Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ

March 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସଭାଗୃହରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଏସପି ସିଦ୍ଧାର୍ଥ କଟାରିଆ, ଉପଜିଲ୍ଲାପାଳ ଦିପ୍ତୀରଞ୍ଜନ ସେଠି, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ, ତହସିଲଦାର ଦିଲ୍ଲୀପ ଷଡ଼ଙ୍ଗୀ, ଚିଲିକା ପଞ୍ଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ସିଡ଼ିଏମଓ ଡ଼ା ଆର୍ତ୍ତବନ୍ଧୁ ନାୟକ ଆଦି ଉପସ୍ଥିତ ଥିଲେ। ଏଥିରେ ଚିଲିକା ବ୍ଲକ ଅନ୍ତର୍ଗତ ମୋଟ ୧୭ ଟି ପଞ୍ଚାୟତର ବିଭିନ୍ନ ସ୍ଥାନରୁ ବ୍ୟକ୍ତିଗତ, ସାମୁହିକ, ଦିବ୍ୟାଙ୍ଗ ଦରଖାସ୍ତ ଓ ନିବେଦନ ଧରି ଆସିଥିବା ମୋଟ ୧୫୯ ଗୋଟି ମାମଲା ବିଚାର ପାଇଁ ପଞ୍ଜିକରଣ ହୋଇଥିଲା।

ଏହି ଅବସରରେ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଯନ୍ତ୍ରୀ, ସ୍ଵାସ୍ଥ୍ୟ ବିଭାଗ ଅଧିକାରୀ, ସିଡିପିଓ, ଚିଲିକା ଵ୍ଲକ ଅଧୀନ ବିଭିନ୍ନ ପଦସ୍ଥ ଅଧିକାରୀ, ୧୭ ଟି ପଞ୍ଚାୟତ ର ଜନ ପ୍ରତିନିଧିମାନେ ଉପସ୍ଥିତ ରହି ସମସ୍ୟା ସମାଧାନ ଦିଗରେ ଆବଶ୍ୟକ ପ୍ରଶ୍ନର ଉତ୍ତର ଦେଇଥିଲେ।

ଏହି ଅବସରରେ ଆଜି ଦିନସାରା ଚିଲିକା ବ୍ଲକ ପରିସରରେ ପ୍ରବଳ ଜନଗହଳି ଲାଗି ରହିଥିଲା। ଆଇନ ଶୃଙ୍ଖଳା ରକ୍ଷାପାଇଁ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକଙ୍କ ତତ୍ୱାବଧାନରେ ବାଲୁଗାଁ ଆଇଆଇସି ରଶ୍ମିରଞ୍ଜନ ଦାସ ଏବଂ ନାଚୁଣୀ ଆଇଆଇସି ଚନ୍ଦ୍ରଶେଖର ଜେନାଙ୍କ ସମେତ ବହୁ ସବ ଇନ୍ସପେକ୍ଟର ମାନେ ନିୟୋଜିତ ହୋଇଥିଲେ।

ଖୋର୍ଦ୍ଧା ଜିଲ୍ଲାପାଳ ଚିଲିକା ବ୍ଲକ ଜନଶୁଣାଣୀ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026
Latest News

ନୀତି ଆୟୋଗ ମାନ୍ୟତା: ନିବେଶ ଅନୁକୂଳ ରାଜ୍ୟ ମଧ୍ୟରେ ଶ୍ରେଷ୍ଠ ପାଞ୍ଚରେ ଓଡ଼ିଶା

July 19, 2026

ରାମନଗର-ଡେରାଡୁନ ଏକ୍ସପ୍ରେସର ଶୁଭାରମ୍ଭ କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

July 19, 2026

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ଆର୍ଟିକାଲ ୩୭୦’ ଶ୍ରେଷ୍ଠ ଫିଚର ଫିଲ୍ମ, ୟମୀ ଗୌତମ ଶ୍ରେଷ୍ଠ ଅଭିନେତ୍ରୀ

July 19, 2026

ବିସ୍ତୃତ ରାଶିଫଳ: ଜୁଲାଇ ୧୯ ତାରିଖରେ ଆଠଟି ରାଶି ଉପରେ ସୂର୍ଯ୍ୟଦେବତାଙ୍କ ରହିଛି କୃପା

July 19, 2026

ଭୁବନେଶ୍ବରରେ ଉଦଘାଟିତ ହେଲା ତିନିଦିନିଆ ଜଗନ୍ନାଥ ସଂଗୀତ କାର୍ଯ୍ୟକ୍ରମ ‘ଗୁହାରି’

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.