Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଝାରସୁଗୁଡାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିଶେଷ ଖବର

ଝାରସୁଗୁଡାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

February 23, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
dharmendra

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତେବେ ଏହା କୌଣସି ରାଜନୈତିକ କାରଣ ନାହିଁ। ତାହା ହେଲା ଝାରସୁଗୁଡା ଜିଲ୍ଲା ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେ ଏହି ଚିଠି ଲେଖିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ଐତିହାସିକ, ସାମାଜିକ ଓ ସାଂସ୍କୃତିକ ବ୍ୟବସ୍ଥାରେ ଜନଜାତି ସମୁଦାୟର ପ୍ରତିନିଧିତ୍ୱ କାହିଁ କେଉଁ କାଳରୁ ରହିଆସିଛି। ଜନଜାତିକୁ ବାଦ୍ ଦେଇ ଓଡ଼ିଆ ସଭ୍ୟତାର ପରିକଳ୍ପନା ଅସମ୍ଭବ। ଜଗତର ନାଥ ଶ୍ରୀଜଗନ୍ନାଥଙ୍କର ଜନଜାତୀୟ ମୂଳକୁ ମନେ ପକାଇ ଓଡ଼ିଆ ଜାତି ସବୁବେଳେ ଗର୍ବ କରିଆସିଛି। ଏହି କାରଣରୁ ହିଁ ଓଡ଼ିଶାର ଶାସକଶ୍ରେଣୀ କାଳେକାଳେ ଜନଜାତି ଭାଇଭଉଣୀମାନଙ୍କୁ ଆପଣା ପ୍ରଜାଠାରୁ ବି ଅଧିକ ବୋଲି ମଣିଆସିଛନ୍ତି।

ଏହି କ୍ରମରେ ଝାରସୁଗୁଡ଼ା କୋଲାବିରାର ଗୋଁଣ୍ଡ ଗଉଁତିଆ ଶହୀଦ କରୁଣାକର ସିଂହ ନାଏକ ଥିଲେ ଗୋଁଣ୍ଡ ସମୁଦାୟର ଅନ୍ୟତମ ସର୍ବମାନ୍ୟ ମୁଖିଆ। ପୃଥିବୀର ସର୍ବପୁରାତନ ଜନଜାତି ଭିତରୁ ଅନ୍ୟତମ ଏହି ଗୋଁଣ୍ଡ ସମୁଦାୟ ଓଡ଼ିଶା ସମେତ ସମଗ୍ର ମଧ୍ୟ-ଭାରତର ବିରାଟ ଭୂଖଣ୍ଡରେ ଶତାବ୍ଦୀ ଶତାବ୍ଦୀ ଧରି ରାଜୁତି କରି ଆସୁଛନ୍ତି।

ରାଣୀ ଦୁର୍ଗାବତୀ, ଭଗବାନ ବିର୍ସା ମୁଣ୍ଡା, ଶହୀଦ ମାଧୋ ସିଂହ, ବୀର ସୁରେନ୍ଦ୍ର ସାଏ ପ୍ରମୁଖଙ୍କ ନେତୃତ୍ୱର ବୀରଗାଥା ଗୋଁଣ୍ଡ ଜନଜାତି ତଥା ସମସ୍ତ ଭାରତୀୟଙ୍କୁ ଗର୍ବ କରିବାକୁ ବାଧ୍ୟ କରେ। ଗୋଁଣ୍ଡୱାନା ଛକକୁ ବିପ୍ଳବୀ ବୀର ତଥା ଶହୀଦ କରୁଣାକର ସିଂହ ନାଏକଙ୍କ ନାଁରେ ନାମିତ କରାଗଲେ ଏହି ମହାନାୟକଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ। ଝାରସୁଗୁଡ଼ାବାସୀ ଏବଂ ଗୋଁଣ୍ଡ ସମାଜ ପ୍ରତି ଉପଯୁକ୍ତ ସମ୍ମାନ ମିଳିବ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତୀୟ ମୁକ୍ତି ସଂଗ୍ରାମରେ ଗଣ୍ଡ ସମାଜର ତ୍ୟାଗ ଏବଂ ବଳିଦାନ ଅବିସ୍ମରଣୀୟ। ଆମେ ଯେତେବେଳେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରୁଅଛେ, ଜନଜାତି ସମାଜର ସଂଗ୍ରାମୀ ବୀର–ବୀରାଙ୍ଗନାମାନଙ୍କର ଅକୁହା-ଅଲେଖା କଥା-କାହାଣୀଗୁଡ଼ିକୁ ଲୋକଲୋଚନକୁ ଆଣିବାର ଗୁରୁଦାୟିତ୍ୱ ବି ଆମେ ତୁଲାଉଛେ। ଓଡ଼ିଶାର, ବିଶେଷ କରି ପଶ୍ଚିମାଞ୍ଚଳର ଜନଜାତି ଅଧିନାୟକମାନଙ୍କୁ ସର୍ବଭାରତୀୟ ପାଠ୍ୟଖସଡ଼ାରେ ଯଥାସ୍ଥାନ ଦେବା ନିମନ୍ତେ ଆମେ ବଦ୍ଧପରିକର ବୋଲି କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି।

ଉଲ୍ଲେଖନୀୟ ଯେ, କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ୧୧ ତାରିଖରେ ଝାରସୁଗୁଡାର କଟାପାଲି ଷ୍ଟାଡିୟମ ଠାରେ ‘ଅଖିଳ ଭାରତୀୟ ଗୋଁଣ୍ଡୱାନା ଗୋଁଣ୍ଡ ମହାସଭା’ର ପଞ୍ଚଦଶ ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେଇ ସ୍ଥାନୀୟ ସମାଜର ଦାବୀ କ୍ରମେ ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ଭାବେ ନାମିତ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବା ନେଇ ମତ ରଖିଥିଲେ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଯୋଗଦେଲେ ରାଜ୍ୟପାଳ

October 4, 2026

ଡ୍ୟୁଟିରେ ଅବହେଳା ପଡ଼ିଲା ମହଙ୍ଗା, ଫାଣ୍ଡି ଅଧିକାରୀଙ୍କୁ ନିଲମ୍ବନ କଲେ ଏସ୍‌ପି

October 3, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.