Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଶନ ଶକ୍ତି କମ୍ୟୁନିଟି ପାର୍ଟନରଙ୍କୁ ୮ ହଜାର ସାଇକେଲ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ମିଶନ ଶକ୍ତି କମ୍ୟୁନିଟି ପାର୍ଟନରଙ୍କୁ ୮ ହଜାର ସାଇକେଲ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

March 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି। ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଭାଗିଦାରୀ ମିଶନ ଶକ୍ତିକୁ ଏକ ସଫଳ କାର୍ଯ୍ୟକ୍ରମ କରିଛି। ସେ କହିଥିଲେ ଯେ ସେ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଉଛନ୍ତି ଏବଂ ମିଶନଶକ୍ତି ମା ମାନଙ୍କୁ ଭେଟୁଛନ୍ତି। ସେମାନେ ମଧ୍ୟ ନବୀନ ନିବାସ ଆସି ତାଙ୍କୁ ଭେଟୁଛନ୍ତି। ମା ମାନଙ୍କର ସଫଳତା ମୋତେ ବହୁତ ଖୁସି ଦେଉଛି ବୋଲି ସେ କହିଥିଲେ। ଆପଣମାନଙ୍କ ଆତ୍ମବିଶ୍ୱାସ, ଆପଣମାନଙ୍କ ଉତ୍ସାହ ମିଶନଶକ୍ତିକୁ ଏକ ନମ୍ବର ସଫଳ କାର୍ଯ୍ୟକ୍ରମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ବିଭିନ୍ନ ସହରରେ ମିଶନ ଶକ୍ତିର ମା ମାନେ କମ୍ୟୁନିଟି ପାର୍ଟିସିପେସନ କାର୍ଯ୍ୟକ୍ରମରେ ଅନେକ ଦାୟିତ୍ବ ହାତକୁ ନେଇଛନ୍ତି। ଆହାର, କଠିନ ବର୍ଜ୍ୟବସ୍ତୁ ପରିଚାଳନା, ପରିମଳ, ଜଳସାଥି, ସ୍ବଚ୍ଛସାଥି ଆଦି ଅନେକ କାମ କରୁଛନ୍ତି। ଆପଣମାନଙ୍କ କାମରେ ସମସ୍ତେ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଯେପରି ସୁବିଧାରେ ନିଜ ନିଜର ଦାୟିତ୍ବ ପାଳନ କରିପାରିବେ, ସେଥିପାଇଁ ରାଜ୍ୟ ସରକାର ଆପଣମାନଙ୍କୁ ସାଇକେଲ ଦେଉଛନ୍ତି।

ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ମିଶନ ଶକ୍ତି ମା ମାନଙ୍କୁ ୧୦୦ କୋଟି ଟଙ୍କାର ପ୍ରୋତ୍ସାହନ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ଓଡିଶାର ମିଶନ ଶକ୍ତି କମ୍ୟୁନିଟି ପାର୍ଟିସିପେସନ କ୍ଷେତ୍ରରେ ସାରା ବିଶ୍ବରେ ସୁନାମ କରିଛି ଓ ନୂଆ ବେଞ୍ଚମାର୍କ ସୃଷ୍ଟି କରିଛି। ସମସ୍ତେ ମିଳିମିଶି ଭଲ କାମ କରି ଓଡିଶା ମା ର ସୁନାମ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଥିଲେ ଯେ ମିଶନ ଶକ୍ତି ମା ମାନେ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ଓଡିଶା ଗଠନକୁ ସାକାର କରିବା ପାଇଁ ବହୁତ ଭଲ କାମ କରୁଛନ୍ତି। ସାଇକେଲ ପାଇବା ଦ୍ବାରା କର୍ମ କ୍ଷେତ୍ରରେ ସେମାନଙ୍କୁ ବହୁ ସୁବିଧା ଓ ସ୍ବାଧୀନତା ମିଳିପାରିବ। ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଲେ ଯେ ଗୋଷ୍ଠୀଗତ ବିକାଶର ଏକ ଅନୁପମ ବାର୍ତ୍ତାବହ ହେଉଛି ମିଶନ ଶକ୍ତି। ମୁଖ୍ୟମନ୍ତ୍ରୀଙ୍କ ଦିଗ‌ଦର୍ଶନରେ ଏହା ଆଜି ନୂଆ ମାଇଲଷ୍ଟୋନ ସ୍ଥାପନ କରିପାରିଛି।

କାର୍ଯ୍ୟକ୍ରମରେ ଦୁଇ ଜଣ ମିଶନ ଶକ୍ତି ମା ପଦ୍ମାବତୀ ଦାସ (ଆହାର କର୍ମୀ) ଓ ସୀତା ମୁର୍ମୁ (ସ୍ବଚ୍ଛକର୍ମୀ) ନିଜ ନିଜର ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ମିଶନ ଶକ୍ତି କାର୍ଯ୍ୟକ୍ରମ ଯୋଗୁ ସେମାନେ ଆଜି ସ୍ବାବଲମ୍ବୀ ହେବା ସହିତ ନିଜ ନିଜ ପରିବାରର ଛୋଟ ଛୋଟ ଅସୁବିଧା ମଧ୍ୟ ଦୂର କରିପାରୁଛନ୍ତି। ସାଇକେଲ ଦ୍ବାରା ସେମାନଙ୍କ ସମୟ ବଞ୍ଚିବା ସହିତ କାର୍ଯ୍ୟଦକ୍ଷତା ବଢିବ ବୋଲି ସେମାନେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଏମସି କମିଶନର ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଧନ୍ୟବାଦ ଅର୍ପଣ କରିଥିଲେ। ବିଏମସି ମେୟର ଶ୍ରୀମତୀ ସୁଲୋଚନା ଦାସ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.