Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜୟନାରାୟଣ ପୋଲିସକୁ ଧକ୍କା ମାରିବା ପ୍ରସଂଗରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ ଦାସ
ବିଶେଷ ଖବର

ଜୟନାରାୟଣ ପୋଲିସକୁ ଧକ୍କା ମାରିବା ପ୍ରସଂଗରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ ଦାସ

February 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
pranab
ଜୟନାରାୟଣ ପୋଲିସକୁ ଧକ୍କା ମାରିବା ପ୍ରସଂଗରେ ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ ଦାସ

ଭୁବନେଶ୍ବର: ବିଜେପି ବିଧାୟକ ତଥା ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ର ଆଜି ଜଣେ ମହିଳା ଥାନା ଅଧିକାରୀଙ୍କୁ ଧକ୍କା ମାରିଛନ୍ତି। ଏହାକୁ ନେଇ ବର୍ତ୍ତମାନ ଓଡିଶା ରାଜନୀତି ସରଗରମ ହୋଇଯାଇଛି।

ସାମାଜିକ ଗଣମାଧ୍ୟମରେ ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା ତଥା ଦଳର ସଂଗଠାନିକ ସଂପାଦକ ପ୍ରଣବ ଦାସ।

ପ୍ରଣବ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟ୍ୟାଗ କରି ଏକ ଟୁଇଟ କରି କହିଛନ୍ତି ଯେ, ଭାଇ, ଓଡ଼ିଶା ବିଜେପି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଯେଉଁଭଳି ଭାବେ ଜଣେ କର୍ତ୍ତବ୍ୟରତ ମହିଳା ପୋଲିସ ଅଧିକାରୀଙ୍କ ଉପରେ ବର୍ବରୋଚିତ ଶାରୀରିକ ଆକ୍ରମଣ କରିଛନ୍ତି, ଆପଣ ନିଶ୍ଚିତ ତାଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ଓଡ଼ିଶାବାସୀ ଏହା ଆପଣଙ୍କଠୁ ଆଶା ରଖୁଛନ୍ତି।

ଆଉ ଏକ ଟୁଇଟ ସହ ଜୟନାରାୟଣ ଧକ୍କା ମାରୁଥିବାରୁ ଭିଡିଓ ଅପଲୋଡ କରି ପ୍ରଣବ କହିଛନ୍ତି ଯେ, ଜଣେ କର୍ତ୍ତବ୍ୟରତ ମହିଳା ପୋଲିସ ଅଧିକାରୀଙ୍କ ପ୍ରତି ଏଭଳି ଅଶାଳୀନ ବ୍ୟବହାର ଏବଂ ବର୍ବରୋଚିତ ଶାରୀରିକ ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ। ଜଣେ ନାରୀ ପ୍ରତି ଜୟନାରାୟଣଙ୍କ ଏଭଳି ଆକ୍ରମଣ ଅତ୍ୟନ୍ତ ଲଜ୍ୟାଜନକ। ଓଡ଼ିଶାବାସୀ ଏହାକୁ କଦାପି ଗ୍ରହଣ କରିବେ ନାହିଁ।

ସେହିପରି ଓଡିଶାର ଜନ ସାଧାରଣଙ୍କୁ ସମ୍ବୋଧନ କରି ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ଓଡ଼ିଶାବାସୀ ଦୟାକରି ଦେଖନ୍ତୁ, ଓଡ଼ିଶା ବିଜେପିର ଅସଲ ଚେହେରା। ନାରୀ ସୁରକ୍ଷା ଓ ସଶକ୍ତିକରଣ ନେଇ ଓଡ଼ିଶା ବିଜେପି ଡିଣ୍ଡିମ ପିଟୁଥିବା ବେଳେ ବିଧାନସଭାର ବିରୋଧୀ ଦଳ ନେତା ଶ୍ରୀଯୁକ୍ତ ଜୟନାରାୟଣ ମିଶ୍ରଙ୍କ ଏ ହେଉଛି ନାରୀଙ୍କ ପ୍ରତି ସମ୍ମାନ।

ଏହି ଟୁଇଟ ପରେ ପ୍ରଣବଙ୍କୁ ବହୁ ଲୋକ ସମର୍ଥନ କରିଥିବା ବେଳେ କେତେକ ସମାଲୋଚନା ମଧ୍ୟ କରିଛନ୍ତି। ତେବେ ଜଣେ ୟୁଜର ନିଜକୁ ବିଜେପି ସମର୍ଥକ ବୋଲି ଘୋଷଣା କରି ଜୟନାରାୟଣଙ୍କ ଏହି ହିଂସାତ୍ମକ କାର୍ଯ୍ୟକୁ ନିନ୍ଦା କରିଛନ୍ତି।

ଜୟନାରାୟଣ ଜୟନାରାୟଣ ମିଶ୍ର ଧର୍ମେନ୍ଦ୍ର ପ୍ରଧାନ ପ୍ରଣବ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.