Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଶ୍ଚିମ ଓଡିଶାର ଲୋକନୃତ୍ୟରେ ଦୁଲୁକିଲା ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା
ବିଶେଷ ଖବର

ପଶ୍ଚିମ ଓଡିଶାର ଲୋକନୃତ୍ୟରେ ଦୁଲୁକିଲା ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା

February 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ToshaliMela
ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାରେ ପରିବେଷଣ ହେଲା ପଶ୍ଚିମ ଓଡିଶାର ଲୋକନୃତ୍ୟ

ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଆୟୋଜିତ ସପ୍ତଦଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ବରେଣ୍ୟ ଅତିଥି ଭାବରେ ଓଡ଼ିଶା ହାଇକୋର୍ଟ, କଟକର ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ ଏବଂ ବିଶିଷ୍ଟ କବୟିତ୍ରୀ ଓ ଲେଖିକା ଶ୍ରୀମତୀ ଅଭିପସା ଦାସ ଯୋଗଦେଇ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପାଦପଦ୍ମରେ ପୁଷ୍ପଗୁଚ୍ଛ ଅର୍ପଣ କରି ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ରୁଦ୍ରାକ୍ଷ ବୃକ୍ଷରେ ଜଳାର୍ପଣ କରି ସାଂସ୍କୃତିକ ସଂଧ୍ୟାର ଶୁଭାରମ୍ଭ କରିଥିଲେ ।

ମଞ୍ଚରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଯୁକ୍ତ ଶ୍ରୀକାନ୍ତ ପୃଷ୍ଟି ଏବଂ ହସ୍ତଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଶ୍ୟାମଭକ୍ତ ମିଶ୍ର ଉପସ୍ଥିତ ରହି ବରେଣ୍ୟ ଅତିଥିଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ ।

ଆଜିର ସାଂସ୍କୃତିକ ସନ୍ଧ୍ୟା ପଶ୍ଚିମ ଓଡ଼ିଶାର ଲୋକପ୍ରିୟ ଲୋକସଂସ୍କୃତି ପାଇଁ ସମର୍ପିତ ଥିଲା। ଦର୍ଶକ ତଥା ପରିଦର୍ଶକମାନଙ୍କୁ ଏହା ଓଡ଼ିଶାର କଳା, ସଂସ୍କୃତି ତଥା ଜୀବନଶୈଳୀ ସହ ପରିଚିତ କରାଇଥିଲା। ଢାପ ପୁଆଁରୀ କଳାକେନ୍ଦ୍ର, ଟିଟିଲାଗଡର କଳାକାରବୃନ୍ଦ ରସରକେଲୀ ନୃତ୍ୟର ତାଳେ ତାଳେ ଦର୍ଶକଙ୍କ ମନ ମୋହିଲାବେଳେ କଳାଜୀବୀ, ବରଗଡ଼ ଏବଂ କୋଶଳ ଫୋକ୍‌ ଏକାଡେମୀ, ବଲାଙ୍ଗୀରର ନୃତ୍ୟଶିଳ୍ପୀମାନେ ଡାଲଖାଇର ତାଳେ ତାଳେ ପରିଦର୍ଶକମାନଙ୍କର ମନୋରଞ୍ଜନ କରିଥିଲେ। ସୁନାମଧନ୍ୟ ଗାୟିକା ପଦ୍ମିନୀ ଡୋରା ଓ ତାଙ୍କର ସାଥି କଳାକାରମାନେ ଆଜିର ସମ୍ବଲପୁରୀ ସଙ୍ଗୀତର ସନ୍ଧ୍ୟାର ଆସରକୁ ଜମାଇଥିଲେ।

ଆଜି ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳାର ଦଶମ ସଂଧ୍ୟାରେ ପ୍ରବଳ ଜନ ସମାଗମ ହୋଇଥିଲା। ଦର୍ଶକମାନେ ହସ୍ତଶିଳ୍ପ ଏବଂ ହସ୍ତତନ୍ତର ବିଭିନ୍ନ ଷ୍ଟଲରେ ବୁଲି ବିଭିନ୍ନ ସାମଗ୍ରୀ କିଣିବା ସହ ସାଂସ୍କୃତିକ କାର୍ଯକ୍ରମର ମଜା ଉଠାଇଥିଲେ। ସବୁଦିନ ଭଳି ଆଜି ବି ଫୁଡ କୋର୍ଟରେ ବହୁି ଗହଳି ପରିଲକ୍ଷିତ ହୋଇଥିଲା। ଦର୍ଶକମାନେ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସୁସ୍ୱାଦୁ ତଥା ପାରମ୍ପରିକ ଖାଦ୍ୟର ବ୍ୟଞ୍ଜନ ମନଭରି ଉପଭୋଗ କରୁଥିଲେ।

ପିଲାମାନେ କିଡ୍ସ ପ୍ଲେ ଜୋନରେ ବିଭିନ୍ନ ପ୍ରକାରର ଦୋଳି ଖେଳି ଆନନ୍ଦ ଲାଭ କରିଥିଲେ । ଏହି ମେଳା ପ୍ରତ୍ୟହ ଦିବା ୨.୩୦ ଘଟିକା ଠାରୁ ରାତ୍ର ୯.୩୦ ଘଟିକା ପର୍ଯ୍ୟନ୍ତ ଖୋଲା ରହୁଛି ଓ ଏହା ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ ।

ତୋଷାଳୀ ଜାତୀୟ ହସ୍ତଶିଳ୍ପ ତୋଷାଳୀ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Latest News

କେଏଲ ରାହୁଲଙ୍କ ଆଘାତ ସମ୍ପର୍କରେ ବଡ଼ ଅପଡେଟ୍: ଜାଣନ୍ତୁ କ’ଣ କହିଲେ ବ୍ୟାଟିଂ ପ୍ରଶିକ୍ଷକ?

August 16, 2026

୨୦୨୭ ଦିନିକିଆ ବିଶ୍ୱକପ୍ ତାରିଖ ପ୍ରକାଶ: ମହାତ୍ମା ଗାନ୍ଧୀଙ୍କ ସହ ରହିଛି ସଂଯୋଗ

August 16, 2026

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.