Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆରମ୍ଭ ହେଲା ବିଧାନସଭା, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ କକ୍ଷତ୍ୟାଗ
ବିଶେଷ ଖବର

ଆରମ୍ଭ ହେଲା ବିଧାନସଭା, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ କକ୍ଷତ୍ୟାଗ

February 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Assembly
ଆରମ୍ଭ ହେଲା ବିଧାନସଭା, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ କକ୍ଷତ୍ୟାଗ

ଭୁବନେଶ୍ବର: ଆରମ୍ଭ ହୋଇଛି ବିଧାନସଭାର ବଜେଟ ଅଧିବେସନ। ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ ବିଧାନସଭାରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ଏହାପରେ ବାଚସ୍ପତି ରାଜ୍ୟପାଳଙ୍କୁ ଗୃହ ଭିତରକୁ ପାଛୋଟି ନେଇଥିଲେ। ରାଜ୍ୟପାଳ ଗୃହ ଭିତରେ ପହଞ୍ଚିବା ପରେ ଜାତୀୟ ସଂଗୀତ ଗାନ କରାଯାଇଥିଲା। ଏହାପରେ ରାଜ୍ୟପାଳ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ।

ରାଜ୍ୟପାଳ ପ୍ରଥମେ ଦିବଂଗନ୍ତ ନେତାଙ୍କ ସ୍ମୃତି ଚାରଣ କରି ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ହେଲେ ପୂର୍ବରୁ ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। ପ୍ରଥମେ କଂଗ୍ରେସ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଥିଲେ। ଗୃହ ମଧ୍ୟ ଭାଗକୁ ଆସି ହୋହାଲ୍ଲା କରିବା ଆରମ୍ଭ କରିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣରେ ସେମାନେ ବାଧା ସୃଷ୍ଟି କରିବାକୁ ଚେଷ୍ଠା କରିଥିଲେ।

ଏହାପରେ ବିରୋଧୀ ବିଜେପି ମଧ୍ୟ ହଟ୍ଟଗୋଳ ଆରମ୍ଭ କରିଥିଲା। ବିଜେପି ସଦସ୍ୟମାନେ ରାଜ୍ୟପାଳ ଅଭିଭାଷଣଙ୍କୁ ବିରୋଧ କରିଥିଲେ। ଗୃହ ମଧ୍ୟ ଭାଗକୁ ଆସି ସେମାନେ ହଟ୍ଟଗୋଳ କରିଥିଲେ। ଉଭୟ କଂଗ୍ରେସ ଏବଂ ବିଜେପି ସଦସ୍ୟମାନେ ବହୁ ସମୟ ଧରି ହଟ୍ଟଗୋଳ କରିଥିଲେ। ଏହାର କିଛି ସମୟ ପରେ କଂଗ୍ରେସ ଓ ବିଜେପି କକ୍ଷ ତ୍ୟାଗ କରିଥିଲେ।

ମୁଖ୍ୟତଃ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ବିଜେପି ଏହି ଆନ୍ଦୋଳନ କରିଛି। ସମସ୍ତ ବିଜେପି ବିଧାୟକ କକ୍ଷତ୍ୟାଗ କରିବା ପରେ ବିଧାନସଭା ମୁଖ୍ୟ ଫାଟକ ନିକଟରେ ସେମାନେ ଧାରଣାରେ ବସି ରହିଛନ୍ତି।

assembly ବଜେଟ ଅଧିବେସନ ବିଧାନସଭା ରାଜ୍ୟପାଳ ଅଭିଭାଷଣ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026
Latest News

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.