍ଟଫୁଡ଼ ଏବଂ ମିଠା ଦୋକାନରେ ଅପମିଶ୍ରିତ ତଥା ନିମ୍ନମାନର ଖାଦ୍ୟ ବିକ୍ରି ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲେ ସୁଦ୍ଧା ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ ସମୟାନୁଯାଇ ଏବଂ ନିୟମିତ ଚଢ଼ାଉ ନକରାଯିବା ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କାଁ ଭାଁ ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ କରାଯାଉଥିବା ଚଢ଼ାଉ ଲୋକ ଦେଖାଣିଆ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।

ବିଭାଗୀୟ କର୍ମଚାରୀମାନେ କେଉଁ ଛଅ ମାସରେ ଥରେ କେବଳ ଦିବା ସମୟରେ ଚଢ଼ାଉ କରି କିଛି ହୋଟେଲ ଏବଂ ମିଠା ଦୋକାନ ମାନଙ୍କଠାରୁ ସ୍ୱଳ୍ପ ଫାଇନ କାଟି ଫେରିଯାଉଥିବା ବେଳେ ସନ୍ଧ୍ୟାକାଳୀନ ଚଢ଼ାଉ ଆଦୌ କରାଯାଉନାହିଁ। ଯାହାଫଳରେ ବାଲୁଗାଁ- ବାଣପୁର ଅଞ୍ଚଳରେ ସନ୍ଧ୍ୟା ସମୟରେ ଛତୁ ଫୁଟିଲା ପରି ଏକାଧିକ ଫାଷ୍ଟଫୁଡ଼ ଏବଂ ଷ୍ଟ୍ରିଟ ଫୁଡ ଅସ୍ଥାୟୀ ସେଣ୍ଟରମାନ ଖୋଲାଯାଉଛି, ଯାହାକି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ବେପାର ଜାରି ରହୁଛି। ଏପରିକି ବିଭିନ୍ନ ଫାଷ୍ଟଫୁଡ ସେଣ୍ଟରରେ ବେଆଇନ ଭାବେ ମଦ ମଧ୍ୟ ବିକ୍ରି ହେଉଥିବାର ଅଭିଯୋଗ ହେଉଛି।

ତେବେ ସେଠାରେ ଖାଦ୍ୟର ମାନ ତଦନ୍ତ କରିବା ନିତାନ୍ତ ଜରୁରୀ ହୋଇପଡିଥିବା ବେଳେ ଖାଦ୍ୟ ଓ ସୁରକ୍ଷା ପକ୍ଷରୁ ଲୋକ ଦେଖାଣିଆ ଅଦିନିଆ ଯାଞ୍ଚ ଧର୍ମକୁ ଆଖିଠାର ସଦୃଶ।  ଏନେଇ ଅନେକ ଥର ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରିତ କରାଯାଉଥିଲେ ମଧ୍ୟ ସେସବୁକୁ ସଂପୃକ୍ତ ଖାଦ୍ୟ ଦୋକାନ ମାଲିକମାନେ ଅଣଦେଖା କରି ଚାଲିଛନ୍ତି। ଏପରିକି ଖାଦ୍ୟ ଓ ସୁରକ୍ଷା ବିଭାଗ ମଧ୍ୟ ଏସବୁକୁ ଅଣଦେଖା କରୁଥିବାର ଅନୁମେୟ ହେଉଛି।

ବିଭାଗ ର କୋହଳ ମନୋଭାବ ଲାଗି ଦୋକାନ ମାଲିକମାନେ ବେଖାତିର କରି ମନଇଚ୍ଛା ଅପମିଶ୍ରିତ ଖାଦ୍ୟ ଦେଉଛନ୍ତି ଏପରିକି ଗ୍ରାହକ ଅଭିଯୋଗ କଲେ ମଧ୍ୟ ଏହାକୁ ନଜର ଅନ୍ଦାଜ କରାଯାଉଛି। ତେବେ ଏହାର ସମାଧାନ ପାଇଁ କିଛି ମାସ ତଳେ ସରକାରଙ୍କ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଜଣ ଖାଦ୍ୟ ଓ ସୁରକ୍ଷା ଅଧିକାରୀ ନିଯୁକ୍ତି ପାଇଥିବା ବେଳେ କେବଳ ବାଣପୁର ବାଲୁଗାଁ ଓ ଟାଙ୍ଗୀ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ଖାଦ୍ୟ ଓ ସୁରକ୍ଷା ଅଧିକାରୀ ନିଯୁକ୍ତି ପାଇଛନ୍ତି। କିନ୍ତୁ ପରିତାପର ବିଷୟ ସମ୍ପୃକ୍ତ ଅଧିକାରୀ ବାଣପୁର-ବାଲୁଗାଁ ଅଞ୍ଚଳରେ ନିୟମିତ ଏବଂ ରାତ୍ରିକାଳିନ ଚଢ଼ାଉ କରୁନାହାନ୍ତି ଏବଂ ଏହା ପଛରେ କି ରହସ୍ୟ ଅଛି ତାହା ବାରି ହେଉନାହିଁ।

ତେବେ ଖୋର୍ଦ୍ଧା ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଏ ଦିଗରେ ଦୃଷ୍ଟିଦେବେ ଏବଂ ବାଲୁଗାଁ-ବାଣପୁର ଅଞ୍ଚଳରେ ନିୟମିତ ବ୍ୟବଧାନ ସହ ସନ୍ଧ୍ୟାକାଳୀନ ଚଢ଼ାଉ ଜୋରଦାର କରାଯିବ ବୋଲି ଅଞ୍ଚଳବାସୀ ଆଶାବାଦୀ ଅଛନ୍ତି।

ଅପମିଶ୍ରିତ ଖାଦ୍ୟ ଖାଦ୍ୟ ଓ ସୁରକ୍ଷା ବିଭାଗ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ବାଣପୁର: କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଧିନିୟମ ସମ୍ବନ୍ଧୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

July 31, 2025
Latest News

ଚାରଟି ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କଲା ବିଜେଡି, ଜାଣନ୍ତୁ କେଉଁଠି କାହାକୁ ମିଳିଲା ଦାୟିତ୍ବ

August 5, 2025

ଜୀ ସାର୍ଥକର ‘ଦେଖିବା ଟିଭି ଜିତିବା ଇଭି’ ପ୍ରତିଯୋଗିତାର ୫ ବିଜୟୀଙ୍କୁ ମିଳିଲା ଇଭି ଗାଡି

August 5, 2025

ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ, ଟିଏମସି କର୍ମୀ କରିଥିବା ଅଭିଯୋଗ

August 5, 2025

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଦେହାନ୍ତ

August 5, 2025

ଅଗଷ୍ଟ ୧୫ ପୂର୍ବରୁ ଲାଲକିଲ୍ଲାର ସୁରକ୍ଷାରେ ବଡ଼ ତ୍ରୁଟି: ପାଞ୍ଚ ବାଂଲାଦେଶୀ ଗିରଫ, ଅନେକ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.