Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରୀୟ ଲୋକ ଅଦାଲତରେ ୫୯,୧୯୬ ମାମଲାର ଫଇସଲା
ଜାତୀୟ ଖବର

ରାଷ୍ଟ୍ରୀୟ ଲୋକ ଅଦାଲତରେ ୫୯,୧୯୬ ମାମଲାର ଫଇସଲା

February 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
LokAdalat
ରାଷ୍ଟ୍ରୀୟ ଲୋକ ଅଦାଲତରେ ୫୯,୧୯୬ ମାମଲାର ଫଇସଲା

ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ, ନୂଆଦିଲ୍ଲୀ ଏବଂ ଓଡିଶା ରାଜ୍ୟ ଆଇନ୍ ସେବା ପ୍ରାଧିକରଣ,କଟକଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜ୍ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣଙ୍କ ପକ୍ଷରୁ ଗତକାଲି ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା ବିଚାର ବିଭାଗୀୟ ଅଦାଲତ ପରିସରରେ ସର୍ବମୋଟ ୮୩ ,୧୭୨ ଟି ଜମିଜମା, ଫୌଜଦାରୀ, ରାଜସ୍ୱ ମାମଲା ଆଗତ କରାଯାଇ ରେକର୍ଡ ସଂଖ୍ୟକ ୫୯,୧୯୬ଟି ମାମଲାର ପଇସଲା କରାଯାଇ ସର୍ବମୋଟ ୬୯,୪୬,୩୭,୫୬୮ ଟଙ୍କା ଜୋରିମାନା ଏବଂ ବନ୍ଦୋବସ୍ତ(ସେଟେଲମେଣ୍ଟ) କରାଯାଇଥିଲା ।

ଏହି ଲୋକ ଅଦାଲତ ଭାରପ୍ରାପ୍ତ ଜିଲ୍ଲା ଜଜ୍ ତଥା ଅଧ୍ୟକ୍ଷା, ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ,ଭୁବନେଶ୍ୱର ସସ୍ମିତା ପରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇବିଭିନ୍ନ ବିଚାର ବିଭାଗୀୟ ଅଦାଲତମାନେ ବହୁ ସଂଖ୍ୟକ ମାମଲାର ଫଇସଲା କରାଇବାରେ ସଫଳ ହୋଇଥିଲେ । ଶେଷରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ ସୌଦାମିନି ସିଂ ଏହି ଲୋକ ଅଦାଲତର ସଫଳତା ପାଇଁ ସମସ୍ତ ବିଚାର ବିଭାଗୀୟ ଅଧିକାରୀ, ରାଜସ୍ୱ ଅଧିକାରୀ, ଆଇନଜୀବୀ, ବ୍ୟାଙ୍କ, ଟେଲିକମ୍,ବିଚାର ବିଭାଗୀୟ ଅଦାଲତ କର୍ମଚାରୀ, ପୁଲିସ୍, କୋର୍ଟ ମ୍ୟାନେଜର, ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହ ପରବର୍ତ୍ତୀ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ମଇ ମାସ ୧୩ ତାରିଖ ଶନିବାର ଦିନ ଅନୁଷ୍ଠିତ ହେବ ବୋଲି ସୂଚନା ପ୍ରଦାନ କରି ଜନସାଧାରଣ ଏହାର ସୁଫଳ ନେବାକୁ ପରାମର୍ଶ ଦେଇଥିଲେ ।

 

ଜାତୀୟ ଲୋକ ଅଦାଲତ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.