Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମମାଟିରେ କବି ତପନ ପଟ୍ଟନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି: ଉନ୍ମୋଚିତ ହେଲା “ବାଲୁଗାଁ ବାଲ୍ମୀକି”
ଆଜିର ଖବର

ଜନ୍ମମାଟିରେ କବି ତପନ ପଟ୍ଟନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି: ଉନ୍ମୋଚିତ ହେଲା “ବାଲୁଗାଁ ବାଲ୍ମୀକି”

March 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଶ୍ରୀଜଗନ୍ନାଥଙ୍କ ହୃଦୟସ୍ପର୍ଶୀ କାଳଜୟୀ ଜଣାଣ “ମୁଁ ଆସିଛି ଦେଖି ତୋ କଳା ବଦନ କୁ” ର ରଚୟିତା, ଓଡ଼ିଶାର ପ୍ରଖ୍ୟାତ କବି, ଗାଳ୍ପିକ, ନାଟ୍ୟକାର, ଔପନ୍ୟାସିକ ତପନ ପଟ୍ଟନାୟକଙ୍କ ଦ୍ଵାଦଶାହ ସ୍କୃତି ଶ୍ରଦ୍ଧାଞ୍ଜଳି ସଭା ଜନ୍ମମାଟି ବାଲୁଗାଁର ନୀଳାମ୍ବୁ ଚିଲିକା ତଟବର୍ତ୍ତୀ ସାମନ୍ତରାପୁରଠାରେ ଅଶ୍ରୁଳ ଭାବାବେଗ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।

ଗାଳ୍ପିକ ଡଃ କୈଳାସ ମହାରଣାଙ୍କ ସଂଯୋଜନାରେ ଆୟୋଜିତ ଏହି ପରିବେଶରେ ପୂର୍ବତନ ସାଂସଦ କବି ଡଃ ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ମନ୍ତ୍ରୀ ସାହିତ୍ୟିକ ଡଃ ଦେବେନ୍ଦ୍ରନାଥ ମାନସିଂ, ପୂର୍ବତନ ବିଧାୟକ ରଘୁନାଥ ସାହୁ, କବି ଅଜିତ୍‌ ଦାସମହାପାତ୍ର, କବି ଡଃ କମଳ କୁମାର ମହାନ୍ତି, ଡଃ ପ୍ରସନ୍ନ କୁମାର ମହାନ୍ତି, କବି ତାରକ ମହାନ୍ତି, କବି ପୁରୁଷୋତ୍ତମ ମହାପାତ୍ର, କବି ବାଳମୁକୁନ୍ଦ ଦାସ, କବି ଅଞ୍ଜଳି ତ୍ରିପାଠୀ, କବି ଅମ୍ବିକା ପ୍ରସାଦ ସାମନ୍ତରାୟ, କବି ଦିଗାମ୍ବର ବିଶ୍ଵାଳ, ନାଟ୍ୟକାର ଭିକାରୀଚରଣ ପ୍ରଧାନ, ବିଭୂତି ଭୂଷଣ ସାମନ୍ତରାୟ, ମୂରଲୀଧର ସାମନ୍ତସିଂହାର, ରମେଶ ଚନ୍ଦ୍ର ମହାପାତ୍ର, ନିରଞ୍ଜନ କର, ରବି ମାନସିଂ, ପ୍ରିୟଦର୍ଶିନୀ ମହାରଣା, ଗୋପାଳ ମହାପାତ୍ର ପ୍ରମୁଖ ଓଡିଶାର ବହୁ ପ୍ରଖ୍ୟାତ ସାହିତ୍ୟିକ ତାଙ୍କ ବହୁମୁଖୀ ପ୍ରତିଭାର ସ୍ମୃତି ରୋମ ନ୍ଥନ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ତାଙ୍କ କାଳଜୟୀ ସାରସ୍ଵତ ସୃଷ୍ଟି କାଳେ କାଳେ ଓଡ଼ିଶାର ସାହିତ୍ୟ ଭଣ୍ଡାରକୁ ରୁଦ୍ଧିମନ୍ତ କରି ପ୍ରତି ଓଡ଼ିଆ ପାଠକଙ୍କ ହୃଦୟରେ ଚିରକାଳ ଜାଜୁଲ୍ୟମାନ ହେଉଥିବ ବୋଲି ମତ ପ୍ରଦାନ କରି ତାଙ୍କ ଆତ୍ମାର ସଦ୍ ଗତି କାମନା କରିଥିଲେ।

ଏହି ଅବସରରେ ତାଙ୍କ ସ୍କୃତିର ସମ୍ଭାର ସ୍ମରଣିକା “ବାଲୁଗାଁ ବାଲ୍ମୀକି” ଉନ୍ମୋଚିତ ହୋଇଥିଲା। ଭଗ୍ନୀ ବିଶିଷ୍ଟ ଗାୟିକା ଗିରିବାଳା ପଟ୍ଟନାୟକ ଭାବ ବିହ୍ୱଳ କଣ୍ଠରେ ପ୍ରଥମେ ରାମଧୁନ୍‌ଗାନ କରିଥିବା ବେଳେ ଭ୍ରାତା ବିଜନ ପଟ୍ଟନାୟକ ଓ ପୁତ୍ର ସମ୍ବିତ ପଟ୍ଟନାୟକ ଏହାକୁ ପରିଚାଳନା କରିଥିଲେ। ଶେଷରେ ତାଙ୍କ ମାନସ ସନ୍ତାନ ଚିଲିକା ସାହିତ୍ୟ ସଂସ୍କୃତି ସଂସଦ ତରଫରୁ ପ୍ରିୟ ଭଜନ ପରିବେଷଣ କରାଯାଇଥିଲା।

ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ତପନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Latest News

ଡିଜେଲ୍, ପେଟ୍ରୋଲ୍ ନା ଇଭି ? 2026ରେ କେଉଁ କାର୍ ଆପଣଙ୍କ ପାଇଁ ସବୁଠାରୁ ଲାଭଦାୟକ?

June 12, 2026

ବିଜେପି ସରକାରକୁ ଦୁଇ ବର୍ଷ : ଉପଲବ୍ଧିର ଉତ୍ସବ ନା ଆତ୍ମସମୀକ୍ଷାର ସମୟ

June 12, 2026

ଅତ୍ୟାଧୁନିକ କ୍ୱାଣ୍ଟମ୍ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରୟୋଗଶାଳା ପ୍ରତିଷ୍ଠା ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ

June 12, 2026

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.