Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଶ୍ରୀରାମ ନବମୀ ଦିବସରେ ଶୁଭାରମ୍ଭ ହେବ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନ୍
ଆଜିର ଖବର

ଆଜି ଶ୍ରୀରାମ ନବମୀ ଦିବସରେ ଶୁଭାରମ୍ଭ ହେବ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନ୍

March 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମେମୁ ଟ୍ରେନ
ଖୋର୍ଦ୍ଧା ରୋଡ୍ ଡିଭିଜନର ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: ବାତିଲ ହେଲା ଏହି ସବୁ ଟ୍ରେନ

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ତଥା ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୩୦ ମାର୍ଚ୍ଚ ୨୦୨୩ ଶ୍ରୀରାମ ନବମୀ ଦିବସରେ ଭଦ୍ରକ-ନୟାଗଡ଼ ଟାଉନ-ଭଦ୍ରକ ମେମୁ ଟ୍ରେନର ଶୁଭାରମ୍ଭ ଅବସରରେ କଟକ ରେଳ ଷ୍ଟେସନ ଠାରେ ସବୁଜ ପତାକା ପ୍ରଦର୍ଶନ କରାଇ ଶୁଭାରମ୍ଭ କରିବେ। ଶୁଭାରମ୍ଭ ଦିବସରେ ଏହି ଟ୍ରେନ୍ କଟକ ଷ୍ଟେସନରୁ ଛାଡିବ କିନ୍ତୁ ଏହି ଟ୍ରେନ ର ନିୟମିତ ସେବା ୩୧ ମାର୍ଚ୍ଚ ୨୦୨୩ରୁ ଉଭୟ ପାର୍ଶ୍ୱରୁ ପ୍ରାରମ୍ଭ କରାଯିବ।

ଏହି ଟ୍ରେନ ର ପ୍ରଚଳନ ଉଭୟ ଭଦ୍ରକ ଏବଂ ନୟାଗଡ଼ ଜିଲ୍ଲାର ଲୋକଙ୍କ ଆକାଂକ୍ଷାକୁ ପୂରଣ କରିପାରିବ। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନର ପୁନଃ ବିକାଶର ଭିତ୍ତିପ୍ରସ୍ତର ସମାରୋହରେ ଭଦ୍ରକରୁ ଭୁବନେଶ୍ୱର ଅଭିମୁଖେ ଏକ ନୂତନ ଟ୍ରେନ୍ ଚଳାଚଳ କରାଇବାକୁ ଘୋଷଣା କରିଥିଲେ। ଏହି ଅଞ୍ଚଳର ଯାତ୍ରୀମାନଙ୍କ ଆରାମ ତଥା ସୁବିଧା ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନିରନ୍ତର ପ୍ରଚେଷ୍ଟାର ଏହା ହେଉଛି ଫଳାଫଳ। ମଧ୍ୟବର୍ତ୍ତୀ ଷ୍ଟେସନ ମାନଙ୍କରେ ଟ୍ରେନ ବଦଳାଇବା ପରିବର୍ତ୍ତେ ଏହି ଟ୍ରେନ ସିଧା ସଳଖ ଭାବେ ଯାତ୍ରା ପାଇଁ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କୁ ସୁବିଧା ଯୋଗାଇବ। ଏହି ନୂତନ ଟ୍ରେନ୍ ଏହାର ଶୁଭାରମ୍ଭ ଦିନରେ ଅର୍ଥାତ୍ ୩୦ ମାର୍ଚ୍ଚ ୨୦୨୩ ରେ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରିବ।

୦୮୫୫୫/୦୮୫୫୬ ଭଦ୍ରକ-ନୟାଗଡ଼ ଟାଉନ୍-ଭଦ୍ରକ୍ ମେମୁ ଟ୍ରେନ ଭଦ୍ରକରୁ ସକାଳ ୦୫ଘ.୪୫ମି.ରେ ଛାଡି ପୂର୍ବାହ୍ନ ୧୧ଘ.୫୫ମି.ରେ ନୟାଗଡ଼ ଟାଉନରେ ପହଞ୍ଚିବ। ଫେରିବା ମାର୍ଗରେ ନୟାଗଡ଼ ଟାଉନରୁ ଏହି ଟ୍ରେନ୍ ଅପରାହ୍ନ ୦୫ଘ.୦୫ମି.ରେ ଛାଡି ଭଦ୍ରକ ଠାରେ ରାତ୍ରି ୧୦ଘ.୪୫ମି.ରେ ପହଞ୍ଚିବ। ଏହି ଟ୍ରେନ୍ ଉଭୟ ଦିଗରୁ ଭଦ୍ରକ ଏବଂ ନୟାଗଡ଼ ଟାଉନ୍ ମଧ୍ୟରେ ଥିବା ସମସ୍ତ ଷ୍ଟେସନ୍ ଏବଂ ପାସେଞ୍ଜର ହଲ୍ଟ ମାନଙ୍କରେ ରହଣି କରିବ।

ମେମୁ ଟ୍ରେନ୍ ଶ୍ରୀରାମ ନବମୀ
Share. Facebook Twitter LinkedIn Email WhatsApp Copy Link

Related Posts

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Latest News

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026

ଟ୍ରମ୍ପଙ୍କ ‘୩୦୧’ ଛାଟ!: ଭାରତ ଏବଂ ଚୀନ୍ ସମେତ ୧୬ ଟି ଦେଶ ଉପରେ ହେବ କାର୍ଯ୍ୟାନୁଷ୍ଠାନ

March 12, 2026

ମଧ୍ୟପୂର୍ବ ଯୁଦ୍ଧର ପ୍ରଭାବ: ବିଶ୍ୱ ତେଲ ଓ ଗ୍ୟାସ ଯୋଗାଣ ଉପରେ ବଢ଼ୁଛି ସଙ୍କଟ

March 12, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.