Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ

March 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI)। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି ବିମାନକୁ ଆଜି ସର୍ବସାଧାରଣଙ୍କ ପାଇଁ, ଓଡ଼ିଆ ମାନଙ୍କ ପାଇଁ ଓ ସାରା ଦେଶ ବାସୀଙ୍କ ପାଇଁ ସମର୍ପିତ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଏହି ବିମାନ କଲିକତା ବିମାନ ବନ୍ଦର ରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।

ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବିରତ୍ଵ ଓ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାକାର ସ୍ଵାଧନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀ କୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶବାସୀ।

ଏହି ଅବସରରେ ମୁଖ୍ୟ ମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆ ମାନଙ୍କୁ ସାହସ, ବିରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ଵ ବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର- ରଙ୍ଗେଇଲୁଣ୍ଡା non scheduled flightର ଶୁଭାରମ୍ଭ ମଧ୍ୟ କରିଛନ୍ତି।

ମୁଖ୍ୟମନ୍ତ୍ରୀ ପ୍ରଥମେ ଆଜି ବିଧାନସଭା ଯାଇ ସେଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଡାକୋଟା ବିମାନ ନବୀନ ପଟ୍ଟନାୟକ ବିଜୁ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି, ବୟନ ଶିଳ୍ପ ପାଇଁ ପ୍ରମୁଖ ପ୍ରୋତ୍ସାହନ

February 8, 2026

କ୍ୱାଲାଲମ୍ପୁର ଠାରେ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 8, 2026

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026
Latest News

ପାକିସ୍ତାନର କେତୋଟି ସହର ଦଖଲ କରିଛି ବେଲୁଚ୍ ସେନା: ପଡୋଶୀ ଦେଶର ମୋଟ କେତେ ଅଂଶ?

February 8, 2026

୭୪ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 8, 2026

ଓଡ଼ିଶା ସାମାଜିକ କର୍ମୀ ସମ୍ମେଳନ, ଓଡ଼ିଶା ଭିଜନ ଓ ବିକଳ୍ପ ଚିନ୍ତନ ଉପରେ ଆଲୋଚନା

February 8, 2026

ବିଶ୍ୱ ରେକର୍ଡ କଲା ଟିମ୍ ଇଣ୍ଡିଆ: ଟି-୨୦ ବିଶ୍ୱକପ୍ ରେ କଲା ଏହି କୀର୍ତ୍ତିମାନ

February 8, 2026

କାର ଧକ୍କାରେ ଅଜା ମୃତ, ନାତି ଆହତ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.