Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟର ସବୁ ସଂଗ୍ରହାଳୟ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ବଡ ନିର୍ଦ୍ଦେଶ
ବିଶେଷ ଖବର

ରାଜ୍ୟର ସବୁ ସଂଗ୍ରହାଳୟ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ବଡ ନିର୍ଦ୍ଦେଶ

March 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
KalaBhoomi
ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାରଙ୍କ ପାଇଁ ସଂପୂର୍ଣ୍ଣ ମାଗଣା ତା.୦୧.୦୩.୨୩ ଓଡିଶା କଳାର ଭୂମି । ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି । ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି । ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକ ମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏତଦ୍‌ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକ ମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି । ଏଗୁଡିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକ ମାନଙ୍କୁ ଆକୃଷ୍ଟ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସହାୟକ ହେବ ବୋଲି ଆଶା କରାଯାଉଛି ।

ଭୁବନେଶ୍ବର: ଓଡିଶା କଳାର ଭୂମି। ଆମର କଳା, ସଂସ୍କୃତି ସାରା ବିଶ୍ବରେ ଓଡିଶାର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆମର ଏହି ମହାନ ଐତିହ୍ୟର ସଂରକ୍ଷଣ ଏବଂ ପ୍ରଚାର ପ୍ରସାର ଦିଗରେ ସଂଗ୍ରହାଳୟ ଗୁଡିକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସିଛି।

ଜନସାଧାରଣ, ବିଶେଷ କରି ଯୁବ ସମାଜ, ଛାତ୍ର ସମାଜ ତଥା ପର୍ଯ୍ୟଟକ ମାନେ ଯେପରି ଆମ କଳା ଓ ସଂସ୍କୃତି ସହିତ ଭଲ ଭାବରେ ପରିଚିତ ହୋଇପାରିବେ, ସେ ଦୃଷ୍ଟିରୁ ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏତଦ୍‌ବ୍ୟତୀତ ଛାତ୍ରଛାତ୍ରୀ, କାରିଗର ଓ ବୁଣାକାର ମାନଙ୍କ ପାଇଁ ସଂଗ୍ରହାଳୟରେ ପ୍ରବେଶ ନିମନ୍ତେ କୌଣସି ଦେୟ ଆଦାୟ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆମ ରାଜ୍ୟରେ ଥିବା ସଂଗ୍ରହାଳୟ ଗୁଡିକ ଯେପରି ଅଧିକ ଲୋକପ୍ରିୟ ହେବ ଏବଂ ପର୍ଯ୍ୟଟକ ମାନେ ସେଗୁଡିକ ପରିଦର୍ଶନର ସୁଯୋଗ ପାଇପାରିବେ, ସେ ଦିଗରେ ପଦକ୍ଷେପ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଭୁବନେଶ୍ବରରେ ରାଜ୍ୟ ସଂଗ୍ରହାଳୟ ସହିତ କଳାଭୂମି, ଆଦିବାସୀ ସଂସ୍କୃତି ଓ ଗବେଷଣା ସଂଗ୍ରହାଳୟ, କଟକରେ ସାମୁଦ୍ରିକ ସଂଗ୍ରହାଳୟ ତଥା ବିଭିନ୍ନ ଜିଲ୍ଲାରେ ଅନେକ ସଂଗ୍ରହାଳୟ ରହିଛି।

ଏଗୁଡିକୁ ଲୋକପ୍ରିୟ କରିବା ପାଇଁ ଏବଂ ପରିଦର୍ଶକ ମାନଙ୍କୁ ଆକୃଷ୍ଟ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସହାୟକ ହେବ ବୋଲି ଆଶା କରାଯାଉଛି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17, 2025

ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର

December 17, 2025
Latest News

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ଡିସେମ୍ବର ୧୮ର ରାଶିଫଳ

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.