କୈଳାଶ ଚନ୍ଦ୍ର ଚୌଧୁରୀ
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ଏନ ଏ ସି ପଡ଼ିଆରେ ସୋରଡ଼ା ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଜେଡି ଦଳରେ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁଙ୍କ ତତ୍ବାବଧାନରେ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଛି।
ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ଆସ୍କା ସାଂସଦ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ପୁର୍ବତନ ସାଂସଦ ଡଃ ପ୍ରସନ୍ନ କୁମାର ପାଟ୍ଟଶାଣୀ, ବିଧାୟକ ମଞ୍ଜୁଳା ସ୍ବାଇଁ, ଲତିକା ପ୍ରଧାନ, ସୁର୍ଯ୍ୟମଣି ବୈଦ୍ୟ, ବିକ୍ରମ ପଣ୍ଡା, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ ଓ ରାଜ୍ୟ ବିହନ ନିଗମ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣାଙ୍କ ସମେତ ବହୁ ଦଳୀୟ ନେତା, କର୍ମୀ ଓ କର୍ମକର୍ତ୍ତା ଅଂଶ ଗ୍ରହଣ କରିଥିଲେ। ନିର୍ମଳ ଭାବ ମୁର୍ତ୍ତି ସମ୍ପନ୍ନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଶାସନରେ କାର୍ଯ୍ୟକାରୀ ହେଉଥିବା ଜନହିତକର କାର୍ଯ୍ୟକ୍ରମ ପାଇଁ ଓଡ଼ିଶା ଆଜି ସାରା ବିଶ୍ବରେ ପରିଚିତ ଓ ପ୍ରତିଷ୍ଠିତ ହୋଇପାରିଛି ବୋଲି ଉପସ୍ଥିତ ନେତା କହିଥିଲେ।